କ୍ୟାଣ୍ଡେଲ, ମୋବାଇଲ ଆଲୁଅରେ ଚିକିତ୍ସା

ପୋଲସରା,୧୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅବ୍ୟବସ୍ଥା ମଧ୍ୟରେ ଚାଲିଛି। ରବିବାର ସନ୍ଧ୍ୟାରେ ବିଦ୍ୟୁତ୍‌ କାଟ ହୋଇଥିବା ବେଳେ କ୍ୟାଣ୍ଡେଲ ଓ ମୋବାଇଲ ଫୋନ୍‌ ଆଲୁଅରେ ରୋଗୀ ଚିକିତ୍ସା କରାଯାଇଛି। ଏପରିକି ଜଣେ ମହିଳାଙ୍କ ପ୍ରସବ ମଧ୍ୟ କରାଯାଇଛି। ପୋଲସରା ସ୍ବାସ୍ଥ୍ୟକେନ୍ଦ୍ରରେ ଏହି ସମସ୍ୟା ନିତିଦିନିଆ ବୋଲି ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଅଭିଯୋଗ କରିଛନ୍ତି।
ଗ୍ରାମର ତପସ୍ବିନୀ ସାହୁ କହିଛନ୍ତି, ଅପରାହ୍ନ ପ୍ରାୟ ୪ଟାରେ ଜଣେ ସମ୍ପର୍କୀୟ ମାଉସୀଙ୍କ ପ୍ରସବ ବେଦନା ହୋଇଥିଲା। ତେଣୁ ତାଙ୍କୁ ପୋଲସରା ଡାକ୍ତରଖାନାକୁ ଆଣିଥିଲେ। ସେଠାରେ କୌଣସି ସୁବିଧା ନ ଥିଲା। ସନ୍ଧ୍ୟା ୭ଟାରେ ମାଉସୀଙ୍କ ଏକ ଶିଶୁପୁତ୍ର ଜନ୍ମ ନେଇଥିଲା। ପିଲା ଜନ୍ମ ବେଳେ ଡାକ୍ତରଖାନାରେ ବିଦ୍ୟୁତ୍‌ ନ ଥିଲା। ବିକଳ୍ପ ଭାବେ ଜେନେରେଟରର ମଧ୍ୟ ସୁବିଧା ନ ଥିବାରୁ ନର୍ସମାନେ ମୋବାଇଲ ଫୋନ୍‌ ଲାଇଟ ପକାଇ ଇଞ୍ଜେକସନ ଦେଲେ ଏବଂ ପ୍ରସବ ମଧ୍ୟ କରାଇଥିଲେ। ସେହିପରି ଅନ୍ୟ ଓ୍ବାର୍ଡରେ ମଧ୍ୟ ମହମବତି ଓ ମୋବାଇଲ ଲାଇଟରେ ଚିକିତ୍ସା କରାଯାଇଥିବା ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ କହିଥିଲେ। ଅବହେଳା କରୁଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହିତ ସମସ୍ୟା ସମାଧାନ ଦିଗରେ ଦୃଷ୍ଟି ଦେବାକୁ ତପସ୍ବିନୀ ଓ ଅନ୍ୟମାନେ ଦାବି କରିଛନ୍ତି। ଅନ୍ୟପକ୍ଷରେ ଏ ନେଇ ଡିୟୁଟିରେ ଥିବା ଡାକ୍ତର ପ୍ରଜ୍ଞା ପ୍ରଥମାଙ୍କୁ ପଚାରିବାରେ ସେ କହିଛନ୍ତି, ବିଦ୍ୟୁତ ଗଲାପରେ କୌଣସି ସୁବିଧା ନାହିଁ। ତେଣୁ ମହମବତି ହେଉ କି ମୋବାଇଲ ଲାଇଟ ଲଗାଇ ରୋଗୀଙ୍କ ସେବା କରିବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଅବକାରୀ ବିଭାଗ: ମୋହନାରୁ ଯାଉଥିଲା ବ୍ରହ୍ମପୁର…

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁ ଛକ ନିକଟରୁ ଗୁରୁବାର ଅବକାରୀ କର୍ମଚାରୀ ୨ଜଣ ଯୁବକଙ୍କ ନିକଟରୁ ୯ କେଜି ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?