ଲଗାଣ ବର୍ଷାରେ ଘର ଉପରେ ପଡ଼ିଲା ଗଛ

ଥୁଆମୂଳ ରାମପୁର,୩ା୭(ଦୁର୍ଗା କୀର୍ତ୍ତି);କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ କାଳୀ ମନ୍ଦିର ପଡ଼ାର ପଦୁକିଶୋର ପୂଝାରୀଙ୍କ ଘର ଉପରେ ମଙ୍ଗଳବାର ଏକ ଆମ୍ବଗଛର ବିରାଟକାୟ ଶୁଖିଲା ଡାଳ ଭାଙ୍ଗିପଡ଼ିଛି। ରାତି ସାଢ଼େ ୮ଟାରେ ନିଜ ପରିବାର ସହ ସେ ଭୋଜନ କରିବାକୁ ବସିଥିଲେ। ଏହି ସମୟରେ ଘର ପାଖରେ ଥିବା ଆମ୍ବଗଛର ଏକ ଶୁଖିଲା ଡାଳ ତାଙ୍କ ଘର ଉପରେ ପଡ଼ିଯାଇଥିଲା। ଫଳରେ ଘରର ଆଜ୍‌ବେଷ୍ଟସଗୁଡିକ ଭାଙ୍ଗିବା ସହିତ ଘରଭିତରେ ଥିବା ଅନେକ ଜିନିଷପତ୍ର ବ୍ୟାପକ କ୍ଷତି ହୋଇଛି। ଏଥିରେ ପଦୁକିଶୋରଙ୍କ ସହ ସ୍ତ୍ରୀ ରଞ୍ଜିତା ଓ ଝିଅ ସୃଷ୍ଟି ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଚିକିତ୍ସା ପରେ ବୁଧବାର ସକାଳେ ଡାକ୍ତରଖାନାରୁ ନିଜ ଘରକୁ ଫେରିଛନ୍ତି। ଘରର କ୍ଷୟକ୍ଷତି ଅନୁସାରେ ପ୍ରଶାସନ ସହାୟତା ଦେବା ସହ ତୁରନ୍ତ କ୍ଷତିଗ୍ରସ୍ତ ପରିବାରକୁ ପଲିଥିନ ଯୋଗାଇବା ପାଇଁ ସାଧାରଣରେ ଦାବି ହେଉଛି। ଖବର ପାଇ ସ୍ଥାନୀୟ ରାଜସ୍ବ ନିରୀକ୍ଷକ ତୁଳସୀ ନିଆଲ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରି ଫେରିଥିବା ବେଳେ କ୍ଷୟକ୍ଷତିର ଆକଳନ ପରେ ସରକାରୀ ସହାୟତା ଯୋଗାଇ ଦିଆଯିବ ବୋଲି ନିଆଲ ସୂଚନା ଦେଇଛନ୍ତି। ତେବେ ଲଗାଣ ବର୍ଷା ଜାରି ରହିଥିବାରୁ ପରିବାର ଲୋକେ କାହା ଘରେ ମୁଣ୍ଡ ଗୁଞ୍ଜି ରହିବେ ତାହାକୁ ନେଇ ଚିନ୍ତାପ୍ରକଟ କରିଛନ୍ତି ପଦୁକିଶୋର। ସେଭଳି ସ୍ଥାନୀୟ ତାଲାବନ୍ଦ ପଡ଼ାର ଜଗତ୍ରାମ ଦୁର୍ଗାଙ୍କ ଘର ମଧ୍ୟ ଲଗାଣ ବର୍ଷରେ ଭୁଶୁଡ଼ି ପଡ଼ିଥିବାରୁ ସରକାରୀ ସହାୟତା ଯୋଗାଇଦେବାକୁ ସାଧାରଣରେ ଦାବି ହେଉଛି I


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ପୁଣି ସ୍କ୍ରବ ଟାଇଫସ୍: ଆକ୍ରାନ୍ତ ଚିହ୍ନଟ ପରେ ଲୋକେ ଆତଙ୍କିତ

ପଦ୍ମପୁର,୧୪।୭(ପ୍ରଦୀପ୍ତ ଦାଶ):  ବରଗଡ଼ ଜିଲାକୁ ପୁଣି ସ୍କ୍ରବ୍ ଟାଇଫସ୍ ରୋଗ ଫେରିଛି। ଏଥିରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍...

ପୁଅ ବିବାହ କରିବାକୁ ରାଜି ନ ହେବାରୁ ପ୍ଲାଟଫର୍ମରେ କୀଟନାଶକ ପିଇଦେଲେ  ମା’ବାପା: ପରେ…

ଦିଗପହଣ୍ଡି,୧୪।୭(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଲକ୍ଷ୍ମୀ ନାରାୟଣପୁର ଗ୍ରାମର ଏମ.ରଞ୍ଜନ ଦୋରା ବିବାହ କରିବାକୁ ରାଜି ନ ହେବାରୁ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...

ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା...

ରେଳବିଭାଗରେ ଚାକିରି କରାଇବା ନାଁରେ ୮୬ ଲକ୍ଷ ଟଙ୍କା ଠକେଇ: ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ରେଳବିଭାଗରେ ଚାକିରି କରାଇବା ନାଁରେ ୭ ଜଣ ଯୁବକଙ୍କୁ ଠାରୁ ୮୬ ଲକ୍ଷ ୫୦ ହଜାର ଟଙ୍କା ଠକେଇ ହୋଇଥିବା ଅଭିଯୋଗ...

ଧରିତ୍ରୀ ୱେବ ପ୍ରଭାବ: ଯୋଡ଼ା ଲଘୁଚାପଜନିତ କ୍ଷୟକ୍ଷତି ଆକଳନ କଲା ରାଜସ୍ବ ବିଭାଗ

କୁଆଁରମୁଣ୍ଡା,୧୪।୦୭(ମହେନ୍ଦ୍ର କୁମାର ସାହୁ): ଯୋଡ଼ା ଲଘୁଚାପ ଯୋଗୁ ସୁନ୍ଦରଗଡ଼ରେ ବାଦଲ ଫଟା ବର୍ଷା ହୋଇଛି। ଜାତୀୟ ରାଜପଥରେ ଆଣ୍ଠୁଏ ପାଣି ଶୀର୍ଷକ ଏକ ଖବର ଧରିତ୍ରୀ...

FM ପୀଡ଼ିତା ଛାତ୍ରୀଙ୍କୁ ଭେଟିଲେ ରାଷ୍ଟ୍ରପତି: ପଚାରି ବୁଝିଲେ ସ୍ବାସ୍ଥ୍ୟାବସ୍ଥା

ଭୁବନେଶ୍ୱର,୧୪।୭: ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟବର୍ଷରେ ଅଧ୍ୟୟନରତା ଜଣେ ଛାତ୍ରୀ ଆତ୍ମାହୁତି ଦେଇଛନ୍ତି। ଏହି ଛାତ୍ରୀ ଜଣଙ୍କ ଗୁରୁତର ଅବସ୍ଥାରେ...

ସାର୍‌ ନିଆଁ ଲଗାଇ ଦେଇଛନ୍ତି… ବାଲେଶ୍ୱର ଘଟଣାରେ ପୀଡ଼ିତା ଛାତ୍ରୀଙ୍କ ମା’ଙ୍କ ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୧୪।୭: ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି। ଏହି ଘଟଣାରେ ସୋମବାର ପୀଡ଼ିତା ଛାତ୍ରୀଙ୍କ ମା’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri