ଅଜଣା ରୋଗପୋକ ପରେ କରାମାଡ଼

ବରଗଡ଼ ଅଫିସ୍‌/ସରଣ୍ଡା, ୨୩।୪: (ଡି.ଏନ.ଏ.) ବରଗଡ଼ ଜିଲା ଚାଷୀଙ୍କ ଦୁଃଖ ସରୁନାହିଁ । ଧାନ ଅମଳକ୍ଷମ ଅବସ୍ଥାକୁ ଆସିଥିବାବେଳେ ଫସଲରେ ଅଜଣା ରୋଗପୋକ ଉପଦ୍ରବ ହୋଇଥିଲା। ତାର ପ୍ରତିକାର ନ ସରୁଣୁ ଶନିବାର ସନ୍ଧ୍ୟାରେ ଝଡ଼ବର୍ଷା ସହ କରାମାଡ଼ ହୋଇଛି । ଫଳରେ ଜିଲାର ଅତାବିରା ଏବଂ ବରଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ ବ୍ୟାପକ ଧାନ ପସଲ ଉଜୁଡ଼ି ଯାଇଛି । ଅତାବିରା ବ୍ଲକର ଗୋଡ଼ଭଗା, ଅତାବିରା, ପରମାଣପୁର, ଲସ୍ତଲା, ଭୁର୍ସିପାଲି, ଟିଙ୍ଗିପାଲି, ଡୁମ୍ବେରପାଲି, ହିର୍ଲିପାଲି, ଲଚିଦା, ଲୁରୁପାଲି, ନୂଆଁଖଇରପାଲି, ତାଲପଦରଟିକ୍ରା, ବରଗଡ଼ ବ୍ଲକର କୁର୍ଲା, ସର୍ଲା, ନୁନିଆଁ ଜାମପାଲି, ରୁଷିପାଲି, ବନ୍ଦା ସମେତ ଅନେକ ଅଞ୍ଚଳରେ ଧାନ ଫସଲ କ୍ଷତିଗ୍ରସ୍ତ ହୋଇଛି । କାଳବୈଶାଖୀ ଯୋଗୁ ଚାଷୀଙ୍କ ମାନସିକ ସ୍ଥିତି ଦୋହଲି ପଡ଼ିଛି ।
ବରଗଡ଼ ଜିଲାରେ ପ୍ରାୟତଃ ଅଧିକାଂଶ ଧାନ ଅମଳକ୍ଷମ ଅବସ୍ଥାରେ ରହିଛି। ଆଉ ୨ସପ୍ତାହ ପରେ ଜିଲାର ଅତାବିରାରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ କରିବାକୁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଛି। ଏହା ପୂର୍ବରୁ ଅଜଣା ରୋଗରେ ଧାନକେଣ୍ଡା ଏବଂ ଗଛର ଅଗ୍ରଭାଗ ଶୁଖିଯିବାରୁ ଏପର୍ଯ୍ୟନ୍ତ ତାର ପ୍ରତିକାର ହୋଇପାରିନାହିଁ। ନେକ୍‌ ବ୍ଲାଷ୍ଟ ରୋଗ ବୋଲି ତାକୁ କୁହାଯାଉଥିଲେ ସୁଦ୍ଧା କୀଟନାଶକ ପ୍ରୟୋଗ ସତ୍ତ୍ବେ ତାହା ଦମନ ହୋଇ ପାରିନାହିଁ ବୋଲି ଚାଷୀନେତା ହର ବଣିଆ କହିଛନ୍ତି।
ଅନ୍ୟପକ୍ଷେ ଯେଉଁ ଫସଲ ଅଜଣା ରୋଗରୁ ରକ୍ଷା ପାଇଯାଇଥିଲା ଶନିବାର ଅପରାହ୍ନ ୫ଟାରୁ ତୁହାକୁ ତୁହା କରାମାଡ଼ ଯୋଗୁ ତାହା ନଷ୍ଟ ହୋଇ ପଡ଼ିଛି । ଏଥର ଫସଲ ଆରମ୍ଭରୁ ଅନୁକୂଳ ପାଗ ଯୋଗୁ ଧାନ ଭଲ ଅମଳ ହେବ ବୋଲି ଚାଷୀମାନେ ଆଶା ବାନ୍ଧିଥିଲେ । ମାତ୍ର ଧାନ ଅମଳକ୍ଷମ ହେବାକୁ ସମୟ ଯେତିକି ପାଖେଇଲା, ଅଜଣା ରୋଗପୋକ ଏବଂ କାଳବୈଶାଖୀ ପ୍ରଭାବରେ ଫସଲ ନଷ୍ଟ ହେବା ଚାଷୀଙ୍କ ପାଇଁ ଚଡ଼କ ସଦୃଶ ପାଲଟିଛି। କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତ ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦେବାକୁ ଚାଷୀ ମହଲରେ ଦାବି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ରେଳ ଷ୍ଟେଶନରୁ ନାବାଳକ ଚାଲାଣ ବେଳେ ଧରିଲା ପ୍ରଶାସନ: ୪ ଉଦ୍ଧାର, ୨ ଦଲାଲ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ରେଳ ଷ୍ଟେଶନ ପରିସରରୁ ଏକ ବଡ଼ ଧରଣର ନାବାଳକ ଚାଲାଣ ଉଦ୍ୟମକୁ ପଣ୍ଡ କରିଛି ପ୍ରଶାସନ। ଜିଲା…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri