ରାସ୍ତା ପ୍ରଶସ୍ତୀକରଣ ନାଁରେ ଗଛକଟା

ଦେଓଗାଁ,୨୯ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ ଭୂତିଆରବାହାଲ ଛକରୁ ଦେଷଣ୍ଡ ଭାୟା ଟିକ୍ରାପଡା ପୂର୍ତ୍ତ ବିଭାଗ ରାସ୍ତାର ଉଭୟ ପାର୍ଶ୍ୱରେ ରହିଥିବା ବହୁ ପୁରାତନ ଗଛକୁ ରାସ୍ତା ପ୍ରଶସ୍ତିକରଣ ନାଁରେ କାଟି ଦିଆଯାଉଥିବା ଦେଖିବାକୁ ମିଳିଛି। ଗତ ୧୫ ଦିନ ହେଲା ଗଛକଟା ଚାଲିଛି। ଫଳରେ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଉକ୍ତ ରାସ୍ତା ପାର୍ଶ୍ୱରେ ମହୁଲ, ଜାମୁକୋଳି, ଆମ୍ବ, ଚାର, ନିମ୍ବ ସମେତ ଅନ୍ୟାନ୍ୟ ମୂଲ୍ୟବାଦ ଗଛ ଅନେକ ବର୍ଷ ହେଲା ରହିଛି। ନିକଟବର୍ତ୍ତୀ ଗାଁର ଲୋକେ ଏହି ଗଛଗୁଡିକ ଉପରେ ନିର୍ଭର କରି ପୋଟ ପୋଷି ଆସୁଥିଲେ। ଏଣୁ ଉକ୍ତ ଅଞ୍ଚଳର ଅନେକ ପରିବାର ଏବେ ଜୀବନ ଜୀବିକା ହରାଇବା ଚିନ୍ତାରେ ଥିବା ବେଳେ ସେହି ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ମତପ୍ରକାଶ ପାଇଛି। ମୁଖ୍ୟତଃ ପଥିକ ମାନେ ଗ୍ରୀଷ୍ମ ଋତୁରେ ଗଛର ଛାଇରେ ବିଶ୍ରାମ ନେବା ସହ ପରିବେଶ ସନ୍ତୁଳନ ରହୁଥିଲା। ବର୍ତ୍ତମାନ ଜଙ୍ଗଲ କ୍ଷୟ ସହ ଜଳବାୟୁରେ ବିରାଟ ପରିବର୍ତ୍ତନ ଆସିଛି। ଏବେ ଜଳବାୟୁ ପରିବର୍ତ୍ତନ ମାନବ ସମାଜ ପାଇଁ ମୁଖ୍ୟସଙ୍କଟ ଭାବେ ଉଭା ହେଲାଣି। ଏଣୁ ବିଭିନ୍ନ ସଂଗଠନ ସମେତ ସରକାର ମଧ୍ୟ ନୂତନ ବନୀକରଣ ଦିଗରେ ବିପୁଳ ପରିମାଣର ଅର୍ଥ ବ୍ୟୟ କରି ଚାଲିଛନ୍ତି। ହେଲେ ବାସ୍ତବ କ୍ଷେତ୍ରରେ ସରକାରୀ ତଥ୍ୟ ଓ ପ୍ରକୃତ ବନୀକରଣ ମଧ୍ୟରେ ଅନେକ ତଫାତ ପରିଲକ୍ଷିତ ହେଉଛି। କାଗଜକଲମରେ ଶହ ଶହ ହେକ୍ଟର ଜମିରେ ବନୀକରଣ ହୋଇଥିବା ଦର୍ଶାଯାଉଥିବା ବେଳେ ପ୍ରକୃତରେ ତାହା ହୋଇ ନ ଥିବାରୁ ଜଙ୍ଗଲ ବୃଦ୍ଧି ହେଉନାହିଁ। ଅନ୍ୟପକ୍ଷରେ ରାସ୍ତା ପ୍ରଶସ୍ତିକରଣ, କଳକାରଖାନା ସ୍ଥାପନ ତଥା ଅନ୍ୟାନ୍ୟ ସରକାରୀ, ବେସରକାରୀ ସଂସ୍ଥାର ସ୍ବାର୍ଥକୁ ପ୍ରାଧାନ୍ୟ ଦେଇ ବହୁ ପୁରାତନ ଗଛ ଗୁଡିକୁ କାଟିଦେବା ପାଇଁ ବନବିଭାଗ ଅନୁମତି ଦେଉଛି। ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ଏସଡିଓ ସାଲହା ଟୁଡୁଙ୍କୁ ପଚାରିବାରେ ଆମ ବିଭାଗର ଡିଭିଜନ ୧ ତରଫରୁ ଓ ବନ ବିଭାଗକୁ ଅନୁମତି ମାଗିଲା ପରେ ଓଏଫଡିସି ଗଛ କାଟୁଛି ବୋଲି କହିଥିଲେ। ତେବେ ଲୋକଙ୍କ ଅନିଚ୍ଛା ସତ୍ତ୍ୱେ ଗଛଗୁଡିକ କାଟି ଦିଆଯାଉଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ

ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri