ନିଷିଦ୍ଧାଞ୍ଚଳରେ ମାଳ ମାଳ ଟ୍ରଲର

ମହାକାଳପଡ଼ା, ୨୦।୧୦(ଡି.ଏନ୍‌.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ନିଷିଦ୍ଧାଞ୍ଚଳରେ ବେଆଇନ ମାଛ ଧରା ଟ୍ରଲର ମାଳ ମାଳ ଦେଖିବାକୁ ମିଳିଛି। ଏମାନେ ସନ୍ଧ୍ୟା ବେଳେ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳକୁ ପ୍ରବେଶ କରି ପ୍ରଚୁର ମାଛ ଧରି ସକାଳ ସୁଦ୍ଧା ଲଙ୍ଗର ପକାଇଥାନ୍ତି। ଅପରାହ୍ନରେ ବିଭିନ୍ନ ଟ୍ରକ, ପିକ୍‌ଅପ ଭ୍ୟାନ ଯୋଗେ ମାଛ ଲୋଡ୍‌ କରାଯାଇ କୋଲକାତା, ରାୟପୁର, ବାଲେଶ୍ୱର ଓ ଆନ୍ଧ୍ରପ୍ରଦେଶକୁ ଚାଲାଣ କରିଥାନ୍ତି। ଏହି ଟ୍ରଲରଗୁଡ଼ିକ ପଶ୍ଚିମବଙ୍ଗର ଦୀଘା, ବାଲେଶ୍ୱର, ଭଦ୍ରକ, କଷାଫଳ, ଧାମରା, ବଳରାମଗଡି ଆଦି ଅଞ୍ଚଳର ମାଲିକମାନଙ୍କର ବୋଲି କୁହାଯାଇଛି।
ମିଳିଥିବା ସୂଚନା ଅନୁସାରେ, ଏହି ଟ୍ରଲରଗୁଡ଼ିକ ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ମାଛ ଧରିବା ସମୟରେ ବ୍ୟବହାର କରୁଥିବା ଗାଞ୍ଜ ଜାଲରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଅକାଳରେ ଜୀବନ ଯାଇଥାଏ ବୋଲି ପରିବେଶପ୍ରେମୀ ସମେରେନ୍ଦ୍ର ମାହାଳି ଅଭିଯୋଗ କରିଛନ୍ତି। ମାହାଳିଙ୍କ କହିବା କଥା, ଏହି ଟ୍ରଲରଗୁଡ଼ିକ କିଭଳି ମାଛ ଧରି କୂଳକୁ ଫେରୁଛନ୍ତି ତାହା ଆଶ୍ଚର୍ଯ୍ୟ ଲାଗୁଛି। କାରଣ ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରେ ବେଆଇନ ମାଛ ଧରିବାକୁ ନେଇ ବାରଣ ରହିଛି। ହେଲେ ବନ ବିଭାଗ, ମତ୍ସ୍ୟବିଭାଗ, ସାମୁଦ୍ରିକ ଥାନା କର୍ମଚାରୀ ଓ ତଟ ସୁରକ୍ଷା ବାହିନୀଙ୍କ ଭୂମିକାକୁ ନେଇ ଅନେକ ଅସମାହିତ ପ୍ରଶ୍ନ ରହିଛି ବୋଲି ବୁଦ୍ଧିଜୀବୀ ନିରାକାର ସ୍ବାଇଁ, ଲକ୍ଷ୍ମୀକାନ୍ତ ସ୍ବାଇଁ, ସୁବାସ ସ୍ବାଇଁ ପ୍ରମୁଖ ଅଭିଯୋଗ କରିଛନ୍ତି। ଟ୍ରଲରଗୁଡ଼ିକ ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳରୁ ବହୁ ମୂଲ୍ୟବାନ ସାମୁଦ୍ରିକ ମାଛ ଧରୁଛନ୍ତି। ତେବେ ଏହି ଅଞ୍ଚଳରେ ମାଳ ମାଳ ମାଛ ଧରା ଟ୍ରଲରକୁ ପ୍ରଶାସନ ପକ୍ଷରୁ କାହିଁକି ଜବତ କରାଯାଉନାହିଁ ବୋଲି ସାଧାରଣରେ ଅଭିଯୋଗ କରାଯାଉଥିଲେ ମଧ୍ୟ ପ୍ରଶାସନ ନୀରବ ଦ୍ରଷ୍ଟା ସାଜିଛି। ଏହାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ଉପକୂଳ ବାହାକୁଦ ଗଁା ନିକଟ ମହାନଦୀ କୂଳରେ ଡେରା ପକାଇଥିବା ମାଳ ମାଳ ମାଛ ଧରା ଟ୍ରଲର। ଏ ସମ୍ପର୍କରେ ଜମ୍ବୁ ସାମୁଦ୍ରିକ ଥାନା ଅଧିକାରୀ ପରେଶ କୁମାର ମହାନ୍ତିଙ୍କୁ ପଚାରିବାରେ ଟ୍ରଲରଗୁଡିକ ନିଷିଦ୍ଧାଞ୍ଚଳରେ ପ୍ରବେଶ କରିଥିବା ଖବର ମିଳଛି। ଖୁବ୍‌ଶୀଘ୍ର ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri