ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ ମଙ୍ଗଳବାର ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ହିଂସାତ୍ମକ ବିକ୍ଷୋଭ ଏବଂ ବିଶୃଙ୍ଖଳା ଦେଇ ଗତି କରିଥିବା ଦେଶର ପୁନର୍ଗଠନ ଏବଂ ସ୍ଥିତି ସୁଧାରିବା ଭଳି ଏକ କଠିନ ଆହ୍ୱାନ ଏବେ ତାରିକେଙ୍କ ସମ୍ମୁଖରେ ରହିଛି।

ଶେଖ ହାସିନା କ୍ଷମତାଚ୍ୟୁତ ହେବା ପରେ ଅନୁଷ୍ଠିତ ପ୍ରଥମ ସାଧାରଣ ନିର୍ବାଚନରେ ତାରିକ ରହମାନଙ୍କ ନେତୃତ୍ୱାଧୀନ BNP ମେଣ୍ଟ ୨୯୯ଟି ଆସନରୁ ୨୧୨ଟି ଆସନ ଜିତି ବୃହତ ବିଜୟ ହାସଲ କରିଛି। ତାରିକଙ୍କ ସହ ୨୫ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୨୪ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଏହି ମନ୍ତ୍ରିମଣ୍ଡଳରେ ଜଣେ ହିନ୍ଦୁ ଏବଂ ଜଣେ ବୌଦ୍ଧ ଏମପିଙ୍କୁ ସ୍ଥାନ ଦିଆଯାଇଛି।

ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ପ୍ରଶାସନ ଦ୍ୱାରା ପ୍ରସ୍ତୁତ ‘ଜୁଲାଇ ଚାର୍ଟର’ ଅନୁଯାୟୀ ଦେଶରେ ବଡ଼ ଧରଣର ସାମ୍ବିଧାନିକ ସଂସ୍କାର ଆଣିବା ତାରିକେ ସରକାରଙ୍କ ପାଇଁ ଏକ ମୁଖ୍ୟ ଦାୟିତ୍ୱ। ନିକଟରେ ହୋଇଥିବା ଗଣଭୋଟରେ ଏହି ଚାର୍ଟରକୁ ଜନସାଧାରଣଙ୍କ ସମର୍ଥନ ମିଳିଛି, ଯାହା ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକରେ ପରିବର୍ତ୍ତନ ପାଇଁ ପଥ ପରିଷ୍କାର କରିଛି।

ତେବେ ଶପଥ ଗ୍ରହଣ ଉତ୍ସବକୁ ଜମାତ-ଇ-ଇସଲାମୀ ନେତୃତ୍ୱାଧୀନ ବିରୋଧୀ ଦଳ ବର୍ଜନ କରିଛନ୍ତି। ସାମ୍ବିଧାନିକ ସଂସ୍କାର କମିଶନରେ BNP ଏମପିମାନେ ଶପଥ ନ ନେବାକୁ ନେଇ ଏହି ବିବାଦ ସୃଷ୍ଟି ହୋଇଛି। ଯଦି ସଂସ୍କାର ପ୍ରକ୍ରିୟାରେ ବିଳମ୍ବ ହୁଏ, ତେବେ ପୁଣି ଥରେ ରାଜରାସ୍ତାରେ ଆନ୍ଦୋଳନ ହେବ ବୋଲି ବିରୋଧୀ ଚେତାବନୀ ଦେଇଛନ୍ତି।

ଭାରତ ସହ ସମ୍ପର୍କ ସୁଧାରିବା ତାରିକେଙ୍କ ପାଇଁ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ତାରିକଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ ଶପଥ ଗ୍ରହଣ ଉତ୍ସବରେ ଭାରତ ପକ୍ଷରୁ ଲୋକସଭା ବାଚସ୍ପତି ଓମ ବିର୍ଲା ଯୋଗ ଦେଇଛନ୍ତି। ଅନ୍ୟପଟେ, ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନାଙ୍କୁ ଫେରାଇ ଆଣିବା ପାଇଁ ବାଂଲାଦେଶରେ ଦାବି ଜୋର ଧରିପାରେ, ଯାହା ବୈଦେଶିକ ନୀତି ପାଇଁ ଏକ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri