ପେନ୍‌ସନ୍‌ ଟଙ୍କା କରାଇ ଦେବାକୁ କହି ନେଉଥିଲେ ଲାଞ୍ଚ

ଜୟପୁର,୨୫ା୧୦(ପବନ ପାଣିଗ୍ରାହୀ): ଏରିୟର୍‌ ଏବଂ ପେନ୍‌ସନ୍‌ ଟଙ୍କା କରାଇ ଦେବାକୁ କହି ସ୍ବତନ୍ତ୍ର କୋଷାଗାରର ପିଅନ ହରିଶ୍ଚନ୍ଦ୍ର ମହାପାତ୍ର ଲାଞ୍ଚ ନେଉଥିବା ବେଳେ କୋରାପୁଟ ଜିଲା ଜୟପୁର ଭିଜିଲାନ୍ସ ଟିମ୍‌ ଶନିବାର ଚଢ଼ାଉ କରିଛି। ହରିଶ୍ଚନ୍ଦ୍ର ଜଣେ ବ୍ୟକ୍ତଙ୍କଠାରୁ ୪୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ ଧରିଥିଲା।

ସୂଚନା ଅନୁଯାୟୀ, ଭରତ ନାୟକ ନାମକ ଜଣେ ବ୍ୟକ୍ତିଙ୍କ ଶ୍ୱଶୁର ରାଜେନ୍ଦ୍ର ଖରାଙ୍କ ମୃତ୍ୟୁ ପରେ ଶାଶୁ ପ୍ରେମନଳିନୀ ଖରା ଜୟପୁର ସେଟଲମେଣ୍ଟ ଅଫିସରେ ପିଅନ ଭାବେ କାର୍ଯ୍ୟରତ ଅଛନ୍ତି। ଭରତ ଶ୍ୱଶୁରଙ୍କ ଏରିୟର ଓ ପେନ୍‌ସନ୍‌ ଟଙ୍କା କରାଇଦେବାକୁ ହରିଶ୍ଚନ୍ଦ୍ରଙ୍କୁ କହିଥିଲେ। ଏଥିରେ ହରିଶ୍ଚନ୍ଦ୍ର ଯାହା ପେନ୍‌ସନ୍‌ ଓ ଏରିୟର ଟଙ୍କା ହେବ ଏହାର ଅଧା ଲାଞ୍ଚ ଦେବାକୁ ଭରତଙ୍କୁ ଦାବି କରିଥିଲେ। ଭରତ ଏଥିରେ ରାଜି ହୋଇ ୪ ଦିନ ତଳେ ହରିଶ୍ଚନ୍ଦ୍ରଙ୍କୁ ୪୦ ହଜାର ଟଙ୍କା ଦେଇଥିଲେ।

ଏହାପରେ ସେ ଜୟପୁର ଭିଜିଲାନ୍ସ ଥାନାର ଦ୍ୱାରସ୍ଥ ହୋଇ ଅଭିଯୋଗ କରିଥିଲେ। ଯୋଜନା ମୂତାବକ ଶନିବାର ଭରତ ଆଉ ୪୭ ହଜାର ଟଙ୍କା ଲାଞ୍ଚ ଦେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ହରିଶ୍ଚନ୍ଦ୍ରଙ୍କୁ କାବୁ କରିଥିଲା। ଚଢ଼ାଉରେ ଭିଜିଲାନ୍ସ ବିଭାଗର ୭ ଜଣିଆ ଟିମ୍‌ ସାମିଲ ହୋଇଥିଲେ। ଜୟପୁର ଏଲ୍‌ଆଇସି କଲୋନିର ସରକାରୀ ଜାଗାରେ ଥିବା ହରିଶ୍ଚନ୍ଦ୍ରଙ୍କ ୨ ମହଲା କୋଠାରେ ଯାଞ୍ଚ ଜାରି ରହିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାରେ ଭାଜପା ପକ୍ଷରୁ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା, ସାମିଲ ହେଲେ ବିଧାୟକଙ୍କ ସହ…

ପାଟଣା,୧୨।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ଏକ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ମୁଖ୍ୟାଳୟ ପ୍ରାଚୀନ ଆନନ୍ଦେଶ୍ୱର…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

ଭିଜିଲାନ୍ସ ଜାଲରେ ବ୍ରହ୍ମପୁର CDAO, ୧୫ ହଜାର ଲାଞ୍ଚ ନେଇ ଧରାପଡ଼ିଲେ

ବ୍ରହ୍ମପୁର,୧୨ା୮: ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲା କୃଷି ଅଧିକାରୀ (CDAO) ବ୍ୟୋମକେଶ ମିଶ୍ର । ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ…

ବରଗଡ଼ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ ଘଟଣା: ଜିଲାପାଳ ଓ ଏସପିଙ୍କୁ ଭେଟିଲା ଅଲ୍ ଓଡିଶା ଲୟର୍ସ ଆସୋସିଏସନ୍

ବରଗଡ଼,୧୨।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଓକିଲ ସଂଘ ସଭାପତି ଭୀଷ୍ମଦେବ ସରାଫଙ୍କ ପ୍ରତି ଗତ ୬ ତାରିଖରେ ହୋଇଥିବା ଆକ୍ରମଣ ଘଟଣାର ତ୍ୱରିତ ତଦନ୍ତ ଏବଂ ଆଇନଜୀବୀମାନଙ୍କୁ…

ପୁରୀ ବେଳାଭୂମି ହେବ ଆଧ୍ୟାତ୍ମିକ ବେଳାଭୂମି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧୨ା୮: ପୁରୀ ଗୋବର୍ଦ୍ଧନ ପୀଠର ସର୍ବାଙ୍ଗୀନ ବିକାଶ, ସୁରକ୍ଷା ଏବଂ ଶ୍ରୀଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଲୋକ ସେବା…

ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ୍ ହୋଇ ଘର ଜଳିଗଲା, ଅଳ୍ପକେ ବର୍ତ୍ତିଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ନୂଆଗୁଡା ଗ୍ରାମରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗ୍ରାମର ହୀରା ବିଶି ନାମକ ଜଣେ ବିଧବା ମହିଳା…

ସାନଖେମୁଣ୍ଡିରେ ବନ ବିଭାଗ ପ୍ରକଳ୍ପରୁ ସାମଗ୍ରୀ ଚୋରି: ପାଣି ମୋଟର-ସୋଲାର ପ୍ୟାନେଲ ଜବତ, ଜେଲ୍‌ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ପଞ୍ଚାୟତ ଅନ୍ତର୍ଗତ ସଅଁଢେପ ଗ୍ରାମର ଏକ ବନ ବିଭାଗ ଜଳାଶୟ ପ୍ରକଳ୍ପରୁ ବିଭିନ୍ନ ସାମଗ୍ରୀ ଚୋରି…

ଭଞ୍ଜନଗରରେ ଖରିଫ୍ ଧାନକିଣା: ଅଗଷ୍ଟ ୩୧ ପର୍ଯ୍ୟନ୍ତ ଚାଲିବ ପଞ୍ଜୀକରଣ, ତାଲିମ୍ ଶିବିରରେ…

ଭଞ୍ଜନଗର,୧୨।୮(ବାବୁଲା ପ୍ରଧାନ)- ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଖରିଫ୍ ଧାନକିଣା ପାଇଁ ଚାଷୀ ପଞ୍ଜୀକରଣ ଉପରେ ଏକ ଉପଖଣ୍ଡସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri