ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର। ଫଳରେ ଟ୍ରଲରଟିରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳି ପୋଡି ନଷ୍ଟ ହୋଇଛି। ଡ୍ରାଇଭର ଜୟପ୍ରକାଶ ବର୍ମା ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ଶୁଙ୍କି ଥାନା ଅଧିକାରୀ ଚତୁଃର୍ଭୁଜ ନାୟକ ନିଜ କର୍ମଚାରୀଙ୍କ ସହ ଘଟଣାସ୍ଥଳରେ ପହଞ୍ଚି ପଟାଙ୍ଗୀ ବ୍ଲକ ସଦର ମହକୁମାରୁ ଅଗ୍ନିଶମ ବିଭାଗର ଦମକଳ ଗାଡ଼ି ଡକାଇ ନିଆଁକୁ ଆୟତ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ଟ୍ରଲରଟି ସମ୍ପୂର୍ଣ୍ଣ ଜଳିଯାଇଥିଲା।
ସୂଚନା ଅନୁଯାୟୀ, ଉକ୍ତ ଟ୍ରଲର ନମ୍ବର(ଏପି୩୯ୟୁଏମ୍‌୬୧୮୩) ଗାଡିଟି ଆନ୍ଧ୍ର ରାଜ୍ୟର ଆରୋକୋର ବାହାରି ଓଡ଼ିଶାର ନନ୍ଦପୁର ସେମିଳିଗୁଡା ପଟାଙ୍ଗୀ ହୋଇ ୨୬ ନମ୍ବର ଜାତୀୟ ରାଜପଥରେ ଆନ୍ଧ୍ର ରାଜ୍ୟର ବିଶାଖାପାଟଣା ଯାଉଥିଲା। ଟ୍ରଲରଟି ବ୍ରେକ୍‌ ଫେଲ୍‌ ହୋଇଯିବା ଫଳରେ ପ୍ରେସର ପାଇପ୍‌ ଫାଟି ନିଆଁ ଲାଗିଯାଇଥିବା ଡ୍ରାଇଭର ବର୍ମା ପ୍ରକାଶ କରିଛନ୍ତି।

ପ୍ରତ୍ୟେକ ଯୁଦ୍ଧକୁ ରୋକିବା ପାଇଁ ରାଷ୍ଟ୍ରପତି ଟ୍ରମ୍ପ ନିଜକୁ ନୋବେଲ ଶାନ୍ତି ପୁରସ୍କାର ପାଇଁ ଯୋଗ୍ୟ ଘୋଷଣା କରିଥିଲେ। ସେ ଏହି ମନ୍ତବ୍ୟ ଏପରି ସମୟରେ ଦେଇଥିଲେ ଯେତେବେଳେ ସେ ପୂର୍ବରୁ ସାର୍ବଜନୀନ ଭାବରେ ନୋବେଲ ପୁରସ୍କାର ପାଇଁ ତାଙ୍କର ପ୍ରାର୍ଥୀତ୍ୱ ପ୍ରକାଶ କରିଛନ୍ତି। ତଥାପି, ସେ ଏପର୍ଯ୍ୟନ୍ତ ଏହି ସମ୍ମାନ ପାଇନାହାଁନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?