Posted inଜାତୀୟ

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା ଅଭିଯୋଗରେ କ୍ଲାସ୍ ଟିଚର ଶିଶୁଟିକୁ ଚାପୁଡ଼ା ମାରିବା ସହ ତା’ ଶାର୍ଟ ଟାଣିଥିଲେ, ଯାହା ପରେ ପିଲାଟି ଶ୍ରେଣୀଗୃହରେ ଅଚେତ ହୋଇ ପଡ଼ିଯାଇଥିଲା। ସ୍କୁଲ କର୍ତ୍ତୃପକ୍ଷ ତାକୁ ତୁରନ୍ତ ହସ୍ପିଟାଲ ନେଇଥିଲେ ମଧ୍ୟ ଡାକ୍ତର ସେଠାରେ ତାକୁ ମୃତ ଘୋଷଣା କରିଛନ୍ତି।

ଗୁରୁବାର ସକାଳ ପ୍ରାୟ ୯ଟା ସମୟରେ ଶ୍ରେଣୀଗୃହରେ ପାଠପଢ଼ା ଚାଲିଥିବା ବେଳେ ହୋମୱାର୍କକୁ ନେଇ କ୍ଲାସ୍ ଟିଚର ଶିଶୁଟିକୁ ଗାଳିଗୁଲଜ କରିବା ସହ ମାଡ଼ ମାରିଥିଲେ। ସ୍କୁଲର ସିସିଟିଭି (CCTV) ଫୁଟେଜ୍‌ରେ ମଧ୍ୟ ଶିକ୍ଷୟିତ୍ରୀଜଣକ ଶିଶୁଟିକୁ ଚାପୁଡ଼ା ମାରୁଥିବା ଦୃଶ୍ୟ କଏଦ ହୋଇଛି। ମାଡ଼ ଖାଇବା ପରେ ଶିଶୁଟି କାନ୍ଦି କାନ୍ଦି ଅଚେତ ହୋଇ ଶିକ୍ଷୟିତ୍ରୀଙ୍କ କୋଳରେ ଢଳି ପଡ଼ିଥିଲା। ଏହାପରେ ସ୍କୁଲ ଷ୍ଟାଫ୍ ତାକୁ କିଙ୍ଗ ଜର୍ଜ ହସ୍ପିଟାଲ (KGH) ନେଇଯାଇଥିଲେ, ମାତ୍ର ସେଠାରେ ଡାକ୍ତର ତାକୁ ବଞ୍ଚାଇବାରେ ଅସମର୍ଥ ହୋଇଥିଲେ।

ଏହି ଘଟଣା ପରେ ଶିଶୁର ପରିବାରଲୋକେ ସ୍କୁଲ ପ୍ରବନ୍ଧକ ଓ ଶିକ୍ଷୟିତ୍ରୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ପରିବାର ନିକଟକୁ ଫୋନ୍ କରିବାର ସୁବିଧା ଥାଇ ମଧ୍ୟ ସ୍କୁଲ କର୍ତ୍ତୃପକ୍ଷ ଘଟଣା ସମ୍ପର୍କରେ ବାପା-ମା’ଙ୍କୁ ତୁରନ୍ତ ଜଣାଇ ନ ଥିଲେ। ଏପରିକି ହସ୍ପିଟାଲରେ ଭର୍ତ୍ତି କରିବା ସମୟରେ ପିଲାଟି ଖେଳପଡ଼ିଆରେ ଖସିପଡ଼ିଥିବା ମିଥ୍ୟା ସୂଚନା ଦିଆଯାଇଥିଲା, ଯେତେବେଳେ କି ସ୍କୁଲରେ କୌଣସି ଖେଳପଡ଼ିଆ ହିଁ ନାହିଁ।

ଘଟଣାକୁ ନେଇ ବିଶାଖାପାଟଣାର ୱାନ୍ ଟାଉନ୍ ପୋଲିସ ଷ୍ଟେସନରେ ମାମଲା ରୁଜୁ କରାଯାଇଛି। ପୋଲିସ ସିସିଟିଭି ଫୁଟେଜ୍ ଜବତ କରିବା ସହ ସ୍କୁଲ ଷ୍ଟାଫ୍‌ଙ୍କୁ ପଚରାଉଚରା କରି ମୃତ୍ୟୁର ସଠିକ୍ କାରଣ ଖୋଜୁଛି। ଅନ୍ୟପଟେ ଦୋଷୀ ଶିକ୍ଷୟିତ୍ରୀଙ୍କ ତୁରନ୍ତ ଗିରଫଦାରୀ ଓ କଠୋର କାର୍ଯ୍ୟାନୁଷ୍ଠାନ ଦାବି କରି ପରିବାର ଲୋକେ ହସ୍ପିଟାଲ ସାମ୍ନାରେ ତୀବ୍ର ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

ଚଣ୍ଡିଗଡ଼, ୨୦।୮: କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri