ଝାରସୁଗୁଡାରେ ରକ୍ତାକ୍ତ ରାଜପଥ: ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡା,୨୨।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ସଦର ଥାନା ସମ୍ମୁଖରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଏବଂ ପୋଲିସ ବୋଲେରୋ ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ହିଁ ୫ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ଅନ୍ୟ ୩ ଜଣେ ଗୁରୁତର ଭାବେ ଆହତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି।
 ଭୋର ସମୟରେ ୮ ଜଣ ପୋଲିସ କର୍ମଚାରୀ ଏକ ବିବାହ କାର୍ଯ୍ୟକ୍ରମରେ ଯୋଗ ଦେଇ ଏକ ବୋଲେରୋ ଯୋଗେ ବ୍ରଜରାଜନଗର ପଟୁ ଝାରସୁଗୁଡା ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରଲର  ଝାରସୁଗୁଡା ସଦର ଥାନା ସମ୍ମୁଖରେ   ବୋଲେରୋକୁ ପ୍ରଚଣ୍ଡ ଭାବରେ ଧକ୍କା ଦେଇଥିଲା । ଧକ୍କା ଏତେ ଭୟଙ୍କର ଥିଲା ଯେ ବୋଲେରୋ ଗାଡିଟି ସମ୍ପୂର୍ଣ୍ଣ ଭାବେ ଚୂରମାର ହୋଇଯାଇଥିଲା।
ଦୁର୍ଘଟଣାପରେ ସ୍ଥାନୀୟ ଲୋକେ ଓ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଗାଡି ଭିତରୁ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ଘଟଣାସ୍ଥଳରେ ୫ ଜଣଙ୍କ ମତ୍ୟୁ ହୋଇ ସାରିଥିବା ବେଳେ ୩ ଜଣଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିଲା। ମୃତକ ୩  ଆହତମାନଙ୍କୁ ସଙ୍ଗେ ସଙ୍ଗେ ଜିଲାମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।
ମୁଖ୍ୟ ଡାକ୍ତରଖାନାରେ ଡାକ୍ତର ୫ ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ  ସଂକଟାପର୍ଣ୍ଣ ୨ ଜଣଙ୍କୁ ବୁର୍ଲା ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ଜଣେ ଜିଲା ମୁଖ୍ୟଚିକିତ୍ସାଲୟରେ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣାରେ ପ୍ରାଣ ହରାଇଥିବା ପୋଲିସ କର୍ମଚାରୀମାନେ ହେଲେ ଲିଙ୍ଗରାଜ ଧାରୁଆ (୫୦),ଭକ୍ତ ମିର୍ଧା (୪୦), ନିରଞ୍ଜନ କୁସୁମ (୫୫), କାସିରାମ ଭୋଇ (୪୦), ଦେବଦତ୍ତ ସା (୪୦) ଏବଂ ଗୁରୁତର ଥିବା ୩ ଜଣ ହେଲେ ଦୁବରାଜ ମିରିଗୀ(୩୫),ଗୋବିନ୍ଦ ଚକ୍ରବର୍ତ୍ତୀ(୩୦),ଆକାଶ କୁମାର ନାଇକ (୩୦)।
ଏହି ଖବର ପାଇବା ପରେ ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀ, ଝାରସୁଗୁଡା ଜିଲାପାଳ କୁଣାଲ ମୋତିରାମ ଚହୱାଣ, ଝାରସୁଗୁଡା ଏସ୍‌ପି ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର ମୁଖ୍ୟ ଚିକିତ୍ସାଲୟରେ ଉପସ୍ଥିତରହି ଘଟଣାର ତଦନ୍ତ ସହିତ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଦୁର୍ଘଟଣା ଘଟାଇଥିବା ଟ୍ରଲର ଓ ଡ୍ରାଇଭରକୁ ସଦର ଥାନାରେ ଅଟକ ରଖାଯାଇଛି ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri