ଡ୍ରେନ୍‌ ପାଇଁ କଟାହେଲା ଗଛ

ଭୁବନେଶ୍ୱର,୯।୬(ବ୍ୟୁରୋ): ବିକାଶ ନାଁରେ ପରିବେଶ ସୁରକ୍ଷା କଥା ଭୁଲି ଯାଉଛନ୍ତି ଅଧିକାରୀ। ବିଭିନ୍ନ ନିର୍ମାଣ ପାଇଁ ରାଜଧାନୀ ଭୁବନେଶ୍ୱରରେ କଟା ଚାଲିଛି ଗଛ। ନିକଟରେ ବିଧାୟକଙ୍କ କ୍ୱାର୍ଟର୍ସ ନିର୍ମାଣ ଲାଗି ଗଛକଟାକୁ ତୀବ୍ର ବିରୋଧ ଜାରି ରହିଛି। ଆନ୍ଦୋଳନ ପରେ ଏଠାରେ ଗଛକଟା ବନ୍ଦ ରହିଥିଲେ ମଧ୍ୟ ସହରର ଏକାଧିକ ସ୍ଥାନରେ ଗଛ କଟା ଚାଲିଥିବା ଦେଖିବାକୁ ମିଳୁଛି। ନୂଆପଲ୍ଲୀ-ଜୟଦେବ ବିହାର ସର୍ଭିସ୍‌ ରୋଡ୍‌ ପାର୍ଶ୍ୱରେ ଡ୍ରେନ୍‌ ନିର୍ମାଣ ପାଇଁ ଶତାଧିକ ଗଛ ବଳି ପଡ଼ିବାକୁ ଯାଉଛି। ଇସ୍କନ ମନ୍ଦିର ସମ୍ମୁଖ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବର୍ଷା ପାଣି ନିଷ୍କାସନ ପାଇଁ ଏନ୍‌ଏଚ୍‌ଏଆଇ ଓ ପୂର୍ତ୍ତ ବିଭାଗ ପକ୍ଷରୁ ଏହି ଡ୍ରେନ ନିର୍ମାଣ କରାଯିବ। ବର୍ଷା ପାଣିକୁ ବାଣୀବିହାର ନିକଟରେ ଛାଡ଼ିବାକୁ ଯୋଜନା ହୋଇଛି। ତେବେ ଜୟଦେବ ବିହାର ଯାଏ ରାସ୍ତା ପାର୍ଶ୍ୱରେ ଥିବା କେତେକ ଗଛକୁ କଟାଯିବ। ଏବେ ଇସ୍କନ ମନ୍ଦିର ନିକଟରୁ ଗଛ କଟା ଆରମ୍ଭ ହୋଇଥିବାବେଳେ ଏହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

ଗଛକଟା ସମ୍ପର୍କରେ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ହିମାଂଶୁ କୁମାର ଷଡ଼ଙ୍ଗୀ କହିଛନ୍ତି, ଇସ୍କନ ପାଖ ଅଞ୍ଚଳରେ ପାଣି ଜମିବା ଏକ ବଡ଼ ସମସ୍ୟା। ଆଗକୁ ବର୍ଷା ଦିନ ଆସୁଛି। ପାଣି ନିଷ୍କାସନ ପାଇଁ ସେଠାରେ ଡ୍ରେନ ନିର୍ମାଣର ଆବଶ୍ୟକତା ରହିଛି। ଏଥିଲାଗି ବେଶି ଗଛ କଟାଯାଇ ନାହିଁ। ଛୋଟ ଛୋଟ ଗଛ କଟିଛି। ବଡ଼ ଗଛଗୁଡ଼ିକୁ ବଞ୍ଚାଇବା ପାଇଁ ଏହି ବାଟରେ ଡ୍ରେନ୍‌ କରାଯାଉଛି। ଏହା ବ୍ୟତୀତ ଅନ୍ୟ କୌଣସି ବିକଳ୍ପ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସେଲ୍ଫି ନେଇ ଗାଧୋଇବା ହେଲା କାଳ, ଭାସିଗଲେ ୩ ଯୁବକ

କଟକ,୫।୭(ପ୍ରଭୂକଲ୍ୟାଣ ପାଲ୍‌): ସେଲ୍ଫି ଓ ମସ୍ତି ନିଶା ହେଲା କାଳ। କଟକ ନରାଜରେ ଘଟିଛି ଏକ ଅଘଟଣ। ହଠାତ୍‌ ପାଣି ମାଡ଼ି ଆସି ନରାଜ ପୁରୁଣା ନଦୀ…

SIRରେ କଟିଲା ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟରଙ୍କ ନାଁ

ଭୁବନେଶ୍ୱର,୫ା୭: ରାଜ୍ୟରେ SIR ପ୍ରକ୍ରିୟାରେ ୨୦ ଲକ୍ଷ ୧୪ ହଜାର ଭୋଟରଙ୍କ ନାଁ କଟିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌ ଗୋପାଳନ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ: ଓଡ଼ିଶା ଉପକୂଳ ଆଡ଼କୁ ମାଡ଼ି ଆସୁଛି, ୨୪ ଘଣ୍ଟା ମଧ୍ୟରେ…

ଭୁବନେଶ୍ୱର,୫ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଅବପାତ। ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୫୦ କିମି ଦୂରରେ ଅବପାତ ହୋଇଥିବାବେଳେ ଚାନ୍ଦବାଲିର ଉତ୍ତରପୂର୍ବ ଦିଗର ୬୦ କିମି ଦୂରରେ କେନ୍ଦ୍ରୀଭୂତ…

ଡରାଇଲା IMD ର ଆକଳନ: ଓଡ଼ିଶାକୁ ରେଡ୍‌ ଆଲର୍ଟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ୱର, ୫ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଶନିବାର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ବାଣୀବିହାର ଡ୍ରେନ୍‌ରେ ଭାସିଗଲେ ଯୁବକ, ଅଗ୍ନିଶମ ବାହିନୀର ଚାଲିଛି ଖୋଜାଖୋଜି

ଭୁବନେଶ୍ୱର, ୪।୭: ରାଜଧାନୀରେ ବର୍ଷା ଆରମ୍ଭ ହେଉ ହେଉ ଏକ ଅଘଟଣ ଘଟିଛି। ଭୁବନେଶ୍ୱରର ବାଣୀବିହାର ଅଞ୍ଚଳରେ ଥିବା ପ୍ରମୁଖ ଡ୍ରେନ୍‌ରେ ପ୍ରବଳ ସ୍ରୋତରେ ଭାସି ଜଣେ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

ବିଧାୟକ ଅଶୋକ ଦାସଙ୍କ ନାଁରେ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ, ସମସ୍ୟାରେ ଥିବା କହି ମାଗୁଛନ୍ତି ଟଙ୍କା

ଭୁବନେଶ୍ୱର, ୪/୭: କଂଗ୍ରେସ ବିଧାୟକ ଅଶୋକ ଦାସଙ୍କ ନାଁରେ ଏକ ଫେକ୍ ହ୍ୱାଟ୍ସଆପ୍ ଆକାଉଣ୍ଟ ଖୋଲି କିଛି ଅସାମାଜିକ ବ୍ୟକ୍ତି ଟଙ୍କା ମାଗୁଥିବା ଅଭିଯୋଗ ସାମ୍ନାକୁ ଆସିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri