ଦୋକାନ ଉପରେ ପଡିଲା ରାସ୍ତାକଡରେ ଥିବା ବିଶାଳକାୟ ଗଛ, ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ: ଲୋକଙ୍କ ମଧ୍ୟରେ ଅସନ୍ତୋଷ

ପଟ୍ଟାଙ୍ଗି, ୮।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସ୍ଥିତ ଜାତୀୟ ରାଜପଥ କଡରେ ଥିବା ଏକ ଗଛ ପଡି ଦୋକାନ ଗୃହ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଯିବା ନେଇ କୁନେଇ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି । ସୂଚନା ଅନୁଯାୟୀ ବ୍ଲକ କାର୍ଯ୍ୟାଳୟ ନିକଟରେ ରହିଥିବା ଏକ ବରଗଛ ହଠାତ୍‌ ଭାଙ୍ଗି ରାଜପଥ ଉପରେ ପଡିଯିବା ଫଳରେ ଗଛ ତଳେ ରହିଥିବା ଡମ୍ବରୁ ଧର ନାୟକଙ୍କ ଡ୍ରେସ ଆଇରନ ଦୋକାନ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିବା ସହ ଦୋକାନ ଭିତରେ ଆଇରନ ହୋଇ ରହିଥିବା କିଛି ଲୋକଙ୍କ ଡ୍ରେସ୍‌ ମଧ୍ୟ ନଷ୍ଟ ହୋଇଯାଇଛି । ଫଳରେ ଲୋକଙ୍କ ଡ୍ରେସ ଆଇରନ କରି ଘର ଚଳାଉଥିବା ଡମ୍ବରୁଙ୍କ ଚିନ୍ତା ବଢାଇ ଦେଇଥିବା ବେଳେ ସ୍ଥାନୀୟ ବ୍ଲକ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଇ ଡମ୍ବରୁଙ୍କୁ ସହଯୋଗର ହାତ ବଢାଇବା ପାଇଁ ଦାବି କରିଛନ୍ତି । ସେପଟେ ଗଛ ନିକଟରେ ରହିଥିବା ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ସମସ୍ତ ତାର ନଷ୍ଟ ହୋଇଥିବାବେଳେ ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳେ ପହଞ୍ଚି ପଡିଯାଇଥିବା ଗଛକୁ କାଟି ସଫା କରିଥିଲେ ମଧ୍ୟ ଦୋକାନ ଏବଂ ବିଦ୍ୟୁତ୍‌ ଖୁଣ୍ଟ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି । ଉକ୍ତ ଦୃଶ୍ୟକୁ ନେଇ ଜାତୀୟ ରାଜପଥ କଡରେ ରହିଥିବା ବିପଦଜନକ ଗଛକୁ ଚିହ୍ନଟ କରି କ୍ଷତିଗ୍ରସ୍ତ ହେବା ପୂର୍ବରୁ ପଦକ୍ଷେପ ନେବା ପାଇଁ ପ୍ରଶାସନକୁ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି । ଯାହାକି ଏହିପରି ବିପଦଜନକ ଭାବେ ରହିଥିବା ପଶୁ ଚିକିତ୍ସାଳୟ ପାଚେରୀକୁ ଲାଗି ରହିଥିବା କୃଷ୍ଣ ଚୁଡା ଗଛ କେତେବେଳେ ପଡିଯିବ ତାହା କହି ହେବନାହିଁ । ଏହାକୁ ନେଇ ବିଭିନ୍ନ ମାଧ୍ୟମରେ ବ୍ଲକ ପ୍ରଶାସନକୁ ଦୃଷ୍ଟି ଆକର୍ଷଣ କରା ାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇ ନଥିବା ବେଳେ ଏହା ଉପରେ ଦୃଷ୍ଟି ଦେଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ଦାବି ହୋଇଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?