‘ଖୁସିର ପର୍ବ’ ବିଜେତାଙ୍କୁ ସମ୍ବର୍ଦ୍ଧନା ଦେଲା ଟ୍ରେଣ୍ଡ୍‌ସ

ଭୁବନେଶ୍ୱର,୧୫।୧୦: ରିଲାଏନ୍ସ ରିଟେଲର ପ୍ରମୁଖ ୟୁନିଟ୍‌ ‘ଟ୍ରେଣ୍ଡ୍‌ସ’ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ ‘ଖୁସିର ପର୍ବ’ ପ୍ରତିଯୋଗିତାର ବିଜେତା ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଏପରିକି ଟ୍ରେଣ୍ଡ୍‌ସ ଖୁସିର ପର୍ବ ମାଇଁ ପୂଜା ମାଇଁ ଲୁକ୍‌ସ ପ୍ରତିଯୋଗିତାରେ କଟକର ନିତାଶା ସିମ୍ପଲ ୧ମ ପୁରସ୍କାର ଜିତିଥିବା ବେଳେ ରାଉରକେଲାର ତନିସା ପତି ୨ୟ ଏବଂ ରେମୁଣାର ପ୍ରଜ୍ଞା ନାୟକ ୩ୟ ପୁରସ୍କାର ଜିତିଛନ୍ତି। ସେହିପରି ପୂଜା ସେଲିବ୍ରେଶନ ରିଲ୍‌ସ-ଭିଡିଓ ପ୍ରତିଯୋଗିତାରେ ଯାଜପୁରର ଅଭୀପ୍‌ସା ସାମଲ ୧ମ ପୁରସ୍କାର ଜିତିଥିବା ବେଳେ ସାଲେପୁରର ଶ୍ରୀଦେବୀ ବିଶ୍ୱାଳ ୨ୟ ଓ କଟକର ସନ୍ତୋଷ ବେହେରା ୩ୟ ପୁରସ୍କାର ଜିତିଛନ୍ତି। ଏକ ବର୍ଣ୍ଣାଢ଼୍ୟ ଖୁସିର ପର୍ବ ଫିନାଲେ କାର୍ଯ୍ୟକ୍ରମରେ ଓଲିଉଡ୍‌ ଅଭିନେତ୍ରୀ ଶିବାନୀ ସଙ୍ଗୀତାଙ୍କ ଉପସ୍ଥିତିରେ ଖୁସିର ପର୍ବ ପ୍ରତିଯୋଗିତାର ସମସ୍ତ ୬ ବିଜେତାଙ୍କୁ ଟ୍ରେଣ୍ଡ୍‌ସ ପକ୍ଷରୁ ସମ୍ବର୍ଦ୍ଧିତ ଓ ପୁରସ୍କୃତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଦୁର୍ଗାପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ଉତ୍ସାହିତ କରିବା ଲାଗି ଟ୍ରେଣ୍ଡ୍‌ସ ପକ୍ଷରୁ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଅଫର ଓ ଖୁସିର ପର୍ବ ପ୍ରତିଯୋଗିତା ଭଳି ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଥିଲା। ବିଶେଷକରି ଗ୍ରାହକମାନଙ୍କୁ ନିଜର ପୂଜା ଲୁକ୍‌ କିମ୍ବା ପୂଜା ଉତ୍ସବ ପାଳନର ଭିଡିଓ- ରିଲ୍‌ସକୁ ଟ୍ରେଣ୍ଡ୍‌ସ ସହ ଶେୟାର କରିବା ଜରିଆରେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରାୟ ୧.୨୦ ଲକ୍ଷ ଟଙ୍କାର ପୁରସ୍କାର ଜିତିବାର ସୁଯୋଗ ନେବା ପାଇଁ ଆହ୍ବାନ କରାଯାଇଥଲା। ଏଥିପାଇଁ ଦିଆଯାଇଥିବା ହ୍ବାଟ୍ସଆପ୍‌ ନମ୍ବର ଓ ୱେବ୍‌ସାଇଟ୍‌ରେ ହଜାର ହଜାର ଗ୍ରାହକ ସେମାନଙ୍କ ଆବେଦନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri