କାଳବୈଶାଖୀରେ ଭାଙ୍ଗିଲା ଗଛ, ଛିଣ୍ଡିଲା ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ,୭।୫: ବରଗଡ଼ ଜିଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ତୋଫାନ ସାଙ୍ଗକୁ ବର୍ଷା ଯୋଗୁ ବିଶେଷକରି ବରଗଡ଼ ସହରରେ ଏହାର ପ୍ରଭାବ ଅଧିକ ରହିଥିଲା। ପ୍ରବଳ ବେଗରେ ପବନ ବହିବାରୁ ସହରରେ ରହିଥିବା ବହୁ ଗଛ ଡାଳ ଭାଙ୍ଗି ଯାଇଛି। ଅନେକ ସ୍ଥାନରେ ଆଜବେଷ୍ଟସ୍‌ ଛାତ ଉଡି ଯାଇଥିବା ବେଳେ ବିଦ୍ୟୁତ୍‌ ତାର ଛିଣ୍ଡିଯାଇଛି। ସହରର ରାସ୍ତା ପାଶର୍‌ବରେ ଲାଗିଥିବା ହୋର୍ଡିଂଗୁଡିକ ଭାଙ୍ଗି ପଡିଛି। ଗଛ ଡାଳଗୁଡିକ ବିଦ୍ୟୁତ୍‌ ତାର ଉପରେ ପଡିଯିବାରୁ ବିଦ୍ୟୁତ୍‌ ସରବରାହ ବ୍ୟାହତ ହୋଇଛି। ଲାଇନ ନ ଥିବାରୁ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ବରଗଡ଼ ଗାନ୍ଧୀଛକ, ଏସ୍‌ପି ଅଫିସ ସମ୍ମୁଖ ଶକ୍ତି ନଗର, ଗୁରୁଦ୍ୱାରା-ରେଳଷ୍ଟେଶନ ରାସ୍ତା ଆଦି ସ୍ଥାନରେ ଗଛ, ଡାଳ ଭାଙ୍ଗି ପଡିଥିବା ଯୋଗୁ ଦୀର୍ଘ ସମୟ ଧରି ରାସ୍ତା ଅବରୋଧ ହୋଇରହିଥିଲା। ପ୍ରବଳ ପବନ ଯୋଗୁ ବ୍ରହ୍ମବିହାରସ୍ଥିତ ରାମମନ୍ଦିର କଲ୍ୟାଣ ମଣ୍ଡପ ଶେଡ୍‌ ଭୁଶୁଡି ପଡ଼ିଛି। ସହରର ଅନ୍ୟ କେତେକ ସ୍ଥାନରେ ମଧ୍ୟ ଏଭଳି କ୍ଷୟକ୍ଷତି ହୋଇଥିବା ବେଳେ ଜିଲାର ଅନ୍ୟ ସ୍ଥାନରେ କାଳବୈଶାଖୀର ଆଂଶିକ ପ୍ରଭାବ ପଡିଛି। ଅନ୍ୟପକ୍ଷେ କାଳବୈଶାଖୀର ଏଭଳି ତାଣ୍ଡବ ଦେଖି ଚାଷୀକୁଳ ଚିନ୍ତିତ ହୋଇପଡିଛନ୍ତି। ଜିଲାରେ ରବିଧାନ ଅମଳ ଆରମ୍ଭ ହୋଇଯାଇଛି। ଏଭଳି ଝଡବର୍ଷା ଲାଗି ରହିଲେ ଚାଷୀଙ୍କ ଅମଳ ଧାନ ଉଜୁଡ଼ିବା ଆଶଙ୍କା ରହିଛି। ସେହିପରି ମଣ୍ଡିଗୁଡିକରେ ଏବେଠାରୁ ପର୍ଯ୍ୟାପ୍ତ ବ୍ୟବସ୍ଥା କରା ନ ଗଲେ ଧାନ ସଂଗ୍ରହ ବେଳେ ମଣ୍ଡିରେ ଧାନ ସୁରକ୍ଷିତ ରଖିବାକୁ ଚାଷୀଙ୍କୁ ବିଗତବର୍ଷ ଭଳି ହଟହଟା ହେବାକୁ ପଡିବ। ଫଳରେ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ନେବାକୁ ଚାଷୀ ମହଲରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri