କଟାଗଲା ଗଛ, ଭଙ୍ଗାଯିବ ଘର, ଜବରଦଖଲକାରୀଙ୍କ ଚିନ୍ତା ବଢ଼ିଲା

ଧର୍ମଶାଳା,୧୦ା୪(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଶାନ୍ତିବଜାରଠାରୁ କାଏମା ପର୍ଯ୍ୟନ୍ତ ଅଟକି ରହିଥିବା ପ୍ରଶସ୍ତିକରଣ କାର୍ଯ୍ୟ ଦୀର୍ଘ ୨୭ମାସ ପରେ ଆରମ୍ଭ ହୋଇଛି। ଏହାକୁ ଚାରି ଥାକିଆ ରାସ୍ତା କରାଯିବା ପାଇଁ ୨୦୨୩ ଡିସେମ୍ବର ମାସରେ ପାଣିକୋଇଲି ପୂର୍ତ୍ତ ବିଭାଗ ଅଧୀନରେ ୧୮କୋଟି ୪୨ଲକ୍ଷ ଟଙ୍କା ର ବ୍ୟୟ ଅଟକଳରେ ଶିଳାନ୍ୟାସ ହୋଇଥିଲା। ବହୁ ବାଦ ବିବାଦ ପରେ ପୁନର୍ବାର ଆରମ୍ଭ ହୋଇଛି ରାସ୍ତା ପ୍ରଶସ୍ତି କାର୍ଯ୍ୟ। ଧର୍ମଶାଳା ତହସିଲ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପାଇଁ ମାପଚୁପ ମଧ୍ୟ ଆରମ୍ଭ ହୋଇଛି। ପୂର୍ବରୁ ହୋଇ ଥିବା ମାପ ଚୁପ ସମୟରେ ଅନେକ ଘର ଓ ବ୍ୟବସାୟ ପ୍ରତିଷ୍ଠାନ ମାପଚୁପ ଭିତରେ ଆସିଥିଲା। ତେବେ ବର୍ତ୍ତମାନ ବଡ଼ବଡ଼ ଗଛ କଟା ଯାଉଥିବା ବେଳେ ଆଗକୁ ବିଲ୍ଡିଂଗୁଡ଼ିକ ଭଙ୍ଗା ଯାଇପାରେ ବୋଲି ଆଲୋଚନା ହେଉଛି। ରାସ୍ତା ପାର୍ଶ୍ୱରେ ଅନେକ ଘର ଓ ବ୍ୟବସାୟ ପ୍ରତିଷ୍ଠାନ ଥିବାରୁ ଏହାର ମଧ୍ୟ ଭାଗରେ ଥିବା ଫାଙ୍କା ରାସ୍ତାଗୁଡ଼ିକୁ ପ୍ରଥମେ ଚଉଡ଼ା କରାଯାଉଛି। ସେଥିପାଇଁ ନିକଟରେ ଥିବା ବିଲରୁ ମଧ୍ୟ ମାଟି ଖନନ କରାଯାଇ ଏହା ଉପରେ ବ୍ୟବହାର କରାଯାଉଛି। ସେହିପରି ରାସ୍ତା ପାର୍ଶ୍ୱରେ ଥିବା ବଡ଼ବଡ଼ ଗଛକୁ କଟାଯାଉଛି। ରାସ୍ତାକଡ଼ରେ ଥିବା ଘର ମାଲିକମାନଙ୍କ ଚିନ୍ତା ବଢ଼ିଛି। ତେବେ ପ୍ରଶାସନ ପକ୍ଷରୁ କିପରି ଏହି ରାସ୍ତା କାର୍ଯ୍ୟ ସମ୍ପୂର୍ଣ୍ଣ କରାଯାଉଛି ତାହା ଉପରେ ସମସ୍ତଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri