କେସିଙ୍ଗା ମେଡିକାଲ ଉପରେ ପଡ଼ିଲା ଗଛ, ଭାଙ୍ଗିଗଲା….

କେସିଙ୍ଗା,୧୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ବର୍ହିବିଭାଗ ସମ୍ମୁଖରେ ପଡ଼ିଗଲା ବିରାଟକାୟ ଗଛ । ଅଳ୍ପକେ ଦୁର୍ଘଟଣା ବର୍ତ୍ତିଯାଇଛି କହିଲେ ଅତ୍ୟୁକ୍ତି ହେବ ନାହିଁ । ବହୁ ପୁରୁଣା ବିରାଟକାୟ ପିପଲ୍ ଗଛର ଅଧାଭାଗ ବୁଧବାର ଅପରାହ୍ନ ପ୍ରାୟ ସାଢେ ତିନିଟା ସମୟରେ ଅଚାନକ ଭାଙ୍ଗି ହସ୍ପିଟାଲ ସମ୍ମୁଖରେ ପଡ଼ି ଯାଇଥିଲା। କିନ୍ତୁ ଭଗବାନଙ୍କ କୃପାରୁ କୌଣସି ରୋଗୀଙ୍କ କିଛି ବି କ୍ଷତି ହୋଇ ନାହିଁ ।

ଯାହାବି ହେଉ ଗଛଭାଙ୍ଗିବା ସମୟରେ ବାହାରେ କୌଣସି ରୋଗୀଙ୍କ କିମ୍ବା ସମ୍ପର୍କୀୟ କେହି ନ ଥିଲେ । ନହେଲେ ଅନେକ ଧନଜୀବନ କ୍ଷୟକ୍ଷତି ହୋଇଥାନ୍ତା। ଅଳ୍ପକେ ବଞ୍ଚିଗଲେ ରୋଗୀ ଓ ତାଙ୍କ ସମ୍ପର୍କୀୟ । କାହାକୁ କିଛି ହୋଇନଥିଲେ ମଧ୍ୟ ବାହିର୍ବିଭାଗ କୋଠା ଉପରେ ପଡ଼ିବାରୁ କୋଠାର ଅନେକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । କେସିଙ୍ଗା ଗୋଷ୍ଠୀ କେନ୍ଦ୍ରର ଅଧିକ୍ଷକ ଡ଼ା . ରବୀନ୍ଦ୍ର ନାଥ ଖଟୁଆ ସଙ୍ଗେ ସଙ୍ଗେ କେସିଙ୍ଗା ଦମକଳ ବାହିନୀକୁ ଖବର ଦେବା ପରେ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଥିଲେ ଏବଂ ଗଛ କାଟି ବର୍ହିବିଭାଗକୁ ଯିବା ପାଇଁ ରାସ୍ତା ଅବରୋଧ ହଟାଇ ଥିଲେ। ଯାହାଫଳରେ କୌଣସି ରୋଗୀ କିମ୍ବା ମେଡ଼ିକାଲ କର୍ମଚାରୀଙ୍କ କ୍ଷୟ କ୍ଷତି ହୋଇ ନ ଥିବାର ଜଣା ପଡ଼ିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

ହରିହର ଯୋର ଡ୍ୟାମରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ୪ଟି ଗେଟ୍‌ ଦେଇ ପାଣି ଛଡ଼ାଗଲା

ଅମରପାଲି, ୨୬/୭ (ପୀତାମ୍ବର ସାହୁ): ଗତକାଲି ରାତିସାରା ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଦୁର୍ଜନତୈଲା ପଞ୍ଚାୟତରେ ଅବସ୍ଥିତ ହରିହର ଯୋର ମଧ୍ୟମ…

୨୦୨୮ କର୍ନାଟକ ବିଧାନସଭା ନିର୍ବାଚନ, ବହୁ ପୂର୍ବରୁ ବଡ଼ ଘୋଷଣା କଲେ ସିଦ୍ଧରାମୈୟା

ବେଙ୍ଗାଲୁରୁ,୨୬।୭: କର୍ନାଟକ ରାଜନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ କଂଗ୍ରେସ ଦଳର ଜଣେ ଦୃଢ଼ ନେତା ସିଦ୍ଧରାମୈୟା ଘୋଷଣା…

ସଡ଼କ ପରେ ଏବେ ସଂସଦ…, କେସି ଭେନୁଗୋପାଳଙ୍କ ବଡ଼ ଦାବି, କହିଲେ-କ୍ଷମା ମାଗନ୍ତୁ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତୃତ୍ୱାଧୀନ ବିରୋଧୀ ଦଳ ପ୍ରତିବାଦ କରୁଥିବା ଛାତ୍ରଙ୍କ ଉପରେ ପୋଲିସର କଥିତ ବର୍ବରତା ପ୍ରସଙ୍ଗରେ ସଂସଦରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଛି। ସୂତ୍ର ଅନୁଯାୟୀ,…

୧ ମାସ ପୂର୍ବରୁ ହିଁ ହୋଇଯାଇଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଭବିଷ୍ୟବାଣୀ! ସାମ୍ନାକୁ ଆସିଥିବା ଭିଡିଓ ଉଡ଼ାଇଦେବ ହୋସ୍‌!

ନୂଆଦିଲ୍ଲୀ,୨୬।୭: କକ୍ରୋଚ ଜନତା ପାର୍ଟିର ଆନ୍ଦୋଳନ ପରେ କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନିଜର ଇସ୍ତଫା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଦାନ କରିଥିଲେ, ଯାହା…

ଇରାନର ଭୟ ନା ଅନ୍ୟ କିଛି? ତୁର୍କୀ ଅଭିମୁଖେ ଯାତ୍ରା କରିବା ସମୟରେ ଟ୍ରମ୍ପଙ୍କ ବିମାନ ଗତିପଥ ବଦଳାଇ ଦେଇଥିଲା

ଓ୍ବାଶିଂଟନ,୨୬।୭: ତୁର୍କୀ ଗସ୍ତ ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କଥା ସାମ୍ନାକୁ ଆସିଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଇରାନ-ସମର୍ଥିତ…

ଲୋୟର ସୁକତେଲର ୩ ଗେଟ୍‌ ଖୋଲିଲା: ଛଡ଼ାଗଲା ପ୍ରଥମ ବନ୍ୟାଜଳ, ପାଣିଘେରରେ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର,୨୬ା୭(ସୁନିଲ କୁମାର ମହାନ୍ତି): ଉପରମୁଣ୍ଡରେ ପ୍ରବଳ ଲଗାଣ ବର୍ଷା ଯୋଗୁ ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମର ୩ଟି ଗେଟ୍‌ ଖୋଲାଯାଇଛି। ରବିବାର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri