ରାସ୍ତା ନିର୍ମାଣ କାର୍ଯ୍ୟରେ ଗଛ କାଟିବା ଘଟଣା : ୫ ଗ୍ରାମବାସୀଙ୍କୁ ଗିରଫ କଲା ବନ ବିଭାଗ

ବାରିପଦା ଅଫିସ,୨୪ା୩: ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ ହଳଦୀବଣି ସେକ୍ସନ ଜଡ଼ିପାଳ ଅଞ୍ଚଳରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବେଆଇନ ଗଛ କଟାଯିବା ଘଟଣାରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ ଘଟଣାରେ ୫ଜଣ ଗ୍ରାମବାସୀଙ୍କୁ ବାରିପଦା ବନ ବିଭାଗ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ କୁଳିଅଣା ଥାନା ଅନ୍ତର୍ଗତ ଝିନେଇ ଗ୍ରାମର ବାଙ୍କ ବିହାରୀ ସିଂ(୪୫), ଗୌର ସିଂ(୩୨), ଗୋପାଳ ସିଂ(୩୫), ସୋମନାଥ ସିଂ(୩୨) ଓ ଚୈତନ ସିଂ(୩୩)।
ସୂଚନା ଅନୁଯାୟୀ, ଶିମିଳିପାଳ ପାଦଦେଶ ଅଞ୍ଚଳର ଜଡ଼ାପାଳ-ଝିନେଇ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତାର ପ୍ରଶସ୍ତିକରଣ କାର୍ଯ୍ୟ ଚାଲୁ ରହିଥିଲା। ରାସ୍ତା ପାଶର୍‌ବରେ ରାତି ଅଧିଆ ମେସିନ ଦ୍ବାରା ବ୍ୟାପକ ଭାବେ ୬୭ଗୋଟି ଗଛ କଟାଯାଇଥିଲା। ପରେ ବନ ବିଭାଗ ପକ୍ଷରୁ ଘଟଣାସ୍ଥଳରୁ ୧୩୦ ଖଣ୍ଡ କାଠଗଣ୍ଡି ଜବତ କରାଯାଇ ଜଙ୍ଗଲ ଆଇନ ଖିଲାପ କରାଯାଇଥିବା ନେଇ ମାମଲା ରୁଜୁ ହୋଇଥିଲା। ଏସିଏଫଙ୍କ ନେତୃତ୍ୱରେ ଏକ ଟିମ୍‌ ଗଠନ କରାଯାଇ ତଦନ୍ତ କରାଯାଇ ନୋଟିସ୍‌ ଜାରି କରାଯାଇଥିଲା। ତଦନ୍ତ ରିପୋର୍ଟ ଅନୁଯାୟୀ ୫ ଗ୍ରାମବାସୀ ଗିରଫ କରାଯାଇଛି ବୋଲି ବାରିପଦା ରେଞ୍ଜର ଲକ୍ଷ୍ମୀଧର ବେହେରା ସୂଚନା ଦେଇଛନ୍ତି। ଗଛ କାଟିବା ନେଇ ଠିକାଦାରଙ୍କୁ କୌଣସି ପ୍ରକାର ନିର୍ଦ୍ଦେଶ ଦେଇ ନ ଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଅଧିକାରୀ ଇଂ ଅଶ୍ୱନୀ ଦଣ୍ଡପାଟ କହିଛନ୍ତି। ତେବେ କେଉଁ କାରଣ ପାଇଁ କାହା ନିର୍ଦ୍ଦେଶରେ ଗଛ କଟାଗଲା ସେନେଇ ଠିକାଦାରଙ୍କୁ ତଦନ୍ତ ପରିସର ଭୁକ୍ତ କରିବା ଆବଶ୍ୟକତା ରହିଛି। ଘଟଣାରେ ଠିକାଦାରଙ୍କ ସମ୍ପୃକ୍ତି ନେଇ ବିଭାଗୀୟ ତଦନ୍ତ ପ୍ରକ୍ରିୟା ଜାରି ରହିଛି ବୋଲି ବାରିପଦା ବନଖଣ୍ଡ ଅଧିକାରୀ ସନ୍ତୋଷ କୁମାର ଯୋଶୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ କୋଟି ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…

ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…

ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…

ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…

ନଡ଼ିଆ ଗଛରୁ ବାଘୁଆ ମହୁମାଛି ବାହାରି ହଠାତ କଲା ଆକ୍ରମଣ: ବୃଦ୍ଧ ଗୁରୁତର, ୪ ଯୁବକ…

ମୋହନା,୬।୪:(ମନ୍ମଥ ମିଶ୍ର): ବାଘୁଆ ମହୁମାଛି ଆକ୍ରମଣରେ ୪ ଆହତ ଜଣେ ବୃଦ୍ଧ ଗୁରୁତର। ଏଭଳି ଘଟଣା ଘଟିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ଗାଁରେ।…

ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri