ବୋଦାବଳି ପାଇଁ ରାସ୍ତାରୁ ହଟୁନିି ଗଛ

ପାଟଣା,୯ା୫(ବୀର କିଶୋର ଦାଶ): ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପୂର୍ତ୍ତ ବିଭାଗ ତୁରୁମୁଙ୍ଗା ଚମ୍ପୁଆ କାଞ୍ଜିଆଶୁଳା ମୁଖ୍ୟରାସ୍ତାର ନେଉଳିପଶି ନିକଟରେ ଶୁକ୍ରବାର ସକାଳେ ଏକ ବିରାଟକାୟ ଠାକୁରାଣୀ ଶାଳଗଛ ରାସ୍ତା ଉପରେ ଉପୁଡ଼ି ପଡିଛି। ରାସ୍ତା ଅବରୋଧ ହୋଇ ଉଭୟ ପାର୍ଶ୍ୱରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି। ମାତ୍ର ଏହା ଏକ ଠାକୁରାଣୀ ଶାଳଗଛ ହୋଇଥିବାରୁ ପୂଜାପାଠ ପୂର୍ବରୁ ଗଛ କାଟି ହେବନାହିଁ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ବୋଦା ବଳି ଦେଇ ପୂଜା ପରେ ଗଛ କଟାଯିବ। ଫଳରେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳକୁ ଯାଇଥିଲେ ହେଁ ଗଛ ନ କାଟି ଫେରିଆସିଛନ୍ତି। ଉଭୟ ପାର୍ଶ୍ୱରେ ଅନେକ ଗାଡ଼ି ଅଟକି ରହିଥିବା ବେଳେ ଛୋଟ ଗାଡ଼ିଗୁଡ଼ିକ ଗାଁ ରାସ୍ତା ଦେଇ ଯିବାଆସିବା କରୁଛି। ସ୍ଥାନୀୟ ଲୋକଙ୍କ କହିବା ଅନୁଯାୟୀ, ଏହା ଏକ ଠାକୁରାଣୀ ଶାଳଗଛ। ପାରମ୍ପରିକ ରୀତିନୀତି ଅନୁସାରେ ଏକ ବୋଦା ବଳି ଦେଇ ପୂଜା କରାଯିବ, ପରେ ଯାଇ ଗଛ କଟାଯିବ। ଗଛ ପଡ଼ିବା ପୂର୍ବରୁ ଦେହୁରୀ ଖାଇଦେଇଥିବାରୁ ଗଛ କଟାହୋଇ ନ ଥିଲା। ଏବେ ବୋଦା ଯୋଗାଡ଼ ପାଇଁ ବିଭାଗୀୟ ଅଧିକାରୀ ନାକେଦମ ହୋଇପଡ଼ିଛନ୍ତି। ବୋଦା ଯୋଗାଡ଼ ହେଲେ ପୂଜାର୍ଚ୍ଚନା ହୋଇ ଗଛକୁ କାଟି ରାସ୍ତା ଉପରୁ ସଫା କରାଯିବ। ଖବର ଲେଖାହେବା ପର୍ଯ୍ୟନ୍ତ ରାସ୍ତାରେ ଗଛ ପଡ଼ି ରହିଥିଲା। ଶୀଘ୍ର ରାସ୍ତା ସଫା କରି ଯାତାୟାତ ସ୍ବାଭାବିକ କରିବାକୁ ବିଭିନ୍ନ ମହଲରେ ଦାବି ହେଉଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri