ଥରୁଛି କନ୍ଧମାଳ: ଦାରିଙ୍ଗିବାଡ଼ିରେ ୬ ଡିଗ୍ରୀ ତଳକୁ ଖସିଲା ପାରଦ

ଦାରିଙ୍ଗବାଡ଼ି,୨୧ା୧୨(ଡି.ଏନ୍‌.ଏ): ସମଗ୍ର କନ୍ଧମାଳ ଜିଲା ଏବେ ଶୀତରେ ଥରୁଛି। ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପାରଦ ଦିନକୁ ଦିନ ଖସିବାରେ ଲାଗିଛି। ସୋମବାର ସକାଳ ୮ଟା ସୁଦ୍ଧା ୬ ଡିଗ୍ରୀ ତାପମାତ୍ରା ରହିଥିବା ବ୍ଲକ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡ଼ିଛି। ଦାରିଙ୍ଗବାଡ଼ି ସମେତ ଏହାର ଆଖପାଖ କିଲାବାଡ଼ି, ଗ୍ରୀନବାଡ଼ି, ସିମନବାଡ଼ି, କିରିକୁଟି, ବାଡାବାଙ୍ଗା, ସୋନପୁର, ପର୍ତ୍ତମାହା ଆଦି ଅଞ୍ଚଳରେ ଘାସ , ଧାନ ବିଲ, ଚାଳ ଛପର ଘର ଉପରେ ତୁଷାରପାତ ହୋଇଥିବା ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ି ବଜାରକୁ ଛାଡ଼ିଦେଲେ ଅପହଞ୍ଚ ଇଲାକାରେ ଏହା ଠାରୁ ଆହୁରି କମ୍‌ ତାପମାତ୍ରା ରହିଥିବା ଆଶଙ୍କା କରାଯାଇଛି। ପ୍ରବଳ ଜାଡ଼ ଯୋଗୁ ସ୍ଥାନୀୟ ଲୋକଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସବୁଠାରେ ଶୀତରୁ ଉପଶମ ପାଇଁ ନିଆଁ ଜାଳି ଲୋକେ ବସୁଥିବା ଦେଖିବାକୁ ମିଳିଛି।


ସୂଚନାଯୋଗ୍ୟ, ପୂର୍ବରୁ ତାପମାତ୍ରା ୯ ଡିଗ୍ରୀ ପର୍ଯ୍ୟନ୍ତ ରହିଥିବାବେଳେ ଚଳିତବର୍ଷ ସବୁଠାରୁ ଏହା କମ୍‌ ରେକର୍ଡ କରାଯାଇଥିବା କୁହାଯାଇଛି। ଆହୁରି ଶୀତ ବୃଦ୍ଧି ପାଇବା ସହ ତାପମାତ୍ରା ହ୍ରାସ ପାଇବା ଆଶଙ୍କା କରାଯାଇଛି। ଶୀତର ମଜା ନେବା ପାଇଁ ଇକୋ ରିଟ୍ରିଟ୍‌ ସହ ସମସ୍ତ ଘରୋଇ ଏବଂ ସରକାରୀ କଟେଜ, ହୋଟେଲରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ସେହିପରି ରବିବାର ଛୁଟିଦିନରେ ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡ଼ିକୁ ଆସିଥିବା ନେଚରପାର୍କ ଏବଂ ହିଲ୍‌ ଭିୟୁ ଓ କଫି ବଗିଚା ରେକର୍ଡ଼ରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟକେନ୍ଦ୍ର ଉଦ୍‌ଘାଟନ କଲେ ଏମ୍‌ପି-ବିଧାୟକ, ପ୍ରତିଶ୍ରୁତି ଦେଇ କହିଲେ ଖୁବ୍‌ଶୀଘ୍ର ଜିଲାରେ ପ୍ରତିଷ୍ଠା ହେବାକୁ ଯାଉଛି…

ମହାକାଳପଡ଼ା,୨୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ଉପକୂଳବର୍ତ୍ତୀ ନଦୀନାଳ ଘେରା ବତୀଘର ପଞ୍ଚାୟତରେ ଏକ ନୂତନ ସ୍ୱାସ୍ଥ୍ୟକେନ୍ଦ୍ରକୁ ଏମ୍‌ପି ବୈଜୟନ୍ତ ପଣ୍ଡା ଓ ମହାକାଳପଡ଼ା ବିଧାୟକ ଡ.…

