୧୦୦ ବଦଳରେ ୨୭ ବେଡ୍‌ରେ ଚିକିତ୍ସା

ସମ୍ବଲପୁର,୪।୧(ବ୍ୟୁରୋ): ବହୁ ବାଦବିବାଦ ପରେ ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ କୋଭିଡ-୧୯ ମେଡିକାଲ କରାଯାଇଥିଲା। ତେବେ କୋଭିଡ ମେଡିକାଲ ଗତ ନଭେମ୍ବର ୧୯ରୁ ଭିମ୍‌ସାର ସ୍ଥାନାନ୍ତର ହେବା ପରେ ମଧ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତିରେ ସୁଧାର ଆସିନାହିଁ। ସେ ସମୟରେ ଯାହାକୁ ନେଇ ଭୟ କରାଯାଉଥିଲା ଏବେ ତାହା ସତ ହୋଇଛି । ମେଡିସିନ ବିଭାଗରେ ମହିଳା ଓ ପୁରଷଙ୍କ ପାଇଁ ୧୦୦ ଶଯ୍ୟା ରହିଥିଲା। ଏବେ କେବଳ ୨୭ ଶଯ୍ୟା ରହିଛି। ତେଣୁ ରୋଗୀ ଚିକିତ୍ସାରେ ବାଧା ଉପୁଜିଛି। କୋଭିଡ ସମୟରେ ପୁରଷ ମେଡିସିନ ୱାର୍ଡକୁ ଆଇସିୟୁଓ ମହିଳା ମେଡିସିନ ୱାର୍ଡକୁ ଆଇସୋଲେସନ ୱାର୍ଡ କରାଯାଇଥିଲା। ପୂର୍ବରୁ ପଡିଥିବା ବେଡ ସଂଖ୍ୟାରେ ଏବେ ହ୍ରାସ ପାଇଛି। ଏବେ ପ୍ରତିଦିନ ଆସୁଥିବା ରୋଗୀଙ୍କ ପାଇଁ ଚିକିତ୍ସାରେ ବାଧା ହେଉଛି। ପ୍ରତିଦିନ ୧୦ରୁ ୧୨ ଜଣ ରୋଗୀ ମେଡିସିନ ବିଭାଗରେ ଭର୍ତ୍ତି ହେଉଛନ୍ତି। ତାହା ତୁଳନାରେ ୩ରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରୁଛନ୍ତି। ତେଣୁ ରୋଗୀ ମାନଙ୍କୁ ଚିକିତ୍ସା ସେବା ଯୋଗାଇଦେବା କଷ୍ଟକର ହୋଇ ପଡିଛି। ଏବେ ଶୀତ କାକରରେ ରୋଗୀ ଓ ସମ୍ପର୍କୀୟମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନେକ ସମୟରେ ଡାକ୍ତରମାନେ ଶଯ୍ୟା ଅଭାବରୁ ଭିମ୍‌ସାରକୁ ରୋଗୀ ସ୍ଥାନାନ୍ତର କରୁଛନ୍ତି । ଫଳରେ ସେମାନେ ହଇରାଣ ଓ ଖର୍ଚ୍ଚାନ୍ତ ହେଉଛନ୍ତି। ଛୋଟ ଓ ସାଧାରଣ ରୋଗୀମାନେ ମଧ୍ୟ ବାଧ୍ୟ ହୋଇ ଘରୋଇ ମେଡିକାଲକୁ ଯାଉଛନ୍ତି। ଏ ଦିଗରେ ଜିଲା ପ୍ରଶାସନ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହେଉଛି। ଏ ସମ୍ପର୍କରେ ଏଡିିଏମ୍‌ଓ ଅଲେଖ ମହାପାତ୍ର କହିଛନ୍ତି ଯେ, ସମସ୍ୟା ଉପରେ ଅବଗତ ରହିଛୁ। ଏ ନେଇ ବିଭାଗୀୟ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯାଇଛି। ଖୁବ୍‌ଶୀଘ୍ର ଏହାର ସମାଧାନ ହୋଇଯିବ ବୋଲି ସେ କହିଥିଲେ।
ସୂଚନାଯୋଗ୍ୟ, ଜିଲା ସଦର ଡାକ୍ତରଖାନାକୁ ପ୍ରତିଦିନ ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରୁ ରୋଗୀମାନେ ଚିକିତ୍ସା ପାଇଁ ଆସନ୍ତି। କୋଭିଡ ମେଡିକାଲ ବନ୍ଦ ହେବା ପରେ ରୋଗୀ ସଂଖ୍ୟାରେ ବୃଦ୍ଧି ପାଇଛି । ଏବେ ଏହି ଡାକ୍ତରଖାନାରେ ବିଭିନ୍ନ ସମସ୍ୟା ଲାଗି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ଭଟଲି ରାଇସ୍‌ ମିଲ୍‌ରୁ ଧରାପଡ଼ିଲା ଛତିଶଗଡ଼ ଧାନ, ଥାନାରେ ଅଟକ ରଖି ପୋଲିସର ତଦନ୍ତ, ଦାବିଦାର ଆସୁ ନଥିବାରୁ…

ବରଗଡ଼,୨୩।୫(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟକୁ ଦିନକ ପରେ ୨ସପ୍ତାହ ପୂରିବ। କିନ୍ତୁ ଜିଲାରେ ଧାନ କିଣାବିକା ଶୀଥିଳ ହୋଇ ପଡ଼ିଛି। ମଣ୍ଡିକୁ ଧାନ ଆସୁଛି,…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri