ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ ମଙ୍ଗଳବାର ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ହିଂସାତ୍ମକ ବିକ୍ଷୋଭ ଏବଂ ବିଶୃଙ୍ଖଳା ଦେଇ ଗତି କରିଥିବା ଦେଶର ପୁନର୍ଗଠନ ଏବଂ ସ୍ଥିତି ସୁଧାରିବା ଭଳି ଏକ କଠିନ ଆହ୍ୱାନ ଏବେ ତାରିକେଙ୍କ ସମ୍ମୁଖରେ ରହିଛି।

ଶେଖ ହାସିନା କ୍ଷମତାଚ୍ୟୁତ ହେବା ପରେ ଅନୁଷ୍ଠିତ ପ୍ରଥମ ସାଧାରଣ ନିର୍ବାଚନରେ ତାରିକ ରହମାନଙ୍କ ନେତୃତ୍ୱାଧୀନ BNP ମେଣ୍ଟ ୨୯୯ଟି ଆସନରୁ ୨୧୨ଟି ଆସନ ଜିତି ବୃହତ ବିଜୟ ହାସଲ କରିଛି। ତାରିକଙ୍କ ସହ ୨୫ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୨୪ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି। ଏହି ମନ୍ତ୍ରିମଣ୍ଡଳରେ ଜଣେ ହିନ୍ଦୁ ଏବଂ ଜଣେ ବୌଦ୍ଧ ଏମପିଙ୍କୁ ସ୍ଥାନ ଦିଆଯାଇଛି।

ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ପ୍ରଶାସନ ଦ୍ୱାରା ପ୍ରସ୍ତୁତ ‘ଜୁଲାଇ ଚାର୍ଟର’ ଅନୁଯାୟୀ ଦେଶରେ ବଡ଼ ଧରଣର ସାମ୍ବିଧାନିକ ସଂସ୍କାର ଆଣିବା ତାରିକେ ସରକାରଙ୍କ ପାଇଁ ଏକ ମୁଖ୍ୟ ଦାୟିତ୍ୱ। ନିକଟରେ ହୋଇଥିବା ଗଣଭୋଟରେ ଏହି ଚାର୍ଟରକୁ ଜନସାଧାରଣଙ୍କ ସମର୍ଥନ ମିଳିଛି, ଯାହା ଗଣତାନ୍ତ୍ରିକ ଅନୁଷ୍ଠାନଗୁଡ଼ିକରେ ପରିବର୍ତ୍ତନ ପାଇଁ ପଥ ପରିଷ୍କାର କରିଛି।

ତେବେ ଶପଥ ଗ୍ରହଣ ଉତ୍ସବକୁ ଜମାତ-ଇ-ଇସଲାମୀ ନେତୃତ୍ୱାଧୀନ ବିରୋଧୀ ଦଳ ବର୍ଜନ କରିଛନ୍ତି। ସାମ୍ବିଧାନିକ ସଂସ୍କାର କମିଶନରେ BNP ଏମପିମାନେ ଶପଥ ନ ନେବାକୁ ନେଇ ଏହି ବିବାଦ ସୃଷ୍ଟି ହୋଇଛି। ଯଦି ସଂସ୍କାର ପ୍ରକ୍ରିୟାରେ ବିଳମ୍ବ ହୁଏ, ତେବେ ପୁଣି ଥରେ ରାଜରାସ୍ତାରେ ଆନ୍ଦୋଳନ ହେବ ବୋଲି ବିରୋଧୀ ଚେତାବନୀ ଦେଇଛନ୍ତି।

ଭାରତ ସହ ସମ୍ପର୍କ ସୁଧାରିବା ତାରିକେଙ୍କ ପାଇଁ ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ। ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବରୁ ତାରିକଙ୍କୁ ଅଭିନନ୍ଦନ ଜଣାଇଥିବା ବେଳେ ଶପଥ ଗ୍ରହଣ ଉତ୍ସବରେ ଭାରତ ପକ୍ଷରୁ ଲୋକସଭା ବାଚସ୍ପତି ଓମ ବିର୍ଲା ଯୋଗ ଦେଇଛନ୍ତି। ଅନ୍ୟପଟେ, ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନାଙ୍କୁ ଫେରାଇ ଆଣିବା ପାଇଁ ବାଂଲାଦେଶରେ ଦାବି ଜୋର ଧରିପାରେ, ଯାହା ବୈଦେଶିକ ନୀତି ପାଇଁ ଏକ ପରୀକ୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?