ଏହି ୪ ଗୁଣ ଥିଲେ ମଣିଷ ହୋଇଥାଏ ଭାଗ୍ୟଶାଳୀ, ମିଳିଥାଏ ଗୋଟିଏ ପରେ ଗୋଟିଏ ସଫଳତା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ଏପରି କିଛି ବିଶେଷ ଗୁଣ ସମ୍ବନ୍ଧରେ ବର୍ଣ୍ଣନା କରାଯାଇଛି, ଯାହା ଜଣେ ବ୍ୟକ୍ତିକୁ ଜୀବନରେ ସଫଳତା ଏବଂ ପ୍ରସିଦ୍ଧି ଆଣିଦେଇଥାଏ। ଏହି ଗୁଣଗୁଡ଼ିକ…

ନଦୀପଠା ଜମିରେ ବିଲ୍ଡରଙ୍କ ଆଖି: ଏନ୍‌ଜିଟି ନିର୍ଦ୍ଦେଶ ସମ୍ପର୍କରେ ଅବଗତ ନାହିଁ ରାଜସ୍ୱ ବିଭାଗ

କଟକ ସଦର, ୨୫ା୧୦ (ସୁଶାନ୍ତ କୁମାର ଜେନା): ୨୦୨୨ ମସିହାରେ କଟକ ଜିଲା କିଶନନଗର ତହସିଲ ଅନ୍ତର୍ଗତ ରଟିଲୋ ଗ୍ରାମରେ ମହାନଦୀ ପଠାରେ ଥିବା ଏକ ହନୁମାନ…

କୋଟିଆରେ ଆନ୍ଧ୍ର ପୋଲିସକୁ କୋରାପୁଟ ବିଧାୟକଙ୍କ ବିରୋଧ: ‘ଆବଶ୍ୟକ ପଡ଼ିଲେ ଓଡ଼ିଶାର ଅନୁମତି ନେଇ ଆସ

ପଟ୍ଟାଙ୍ଗି, ୨୫ା୧୦ (ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ଦିନକୁ ଦିନ ସ୍ଥିତି ଜଟିଳ ହେବାରେ ଲାଗିଛି। ଏପରି…

ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା: ୨୮ରେ ଆନ୍ଧ୍ର ଉପକୂଳ ଛୁଇଁବା ଆଶଙ୍କା

ଭୁବନେଶ୍ୱର, ୨୫।୧୦ : ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା…

ନବୀନଙ୍କୁ ଭେଟି ଆଶୀର୍ବାଦ ନେଲେ ବାୟାବାବା କଲେଜ ଛାତ୍ର ସଂସଦ ପ୍ରତିନିଧି , ସୁଜାତାଙ୍କ ସହ ସାକ୍ଷାତ କରି…

ମହାକାଳପଡ଼ା/କେନ୍ଦ୍ରାପଡ଼ା, ୨୫ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ/ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାକପଡ଼ା ବ୍ଲକ ବାୟାବାବା କଲେଜ ଛାତ୍ର ସଂସଦ ନିର୍ବାଚନରେ ନିର୍ବାଚିତ ପ୍ରାର୍ଥୀମାନେ ଶନିବାର ନବୀନ ନିବାସରେ…

ଗଛରେ କଣ୍ଟା ପିଟି ବିଜ୍ଞାପନ, ନିରବ ବନ ବିଭାଗ: ବେଧଡ଼କ ଗଛରେ ପୋଷ୍ଟର, ବିପଦରେ ବୃକ୍ଷର ସୁରକ୍ଷା

ଦାରିଙ୍ଗବାଡ଼ି, ୨୫।୧୦ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବନାଞ୍ଚଳରେ ଜଙ୍ଗଲ ଓ ଗାଁ ମଧ୍ୟରେ ଥିବା ମୂଲ୍ୟବାନ ବୃକ୍ଷଗୁଡ଼ିକ ଏବେ ଅସୁରକ୍ଷିତ ହୋଇପଡ଼ିଛି। ଗଛରେ କଣ୍ଟା…

ବିଲ ହିଡ଼ଦେଇ ସ୍କୁଲ ଯାଉଛନ୍ତି ଛାତ୍ରୀଛାତ୍ର

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ହାତରେ ବହି, ଆଖିରେ ପଢ଼ିବାର ସ୍ୱପ୍ନ। ହେଲେ ସ୍କୁଲ ଯିବା ବାଟରେ ପାଦେ ପାଦେ ବିପଦ। କେଉଁଠି କାଦୁଅ ଓ ଖାଲଖମା ତ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?