Posted inଖେଳ

ଟ୍ରେସ୍କୋଥିକ୍‌ ଇଂଲଣ୍ଡର ନୂଆ ବ୍ୟାଟିଂ କୋଚ୍‌

ଲଣ୍ଡନ,୨ା୩(ପି.ଟି.)-ସୋମବାର ଇଂଲଣ୍ଡ ପୂର୍ବତନ ଓପନର ମାର୍କସ ଟ୍ରେସ୍କୋଥିକ୍‌ଙ୍କୁ ଜାତୀୟ କ୍ରିକେଟ ଦଳର ନୂଆ ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି ଦେଇଛି। ଏହାଛଡ଼ା ଜନ୍‌ ଲିଓ୍ବିସ ଓ ନ୍ୟୁଜିଲାଣ୍ଡର ଜିତନ ପଟେଲଙ୍କୁ ଯଥାକ୍ରମେ ସ୍ଥାୟୀ ଭିତ୍ତିରେ ବୋଲିଂ ଓ ସ୍ପିନ ବୋଲିଂ କୋଚ୍‌ ଭାବେ ନିଯୁକ୍ତି ମିଳିଛି। ଖ୍ରିସ୍‌ ସିଲ୍‌ଭରଉଡ୍‌ ଦଳର ମୁଖ୍ୟକୋଚ ରହିଛନ୍ତି। ଟ୍ରେସ୍କୋଥିକ୍‌ ଜୋନାଥନ ଟ୍ରଟ୍‌ଙ୍କଠାରୁ ଦାୟିତ୍ୱ ଗ୍ରହଣ କରିବେ। ଟ୍ରଟ୍‌ ଦକ୍ଷିଣ ଆଫ୍ରିକୀୟ ଜ୍ୟାକ୍ସ କାଲିସ୍‌ଙ୍କ ସ୍ଥାନରେ ନିଯୁକ୍ତି ପାଇଥିଲେ। କାଲିସ୍‌ ଇଂଲଣ୍ଡର ଶ୍ରୀଲଙ୍କା ଟୁର୍‌ ବେଳେ ବ୍ୟାଟିଂ ପରାମର୍ଶଦାତା ଭୂମିକା ନିର୍ବାହ କରିଥିଲେ। ମାର୍କସ, ଜନ୍‌ ଏବଂ ଜିତନ ଉଚ୍ଚସ୍ତରରେ ସେମାନଙ୍କ ସାମର୍ଥ୍ୟ ପ୍ରତିପାଦନ କରିସାରିଛନ୍ତି। ଭବିଷ୍ୟତରେ ସେମାନଙ୍କଠାରୁ ଆହୁରି କିଛି ଆଶା କରାଯାଏ ବୋଲି ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ପର୍‌ଫର୍ମାନ୍ସ ଡାଇରେକ୍ଟର ମୋ ବୋବାଟ୍‌ ପ୍ରକାଶ କରିଛନ୍ତି। ଟ୍ରେସ୍କୋଥିକ୍‌ ୨୦୦୦ରୁ ୨୦୦୬ ମଧ୍ୟରେ ସମସ୍ତ ଫର୍ମାଟରେ ୧୦,୦୦୦ରୁ ଅଧିକ ରନ ସଂଗ୍ରହ କରିଛନ୍ତି। ମାର୍ଚ୍ଚ ମଧ୍ୟଭାଗରେ ସେ ତାଙ୍କ ନୂଆ ଦାୟିତ୍ୱ ଗ୍ରହଣ କରିବେ ବୋଲି ଆଶା କରାଯାଏ। ବର୍ତ୍ତମାନ ସେ ସମରସେଟ୍‌ର ସହକାରୀ କୋଚ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି।…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୪: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ

ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri