ସମୁଦ୍ରରେ ନିଖୋଜ ଥିବା ଟ୍ରଲର ଠାବ, ୯ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ମାଲିକ ପହଞ୍ଚି…

ଭୋଗରାଇ,୧୩ା୭(ପ୍ରଦୀପ ଦାସ): ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ର(ଜେଟିରୁ )ରୁ ଗତ ୨ ତାରିଖରୁ ସମୁଦ୍ରକୁ ଯାଇ ନିଖୋଜ ଥିବା ମା’ କାଳୀ ନାମକ ଟ୍ରଲର ରବିବାର ଦକ୍ଷିଣ ୨୪ ପ୍ରଗଣା ଜିଲା ବକଖାଲିଠାରୁ ୩୫ କିମି ଦୂର ଚୁଲକାଟି ଜଙ୍ଗଲ ବାଘେର ଛକଠାରୁ ଟ୍ରଲରକୁ ଠାବ କରାଯାଇଥିବାର ସୂଚନା ମିଳିଛି। ଏହି ଟ୍ରଲରରେ ୯ ଜଣ ମତ୍ସ୍ୟଜୀବୀଙ୍କୁ ମୃତାବସ୍ଥାରେ ସେଠାକାର ମତ୍ସ୍ୟଜୀବୀ ଉଦ୍ଧାର କରିଛନ୍ତି। ଟ୍ରଲର ଭିତରେ ଅନ୍ୟ ୬ ମତ୍ସ୍ୟଜୀବୀ ମୃତାବସ୍ଥାରେ ଥାଇପାରନ୍ତି ବୋଲି ଉଦ୍ଧାରକାରୀ ଦଳ ଅନୁମାନ କରିଥିବାର କହିଛନ୍ତି।

ସୂଚନାନୁଯାୟୀ,ଉକ୍ତ ଟ୍ରଲରେ ୧ ୫ ଜଣ ମତ୍ସ୍ୟଜୀବୀ ଥିବାବେଳେ ଏଥି ମଧ୍ୟରୁ ଓଡିଶାର ବାଲେଶ୍ୱରଜିଲା ଭୋଗରାଇ ବ୍ଲକ ଉଲୁଡ଼ା ଗ୍ରାମର ରବୀନ୍ଦ୍ର ମାଝୀ, ଜଗନ୍ନାଥ ମାଝୀ ଓ ଜୟରାମ ମାଝୀ ଗୋଟିଏ ପରିବାରର ୩ ଭାଇ ଅଛନ୍ତି। ସମୁଦ୍ର ଅଶାନ୍ତ ଥିବାବେଳେ ଏହି ମାଛ ଧରା ଟ୍ରଲର ଗଭୀର ସାମୁଦ୍ରିକ ଝଡ଼ରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିବାର ଅନୁମାନ କରାଯାଉଛି। ଦୁର୍ଘଟଣାଗ୍ରସ୍ତ ଟ୍ରଲରଟିକୁ ସୁନ୍ଦରବନ ଗୋବର୍ଦ୍ଧନପୁର ସାମୁଦ୍ରିକ ଥାନା ଅଧୀନକୁ ଅଣାଯାଇଛି। ଭାରତୀୟ ତଟରକ୍ଷୀ ବାହିନୀ, ବନଦପ୍ତର ଓ ମତ୍ସ୍ୟଜୀବୀ ସଂଘ ମିଳିତ ଉଦ୍ୟମରେ ତଲାସୀ ଅଭିଯାନ ଜାରିରହିଥିଲା। ଟ୍ରଲର ମାଲିକ ସେଠାରେ ପହଞ୍ଚିଥିବାର ସୂଚନା ମିଳିଛି। ଅପରପକ୍ଷରେ ଟ୍ରଲର ମୃତଦେହ ଉଦ୍ଧାର ଖବର ପ୍ରଚାର ପରେ ନିଖୋଜ ଥିବା ମତ୍ସ୍ୟଜୀବୀଙ୍କ ଆତ୍ମୀୟସ୍ବଜନ ଶଙ୍କରପୁର ଜେଟିରେ ବୁକୁଫଟା କ୍ରନ୍ଦନରେ ହୃଦୟ ବିଦାରକ ଦୃଶ୍ୟ ନଜରକୁ ଆସିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?