ଶେହବାଜଙ୍କ ବିରୋଧରେ ଦେଶଦ୍ରୋହ ମାମଲା

ଇସ୍‌ଲାମାବାଦ,୨୧ା୯: ପରବର୍ତ୍ତୀ ସେନା ମୁଖ୍ୟ ନିଯୁକ୍ତି ସମ୍ପର୍କରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ନିଜ ବଡ଼ ଭାଇ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫ୍‌ଙ୍କ ପରାମର୍ଶ ଲୋଡ଼ି ଅଡ଼ୁଆରେ ଫସିଛନ୍ତି। ଦୁର୍ନୀତି ନିରୋଧୀ କୋର୍ଟ ଦ୍ୱାରା ଦୋଷୀ ସାବ୍ୟସ୍ତ ହେବା ପରେ ଚିକିତ୍ସା ଆଳରେ ଲଣ୍ଡନ ପଳାୟନ କରିଥିବା ନଓ୍ବାଜ ଶରିଫ୍‌ ପାକିସ୍ତାନ ପାଇଁ ଜଣେ ପଳାତକ। ଜାତୀୟ ନିରାପତ୍ତା ସମ୍ପର୍କିତ ନିଷ୍ପତ୍ତି ପୂର୍ବରୁ ଏଭଳି ବ୍ୟକ୍ତିଙ୍କ ପରାମର୍ଶ ନେବା ଦେଶଦ୍ରୋହ ବୋଲି ବିରୋଧୀ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ୍‌ (ପିଟିଆଇ) କହିଛି। ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ପିଟିଆଇ ପଞ୍ଜାବ ପ୍ରଦେଶରେ କ୍ଷମତାସୀନ। ପଞ୍ଜାବ ବିଧାନସଭାରେ ପିଟିଆଇ ପକ୍ଷରୁ ଶେହବାଜ୍‌ଙ୍କ ବିରୋଧରେ ଦେଶଦ୍ରୋହ ମାମଲାର ଶୁଣାଣି ଉଦ୍ଦେଶ୍ୟରେ ଆଗତ ଏକ ସଂକଳ୍ପନାମା ଗୃହୀତ ହୋଇଛି। ପ୍ରକାଶ ଯେ, ଶେହବାଜ ବ୍ରିଟେନର ଦିବଂଗତ ମହାରାଣୀ ଏଲିଜାବେଥ୍‌ ୨ୟଙ୍କ ଅନ୍ତ୍ୟେଷ୍ଟି କ୍ରିୟାରେ ଯୋଗଦେବା ପାଇଁ ଲଣ୍ଡନ ଯାଇଥିବାବେଳେ ପିଏମ୍‌ଏଲ୍‌ (ଏନ୍‌) ମୁଖ୍ୟ ନଓ୍ବାଜ ଶରିଫଙ୍କୁ ଭେଟିଥିଲେ। ବର୍ତ୍ତମାନର ସେନାମୁଖ୍ୟ ଜେନେରାଲ କମାର ଜାଭେଦ ବାଜଓ୍ବା ଆସନ୍ତା ନଭେମ୍ବରରେ ଅବସର ନେବାକୁ ଥିବାବେଳେ ତାଙ୍କ ସ୍ଥାନରେ କାହାକୁ ନିଯୁକ୍ତି ଦିଆଯିବ ବୋଲି ସେହି ସମୟରେ ବଡ଼ଭାଇଙ୍କୁ ପଚାରି ବୁଝିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?