‘ଖୁସିର ପର୍ବ’ ବିଜେତାଙ୍କୁ ସମ୍ବର୍ଦ୍ଧନା ଦେଲା ଟ୍ରେଣ୍ଡ୍‌ସ

ଭୁବନେଶ୍ୱର,୧୫।୧୦: ରିଲାଏନ୍ସ ରିଟେଲର ପ୍ରମୁଖ ୟୁନିଟ୍‌ ‘ଟ୍ରେଣ୍ଡ୍‌ସ’ ପକ୍ଷରୁ ଦୁର୍ଗାପୂଜା ଓ ଦଶହରା ସମୟରେ ଅନୁଷ୍ଠିତ ‘ଖୁସିର ପର୍ବ’ ପ୍ରତିଯୋଗିତାର ବିଜେତା ସମ୍ପର୍କରେ ଶୁକ୍ରବାର ଘୋଷଣା କରାଯାଇଛି। ଏପରିକି ଟ୍ରେଣ୍ଡ୍‌ସ ଖୁସିର ପର୍ବ ମାଇଁ ପୂଜା ମାଇଁ ଲୁକ୍‌ସ ପ୍ରତିଯୋଗିତାରେ କଟକର ନିତାଶା ସିମ୍ପଲ ୧ମ ପୁରସ୍କାର ଜିତିଥିବା ବେଳେ ରାଉରକେଲାର ତନିସା ପତି ୨ୟ ଏବଂ ରେମୁଣାର ପ୍ରଜ୍ଞା ନାୟକ ୩ୟ ପୁରସ୍କାର ଜିତିଛନ୍ତି। ସେହିପରି ପୂଜା ସେଲିବ୍ରେଶନ ରିଲ୍‌ସ-ଭିଡିଓ ପ୍ରତିଯୋଗିତାରେ ଯାଜପୁରର ଅଭୀପ୍‌ସା ସାମଲ ୧ମ ପୁରସ୍କାର ଜିତିଥିବା ବେଳେ ସାଲେପୁରର ଶ୍ରୀଦେବୀ ବିଶ୍ୱାଳ ୨ୟ ଓ କଟକର ସନ୍ତୋଷ ବେହେରା ୩ୟ ପୁରସ୍କାର ଜିତିଛନ୍ତି। ଏକ ବର୍ଣ୍ଣାଢ଼୍ୟ ଖୁସିର ପର୍ବ ଫିନାଲେ କାର୍ଯ୍ୟକ୍ରମରେ ଓଲିଉଡ୍‌ ଅଭିନେତ୍ରୀ ଶିବାନୀ ସଙ୍ଗୀତାଙ୍କ ଉପସ୍ଥିତିରେ ଖୁସିର ପର୍ବ ପ୍ରତିଯୋଗିତାର ସମସ୍ତ ୬ ବିଜେତାଙ୍କୁ ଟ୍ରେଣ୍ଡ୍‌ସ ପକ୍ଷରୁ ସମ୍ବର୍ଦ୍ଧିତ ଓ ପୁରସ୍କୃତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଦୁର୍ଗାପୂଜାକୁ ଅଧିକ ଆକର୍ଷଣୀୟ କରିବା ଓ ଗ୍ରାହକଙ୍କୁ ଉତ୍ସାହିତ କରିବା ଲାଗି ଟ୍ରେଣ୍ଡ୍‌ସ ପକ୍ଷରୁ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଅଫର ଓ ଖୁସିର ପର୍ବ ପ୍ରତିଯୋଗିତା ଭଳି ଏକ ସ୍ବତନ୍ତ୍ର ଅଭିଯାନ ଆରମ୍ଭ କରାଯାଇଥିଲା। ବିଶେଷକରି ଗ୍ରାହକମାନଙ୍କୁ ନିଜର ପୂଜା ଲୁକ୍‌ କିମ୍ବା ପୂଜା ଉତ୍ସବ ପାଳନର ଭିଡିଓ- ରିଲ୍‌ସକୁ ଟ୍ରେଣ୍ଡ୍‌ସ ସହ ଶେୟାର କରିବା ଜରିଆରେ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରାୟ ୧.୨୦ ଲକ୍ଷ ଟଙ୍କାର ପୁରସ୍କାର ଜିତିବାର ସୁଯୋଗ ନେବା ପାଇଁ ଆହ୍ବାନ କରାଯାଇଥଲା। ଏଥିପାଇଁ ଦିଆଯାଇଥିବା ହ୍ବାଟ୍ସଆପ୍‌ ନମ୍ବର ଓ ୱେବ୍‌ସାଇଟ୍‌ରେ ହଜାର ହଜାର ଗ୍ରାହକ ସେମାନଙ୍କ ଆବେଦନ ଦାଖଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri