ରାଜସୁନାଖଳାରେ ଟ୍ରେଣ୍ଡ୍‌ସ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୪।୧୧: ରିଲାଏନ୍ସ ରିଟେଲ୍‌ର ଆପାରେଲ ଏବଂ ଆସେସୋରି ସ୍ପେଶାଲିଟି ଚେନ୍‌ ‘ଟ୍ରେଣ୍ଡ୍‌ସ’ର ଆଉ ଏକ ଷ୍ଟୋର ଓଡ଼ିଶା ବଜାରରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି ନିକଟରେ ନୟାଗଡ଼ ଜିଲା ରାଜସୁନାଖଳାଠାରେ ‘ଟ୍ରେଣ୍ଡ୍‌ସ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ (ଷ୍ଟୋର) ର ଶୁଭାରମ୍ଭ କରାଯାଇଛି। ୬୪୦୦ ବର୍ଗଫୁଟ ପରିମିତି ସ୍ଥାନରେ ଗଢ଼ି ଉଠିଥିବା ଏହି ଷ୍ଟୋର୍‌ ପକ୍ଷରୁ ଗ୍ରାହକମାନଙ୍କ ପାଇଁ ସ୍ବତନ୍ତ୍ର ଉଦ୍‌ଘାଟନୀ ଅଫର ସହ ଆକର୍ଷଣୀୟ ଅଫର ରହିଛି।

୩୯୯୯ଟଙ୍କାର କିଣାକିଣି କରି ୨୪୯ ଟଙ୍କାର ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। କେବଳ ସେତିକି ନୁହେଁ, ୩୯୯୯ଟଙ୍କାର କିଣାକିଣି ଉପରେ ଗ୍ରାହକମାନେ ୨୦୦୦ଟଙ୍କା ମୂଲ୍ୟର କୁପନ୍‌ ସମ୍ପୂର୍ଣ୍ଣ ମାଗଣାରେ ପାଇପାରିବେ। ସେହିଭଳି ଏହି ଷ୍ଟୋରର ମଡର୍ନ ଲୁକ୍‌ ଏବଂ ପରିବେଶ ସହ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାଶନ ମର୍ଚ୍ଚାଣ୍ଡାଇଜ ସମ୍ଭାର ଓ ସୁଲଭ ମୂଲ୍ୟ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି।

ରାଜସୁନାଖଳା ତଥା ଏହାର ନିକଟବର୍ତ୍ତୀ ଅଞ୍ଚଳର ଗ୍ରାହକମାନେ ବର୍ତ୍ତମାନ ଟ୍ରେଣ୍ଡି ୱିମେନ ୱିୟର, ମେନ୍ସ ୱିୟର, କିଡସ ୱିୟର ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ବତନ୍ତ୍ର ମୂଲ୍ୟ ସହ ଚମତ୍କାର କିଣାକିଣିର ଅନୁଭୂତି ପାଇପାରିବେ। ଉଲ୍ଲେଖଯୋଗ୍ୟ, ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି ଫ୍ୟାଶନରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସମ୍ପର୍କ ସୁଦୃଢ଼ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର-୧, ଟିୟର-୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଞ୍ଚିଛି ଓ ଭାରତର ପସନ୍ଦଯୋଗ୍ୟ ଫ୍ୟାଶନ ଶପିଂ ଡେଷ୍ଟିନେଶନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri