ସମୁଦ୍ରରେ ଟ୍ରଲର ଦୁର୍ଘଟଣା, ମିଳିଲା ଆଉ ଏକ ମତ୍ସ୍ୟଜୀବୀଙ୍କ ମୃତଦେହ

ଭୋଗରାଇ,୧୫।୭( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ମା କାଳୀ ନାମକ ଟ୍ରଲର ଦୁର୍ଘଟଣାରେ ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ୧ ୩ ତାରିଖରେ ଦକ୍ଷିଣ ୨୪ ପ୍ରଗଣା ଜିଲା କାକଦ୍ୱୀପ ସୁପର ହସ୍ପିଟାଲକୁ ଅଣାଯାଇ ଶବ ବ୍ୟବଚ୍ଛେଦ କରାଯାଇଥିଲା । ତେବେ ୧୪ ତାରିଖରେ ଉକ୍ତ ଭଗ୍ନ ଟ୍ରଲରରୁ ଆଉ ଜଣେ ଅଚିହ୍ନା ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସ୍ଥାନୀୟ ମତ୍ସ୍ୟଜୀବୀ, ବନବିଭାଗ, ଭାରତୀୟ ତଟରକ୍ଷୀ ବାହିନୀ ଓ ପୋଲିସ ସହାୟତାରେ ଉଦ୍ଧାର କରାଯାଇଥିବାର ସୂଚନା ମିଳିଛି ।

ଏନେଇ ମୃତ ମତ୍ସ୍ୟଜୀବୀଙ୍କ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି । ଏବେବି ଅନ୍ୟ ୫ ଜଣ ମତ୍ସ୍ୟଜୀବୀ ନିଖୋଜ ଥିବାବେଳେ ସମୁଦ୍ରରେ ତଟରକ୍ଷୀ ବାହିନୀ, କାକଦ୍ୱୀପ- ନାମଖାନାର ମତ୍ସ୍ୟଜୀବୀ ସଂଗଠନର ମିଳିତ ତଲାସୀ ଜାରିରଖିଛନ୍ତି । ଶବ ଚି଼ହ୍ନଟ ନିମନ୍ତେ ମୃତ ମତ୍ସ୍ୟଜୀବୀ ପରିବାର ଡିଏନଏ ରକ୍ତ ନମୁନା ସଂଗ୍ରହ କରାଯାଇଛି ।

ସୂଚାନୁଯାୟୀ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁଗତ ୨ ତାରିଖରୁ ୧ ୫ ମତ୍ସ୍ୟଜୀବୀଙ୍କୁ ନେଇଁ ଉକ୍ତ ଟ୍ରଲର ଇଲିସି ସନ୍ଧାନରେ ଗଭୀର ସମୁଦ୍ରକୁ ଯାଇଥିଲା । ସମୁଦ୍ର ଝଡ଼ରେ ଉକ୍ତ ଟ୍ରଲରଟି ବକଖାଲି ଠାରୁ ୩୫ କିମି ଦୂରରେ ଭାରସାମ୍ୟ ହରାଇ ୫ ତାରିଖ ରାତିରେ ଓଲଟି ପଡିବାରୁ ଯୋଗାଯୋଗ ବିଛିନ୍ନ ହୋଇଥିଲା । ସମୁଦ୍ର ଜୁଆରରେ ଉକ୍ତ ଟ୍ରଲର ଭାସିଆସି ରକ୍ତେଶ୍ଵର ଚଢ଼ରେ ଲାଗିଥିବା ଠାବ ପରେ ସେଠାରୁ ଟ୍ରଲରକୁ ଟାଣି କୂଳକୁ ଅଣାଯାଇଥିଲା ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ଇରାନ ଉପରେ ଆକ୍ରମଣ କଲା ଆମେରିକା, ହେଲେ ଛାଡିଲାନି ତେହରାନ

ତେହରାନ,୩୧।୮: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ ଜଳି ଉଠିଛି। ରବିବାର (ଅଗଷ୍ଟ ୩୦) ରେ, ଆମେରିକୀୟ ସେନା ଇରାନର ଲାରାକ ଦ୍ୱୀପରେ…

ପୋତାଗଲା ଚିହ୍ନଟ ହୋଇ ନ ଥିବା ମୃତଦେହ

କାଠମାଣ୍ଡୁ,୩୧ା୮: ନେପାଳ ବନ୍ୟାଜନିତ ମୃତ୍ୟୁସଂଖ୍ୟା ରବିବାର ସନ୍ଧ୍ୟା ସୁଦ୍ଧା ୭୯୪ରେ ପହଞ୍ଚତ୍ଛି। ମୃତଦେହ ରଖିବା ପାଇଁ ହସ୍ପିଟାଲଗୁଡ଼ିକରେ ସ୍ଥାନାଭାବ ଦେଖାଦେଇଛି। ସେପଟେ ମୃତଦେହଗୁଡ଼ିକ ଚିହ୍ନଟ ହୋଇ ନ…

ଆର୍‌ଏସ୍‌ଏସ୍‌ ମୁଖ୍ୟ ଭୁଆଁ ବୁଲାଉଛନ୍ତି: ବିରୋଧୀ

ନୂଆଦିଲ୍ଲୀ,୩୧ା୮(ପି.ଟି.): ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଆମେରିକାରେ ବିବିଧତା ଉପରେ ଦେଇଥିବା ମନ୍ତବ୍ୟ ଭୁଆଁ ବୁଲାଇବା ପାଇଁ ଉଦ୍ଦିଷ୍ଟ ବୋଲି ବିରୋଧୀ ନେତାମାନେ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri