ବୃକ୍ଷ ହିଁ ଜୀବନ: ପରିବେଶ ସୁରକ୍ଷା ପାଇଁ ବୃକ୍ଷରୋପଣ ଜରୁରୀ

କେସିଙ୍ଗା,୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିକାରିଣୀ ସ୍ନିଗ୍ଧା ସରିତା ବଳିଆର ସିଂଙ୍କ ନେତୃତ୍ୱରେ ୭୬ତମ ବନ ମହୋତ୍ସବ ପାଳିତ ହୋଇ ଯାଇଛି। ତୃତୀୟ ଦିବସରେ ଚାଂଚେର ଓ ତୁଣ୍ଡଳା ସରକାରୀ ହାଇସ୍କୁଲରେ ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବନାଞ୍ଚଳ ଅଧିନସ୍ଥ କଣ୍ଠପଡ଼ା ସେକ୍ସନ ବନପାଳ ବିଶି କେଶନ କରୁଆଁଙ୍କ ସହଯୋଗରେ କସୃପଡା ସେକ୍ସନ ଅନ୍ତର୍ଗତ ତୁଣ୍ଡଲା ଉଚ୍ଚ ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ କେସିଙ୍ଗା ରେଞ୍ଜ ଅଧିକାରିଣୀ ସ୍ନିଗ୍ଧା ସରିତା ବଳିଆର ସିଂ, ତୁଣ୍ଡଳା ସରପଞ୍ଚ ସରୋଜ ସେଠ, ଶ୍ରାବଣୀ ବାନାର୍ଜୀ ସେକ୍ସନ ବନରକ୍ଷୀ ରାଜଲକ୍ଷ୍ମୀ ପଧାନ, ସୁଜାତା ବାଗ, ରୁକ୍ମଣୀ ମାଝୀ ତଥା ପି.ଏନ.ଜି.ଓ. କର୍ମଚାରୀଙ୍କ ସମେତ ପ୍ରଧାନ ଶିକ୍ଷକ ଯତୀନ୍ଦ୍ର ପଧାନ,ସହକାରୀ ଶିକ୍ଷକ, କର୍ମଚାରୀଙ୍କ ସମେତ
ବିଦ୍ୟାଳୟର ସମସ୍ତ ଛାତ୍ରୀଛାତ୍ର ଏହି ବନ ମହୋତ୍ସବରେ ଅଂଶଗ୍ରହଣ କରିଥିଲେ।

ଏହି କାର୍ଯ୍ୟକ୍ରମରେ ବନବିଭାଗ କର୍ମଚାରୀ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା କର୍ମଚାରୀ ଓ ଛାତ୍ରୀଛାତ୍ରଙ୍କ ନେତୃତ୍ୱରେ ବିଭିନ୍ନ ଜାଗାରେ ବୃକ୍ଷରୋପଣ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା। ବୃକ୍ଷ ହିଁ ଜୀବନ ଓ ବୃକ୍ଷ ରୋପଣର ମୁଳ ଉଦ୍ଦେଶ୍ୟ ବିଷୟରେ ରେଞ୍ଜ ଅଧିକାରିଣୀ ଉପସ୍ଥିତ ସମସ୍ତଙ୍କୁ ବୁଝାଇଥିଲେ। ଉକ୍ତ କାର୍ଯକ୍ରମରେ ବୃକ୍ଷ ରୋପଣର ଆବଶ୍ୟକତା ଉପରେ ହୃଦବୋଧ କରାଇ ମା’ ପାଇଁ ଗଛଟିଏ, ଶିଶୁ ପାଇଁ ଗଛଟିଏ ଲଗାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ଦ୍ବାରା ଶପଥ ପାଠ କରାଯାଇଥିଲା।

ଏହି ୭୬ବନ ମହୋତ୍ସବ ପାଳନର ମୂଳ ଉଦ୍ଦେଶ୍ୟ ବିଷୟରେ ସ୍ଥାନୀୟ ଅଞ୍ଚଳର ଲୋକଙ୍କୁ ସଚେତନ କରିବା ସହ ବୃକ୍ଷରୋପଣ ପାଇଁ ଆଗ୍ରହ ବଢାଇବା ସହିତ ପରିବେଶ ସୁରକ୍ଷା ପାଇଁ ସଚେତନ ବାର୍ତ୍ତା ଦିଆଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ପାଇଁ ପ୍ରଧାନ ଶିକ୍ଷକ ତଥା ସମସ୍ତ କର୍ମଚାରୀ ବନ ବିଭାଗଙ୍କୁ ଧନ୍ୟବାଦ ଜଣାଇ ବିଦ୍ୟାଳୟ ପରିସରରେ ଓ ପ୍ରତ୍ୟେକ ଛାତ୍ରୀଛାତ୍ର ଗୋଟିଏ ବୃକ୍ଷ ରୋପଣ ପାଇଁ ସହୋଯୋଗ କାମନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri