ଲଗାଣ ବର୍ଷାରେ ଘର ଉପରେ ପଡ଼ିଲା ଗଛ

ଥୁଆମୂଳ ରାମପୁର,୩ା୭(ଦୁର୍ଗା କୀର୍ତ୍ତି);କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ କାଳୀ ମନ୍ଦିର ପଡ଼ାର ପଦୁକିଶୋର ପୂଝାରୀଙ୍କ ଘର ଉପରେ ମଙ୍ଗଳବାର ଏକ ଆମ୍ବଗଛର ବିରାଟକାୟ ଶୁଖିଲା ଡାଳ ଭାଙ୍ଗିପଡ଼ିଛି। ରାତି ସାଢ଼େ ୮ଟାରେ ନିଜ ପରିବାର ସହ ସେ ଭୋଜନ କରିବାକୁ ବସିଥିଲେ। ଏହି ସମୟରେ ଘର ପାଖରେ ଥିବା ଆମ୍ବଗଛର ଏକ ଶୁଖିଲା ଡାଳ ତାଙ୍କ ଘର ଉପରେ ପଡ଼ିଯାଇଥିଲା। ଫଳରେ ଘରର ଆଜ୍‌ବେଷ୍ଟସଗୁଡିକ ଭାଙ୍ଗିବା ସହିତ ଘରଭିତରେ ଥିବା ଅନେକ ଜିନିଷପତ୍ର ବ୍ୟାପକ କ୍ଷତି ହୋଇଛି। ଏଥିରେ ପଦୁକିଶୋରଙ୍କ ସହ ସ୍ତ୍ରୀ ରଞ୍ଜିତା ଓ ଝିଅ ସୃଷ୍ଟି ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଚିକିତ୍ସା ପରେ ବୁଧବାର ସକାଳେ ଡାକ୍ତରଖାନାରୁ ନିଜ ଘରକୁ ଫେରିଛନ୍ତି। ଘରର କ୍ଷୟକ୍ଷତି ଅନୁସାରେ ପ୍ରଶାସନ ସହାୟତା ଦେବା ସହ ତୁରନ୍ତ କ୍ଷତିଗ୍ରସ୍ତ ପରିବାରକୁ ପଲିଥିନ ଯୋଗାଇବା ପାଇଁ ସାଧାରଣରେ ଦାବି ହେଉଛି। ଖବର ପାଇ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ତୁଳସୀ ନିଆଲ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଥିବା ବେଳେ କ୍ଷୟକ୍ଷତିର ଆକଳନ ପରେ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ନିଆଲ ସୂଚନା ଦେଇଛନ୍ତି। ତେବେ ଲଗାଣ ବର୍ଷା ଜାରି ରହିଥିବାରୁ ପରିବାର ଲୋକେ କାହା ଘରେ ମୁଣ୍ଡ ଗୁଞ୍ଜି ରହିବେ ତାହାକୁ ନେଇ ଚିନ୍ତାପ୍ରକଟ କରିଛନ୍ତି ପଦୁକିଶୋର। ସେଭଳି ସ୍ଥାନୀୟ ତାଲାବନ୍ଦ ପଡ଼ାର ଜଗତ୍ରାମ ଦୁର୍ଗାଙ୍କ ଘର ମଧ୍ୟ ଲଗାଣ ବର୍ଷରେ ଭୁଶୁଡ଼ି ପଡ଼ିଥିବାରୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି I


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri