ବୃକ୍ଷ ହିଁ ଜୀବନ: ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଜରୁରୀ

କେସିଙ୍ଗା,୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିକାରିଣୀ ସ୍ନିଗ୍ଧା ସରିତା ବଳିଆର ସିଂଙ୍କ ନେତୃତ୍ୱରେ ୭୬ତମ ବନ ମହୋତ୍ସବ ପାଳିତ ହୋଇ ଯାଇଛି। ତୃତୀୟ ଦିବସରେ ଚାଂଚେର ଓ ତୁଣ୍ଡଳା ସରକାରୀ ହାଇସ୍କୁଲରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବନାଞ୍ଚଳ ଅଧିନସ୍ଥ କଣ୍ଠପଡ଼ା ସେକ୍ସନ ବନପାଳ ବିଶି କେଶନ କରୁଆଁଙ୍କ ସହଯୋଗରେ କସୃପଡା ସେକ୍ସନ ଅନ୍ତର୍ଗତ ତୁଣ୍ଡଲା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କେସିଙ୍ଗା ରେଞ୍ଜ ଅଧିକାରିଣୀ ସ୍ନିଗ୍ଧା ସରିତା ବଳିଆର ସିଂ, ତୁଣ୍ଡଳା ସରପଞ୍ଚ ସରୋଜ ସେଠ, ଶ୍ରାବଣୀ ବାନାର୍ଜୀ ସେକ୍ସନ ବନରକ୍ଷୀ ରାଜଲକ୍ଷ୍ମୀ ପଧାନ, ସୁଜାତା ବାଗ, ରୁକ୍ମଣୀ ମାଝୀ ତଥା ପି.ଏନ.ଜି.ଓ. କର୍ମଚାରୀଙ୍କ ସମେତ ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ପଧାନ,ସହକାରୀ ଶିକ୍ଷକ, କର୍ମଚାରୀଙ୍କ ସମେତ
ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ଏହି ବନ ମହୋତ୍ସବରେ ଅଂଶଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବନବିଭାଗ କର୍ମଚାରୀ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା କର୍ମଚାରୀ ଓ ଛାତ୍ରୀଛାତ୍ରଙ୍କ ନେତୃତ୍ୱରେ ବିଭିନ୍ନ ଜାଗାରେ ବୃକ୍ଷରୋପଣ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ବୃକ୍ଷ ହିଁ ଜୀବନ ଓ ବୃକ୍ଷ ରୋପଣର ମୁଳ ଉଦ୍ଦେଶ୍ୟ ବିଷୟରେ ରେଞ୍ଜ ଅଧିକାରିଣୀ ଉପସ୍ଥିତ ସମସ୍ତଙ୍କୁ ବୁଝାଇଥିଲେ। ଉକ୍ତ କାର୍ଯକ୍ରମରେ ବୃକ୍ଷ ରୋପଣର ଆବଶ୍ୟକତା ଉପରେ ହୃଦବୋଧ କରାଇ ମା’ ପାଇଁ ଗଛଟିଏ, ଶିଶୁ ପାଇଁ ଗଛଟିଏ ଲଗାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ଦ୍ବାରା ଶପଥ ପାଠ କରାଯାଇଥିଲା।

ଏହି ୭୬ବନ ମହୋତ୍ସବ ପାଳନର ମୂଳ ଉଦ୍ଦେଶ୍ୟ ବିଷୟରେ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସଚେତନ କରିବା ସହ ବୃକ୍ଷରୋପଣ ପାଇଁ ଆଗ୍ରହ ବଢାଇବା ସହିତ ପରିବେଶ ସୁରକ୍ଷା ପାଇଁ ସଚେତନ ବାର୍ତ୍ତା ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ପାଇଁ ପ୍ରଧାନ ଶିକ୍ଷକ ତଥା ସମସ୍ତ କର୍ମଚାରୀ ବନ ବିଭାଗଙ୍କୁ ଧନ୍ୟବାଦ ଜଣାଇ ବିଦ୍ୟାଳୟ ପରିସରରେ ଓ ପ୍ରତ୍ୟେକ ଛାତ୍ରୀଛାତ୍ର ଗୋଟିଏ ବୃକ୍ଷ ରୋପଣ ପାଇଁ ସହୋଯୋଗ କାମନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri