Posted inଜାତୀୟ

ଦେଶଦ୍ରୋହ ଆଇନ, ୧୩ ହଜାରରୁ ଅଧିକ ଲୋକ ଜେଲ୍‌ରେ…

ନୂଆଦିଲ୍ଲୀ, ୧୧।୫ : ଦେଶରେ ଦେଶଦ୍ରୋହ ଆଇନ ଉପରେ ଚାଲିଥିବା ଶୁଣାଣି ମଧ୍ୟରେ ସୁପ୍ରିମକୋର୍ଟ ବୁଧବାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଅଦାଲତ ବର୍ତ୍ତମାନ ପର୍ଯ୍ୟନ୍ତ ଆଇନକୁ ସ୍ଥଗିତ ରଖିଛନ୍ତି। ବିଶେଷ କଥା ହେଉଛି ଆଇନର ସମୀକ୍ଷା ବିଷୟରେ କେନ୍ଦ୍ର ସରକାର ଆଲୋଚନା କରିଛନ୍ତି। ଅଦାଲତ କହିଛନ୍ତି ଯେ ସମୀକ୍ଷା ସମାପ୍ତ ନହେବା ପର୍ଯ୍ୟନ୍ତ ଏହି ସ୍ଥଗିତାଦେଶ ଜାରି ରହିବ।

ଭବିଷ୍ୟତରେ ଧାରା ୧୨୪-ଏ ଅନ୍ତର୍ଗତ ଥିବା ଏଫ୍‌ଆଇଆର୍‌ ଗୁଡିକ କେବଳ ପୋଲିସ ଅଧୀକ୍ଷକ କିମ୍ବା ତଦୁର୍ଦ୍ଧ୍ୱ ଅଧିକାରୀଙ୍କ ଦ୍ୱାରା ଅନୁସନ୍ଧାନ ପରେ ପଞ୍ଜୀକୃତ ହୋଇପାରିବ ବୋଲି କେନ୍ଦ୍ର ସରକାର ପ୍ରସ୍ତାବ ଦେଇଛନ୍ତି। ସରକାର କହିଛନ୍ତି ଯେ ବିଚାରାଧୀନ ମାମଲାରେ ଜାମିନର ଶୀଘ୍ର ବିଚାର ପାଇଁ କୋର୍ଟ ନିର୍ଦ୍ଦେଶ ଦେଇପାରିବେ।

ଆବେଦନକାରୀଙ୍କ ପକ୍ଷରୁ ହାଜର ହୋଇଥିବା ଆଇନଜୀବୀ କପିଲ ସିବଲ କହିଛନ୍ତି ଯେ ସାରା ଦେଶରେ ୮୦୦ରୁ ଅଧିକ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଏହା ଯୋଗୁ ୧୩ ହଜାରରୁ ଅଧିକ ଲୋକ ଜେଲରେ ଅଛନ୍ତି।

ତେବେ ଏସବୁ ଅଭିଯୁକ୍ତମାନେ ଜାମିନ ପାଇଁ ଅଦାଲତରେ ଆବେଦନ କରିପାରିବେ ବୋଲି ଶୀର୍ଷକୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

ରେଲେଓ଼୍ବର ବଡ଼ ଘୋଷଣା, ଟ୍ରେନରେ ମିଳିବ…

ନୂଆଦିଲ୍ଲୀ,୩୦।୧୨: କୁହୁଡ଼ି ଯୋଗୁଁ ଉତ୍ତର ଭାରତରେ ପ୍ରତିଦିନ ଅନେକ ଟ୍ରେନ ବିଳମ୍ୱ ହୁଏ। କମ କିମ୍ୱା ଶୂନ୍ୟ ଦୃଶ୍ୟମାନତା ଟ୍ରେନ ଗତିକୁ ବହୁ ପରିମାଣରେ ହ୍ରାସ...

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri