ରେମୁଣା,ସୋର ବଜାରରେ ଟ୍ରେଣ୍ଡ୍‌ସର ନୂଆ ଷ୍ଟୋର

ଭୁବନେଶ୍ୱର,୫।୪: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସର ଆଉ ୨ଟି ଏକ୍ସକ୍ଲୁସିଭ ଷ୍ଟୋର ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ବାଲେଶ୍ୱର ଜିଲାର ରେମୁଣା ଏବଂ ସୋର ବଜାରରେ ଉକ୍ତ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ସ୍ଥାନୀୟ ଗ୍ରାହକମାନଙ୍କ ଲାଗି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜର ବ୍ୟାପକ ସମ୍ଭାର ଓ ସୁଲଭ ମୂଲ୍ୟ ଉଭୟ ଷ୍ଟୋରକୁ ଅଧିକ ଆକର୍ଷଣୀୟକରି ତୋଳିଛି। ସେହିଭଳି ସ୍ଥାନୀୟ ଅଞ୍ଚଳର ଗ୍ରାହକ ବର୍ତ୍ତମାନ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡ୍‌ସ ୱିୟର ଏବଂ ଫ୍ୟାଶନ ଆସେସୋରିଜର ବ୍ୟାପକ ସମ୍ଭାର ଉକ୍ତ ଷ୍ଟୋର ଦ୍ୱୟରେ ପାଇପାରିବେ।

ରେମୁଣାରେ ୮୯୯୮ ବର୍ଗଫୁଟ ଓ ସୋରରେ ୫୧୦୦ ବର୍ଗଫୁଟ ପରିବ୍ୟାପ୍ତ ସ୍ଥାନରେ ଖୋଲିଥିବା ଷ୍ଟୋର ଉଭୟ ରେମୁଣା ଓ ସୋର ବଜାରର ଗ୍ରାହକଙ୍କ ସମେତ ଜିଲା ଓ ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକଙ୍କୁ ମଧ୍ୟ ସେମାନଙ୍କର ଚାହିଦା ଓ ଆବଶ୍ୟକତା ପୂରଣ କରିପାରିବ। ଉଭୟ ବଜାରରେ ଏହା ପ୍ରଥମ ଟ୍ରେଣ୍ଡ୍‌ସ ଷ୍ଟୋର ହୋଇଥିବାବେଳେ ଉଭୟ ଷ୍ଟୋରରେ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ସହିତ ଆକର୍ଷଣୀୟ ଅଫର ପ୍ରଦାନ କରାଯାଉଛି। ଏପରିକି ୩୯୯୯ ଟଙ୍କାର କ୍ରୟ ଉପରେ ଗ୍ରାହକଙ୍କୁ ମାତ୍ର ୨୪୯ ଟଙ୍କାର ଏକ ଆକର୍ଷଣୀୟ ଉପହାର ଦିଆଯାଉଛି। ସେହିଭଳି ୩୯୯୯ ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ ଟଙ୍କା ମୂଲ୍ୟର କୁପନ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri