Posted inଜାତୀୟ

ବୃକ୍ଷ ଚାରା ରୋପଣ ଦୁର୍ନୀତି: ଗାତ ଖୋଳା ପାଇଁ ୬୬୨ ନକଲି ଭାଉଚର

ଲକ୍ଷ୍ନୌ,୮।୩: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ସରକାରରେ ହୋଇଥିବା ଏକ ବଡ଼ ଧରଣ ଦୁର୍ନୀତିର ପର୍ଦ୍ଦାଫାଶ୍‌ କରାଯାଇଛି। ରାଜ୍ୟରେ ବୃକ୍ଷ ଚାରା ରୋପଣରେ ଦୁର୍ନୀତି ହୋଇଥିବା ଜଣାପଡ଼ିଛି। ପ୍ରଧାନ ମହାଲେଖାକାରଙ୍କ ଅଡିଟ୍‌ ରିପୋର୍ଟରେ ଏହା ଉଲ୍ଲେଖ ହୋଇଛି। ରାଜ୍ୟରେ ୨୦୧୭, ୨୦୧୮ ଏବଂ ୨୦୧୯ରେ ମଞ୍ଜୁରୀ ହୋଇଥିବା ବିଲ୍‌ରେ ଚାରା ରୋପଣ ପାଇଁ ଗାତ ଖୋଳା ଯିବା ନେଇ ୬୬୨ଟି ନକଲି ଭାଉଚର ପ୍ରସ୍ତୁତ ହୋଇଥିଲା। ଗାତ ଖୋଳା କାର୍ଯ୍ୟରେ ଜେସିବି ବ୍ୟବହାର କରାଯାଇଥିବା କାଗଜ ପତ୍ରରେ ଦର୍ଶାଇ ଲକ୍ଷ ଲକ୍ଷ ଟଙ୍କାର ଠକେଇ ହୋଇଥିବା ଜଣାପଡ଼ିଛି। ଗାତ ଖୋଳା ଏବଂ ପାଣି ଦେବା କାର୍ଯ୍ୟରେ ବ୍ୟବହାର କରାଯାଇଥିବା ଗାଡ଼ିର ନମ୍ବର ପ୍ରକୃତରେ ସ୍କୁଟର ଏବଂ ମୋଟର ସାଇକେଲ ନମ୍ବର ବୋଲି ଅନୁସନ୍ଧାନରୁ ସରକାର ଜାଣିପାରିଛନ୍ତି। ସରକାରଙ୍କ ପକ୍ଷରୁ ଏନେଇ ପଦକ୍ଷେପ ଗ୍ରହଣ କରାଯାଇଛି। ଏହା ଦ୍ୱାରା ୧୮ ଡିଏଫ୍‌ଓ ହରଡ଼ଘଣାରେ ପଡ଼ିବେ ବୋଲି ତଦନ୍ତକାରୀ ଅଧିକାରୀଙ୍କ ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri