ବନ୍ଦେ ଭାରତ ଏକ୍ସପ୍ରେସ୍‌ର ଟ୍ରାଏଲ ରନ୍‌

ରାଉରକେଲା,୨୧ା୯(ଦିନେଶ ମିଶ୍ର): ପୁରୀ-ରାଉରକେଲା ମଧ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଟ୍ରେନ୍‌ର ଟ୍ରାଏଲ୍‌ ରନ୍‌ ବୁଧବାର ସଫଳତା ସହ ସମ୍ପନ୍ନ ହୋଇଛି। ଏହା ସକାଳ ୫ଟାରେ ପୁରୀ ଷ୍ଟେସନ ଛାଡି ମଧ୍ୟାହ୍ନ ୧୨ଟା ୪୫ରେ ରାଉରକେଲା ରେଳ ଷ୍ଟେଶନରେ ପହଞ୍ଚତ୍ବାର ଥିଲା। ମାତ୍ର ନିର୍ଦ୍ଧାରିତ ସମୟ ୧୮ମିନିଟ୍‌ ପୂର୍ବରୁ ରାଉରକେଲା ରେଳ ଷ୍ଟେଶନରେ ପହଞ୍ଚତ୍ଥିଲା। ଏହି ଟ୍ରେନ ରାଉରକେଲା ରେଳ ଷ୍ଟେଶନ ପ୍ଲାଟଫର୍ମ ନମ୍ବର ୧ରେ ପହଞ୍ଚତ୍ବା ପରେ ସହରବାସୀ ତଥା ଯାତ୍ରୀଙ୍କ ମନରେ ଉତ୍ସାହ ଦେଖାଦେଇଥିଲା। ସହରରେ ଥିବା ବୁଦ୍ଧିଜୀବୀ, ସମାଜସେବୀ ଓ ରାଜନେତା ଷ୍ଟେଶନରେ ପହଞ୍ଚତ୍ ହାତରେ ତ୍ରିରଙ୍ଗା ଧରି ଏହି ଟ୍ରେନକୁ ଭବ୍ୟ ସ୍ବାଗତ କରିଥିଲେ।

ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ୮ଟି ଏସି କୋଚ ରହିଛି। ଏହି ଟ୍ରେନ ରାଉରକେଲା ରେଳ ଷ୍ଟେଶନରୁ ଅପରାହ୍ନ ୨ଟା ୧୦ରେ ଛାଡି ପୁରୀ ଅଭିମୁଖେ ଯାତ୍ରା କରିଥିଲା। ଉକ୍ତ ଟ୍ରେନ ପୁରୀ ଓ ରାଉରକେଲା ମଧ୍ୟରେ ଖୋର୍ଦ୍ଧାରୋଡ଼, ଭୁବନେଶ୍ୱର, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର ସିଟି, ଝାରସୁଗୁଡ଼ା ଆଦି ଷ୍ଟେଶନରେ ରହଣି କରିବ। ରାଉରକେଲାରୁ ପୁରୀ ୫୦୫ କିଲୋମିଟର ଦୂରତାକୁ ୭ ଘଣ୍ଟା ୪୫ ମିନିଟ୍‌ରେ ଅତିକ୍ରମ କରିବ। ଏହି ଟ୍ରେନ ଶନିବାର ବ୍ୟତୀତ ସପ୍ତାହର ବାକି ୬ ଦିନ ଯାତ୍ରା କରିବ। ଏହି ଟ୍ରେନକୁ ସ୍ବାଗତ କରିବା ପାଇଁ ରେଲୱେ ମଣ୍ଡଳ ପରିବହନ ନିରୀକ୍ଷକ(ଡିଟିଆଇ) ପି.କେ. ଜେନା, ଏରିଆ ରେଲଓ୍ବେ ମ୍ୟାନେଜର (ଏଆର୍‌ଏମ୍‌) ଆର.କେ. ମହାନ୍ତି, ରେଲୱେ କମର୍ସିଆଲ ଇନ୍ସପେକ୍ଟର ତପନ କୁମାର ମଣ୍ଡଳଙ୍କ ସହ ଭାଜପା ବରିଷ୍ଠନେତା ଧୀରେନ ସେନାପତି, ନୀହାର ରାୟ, ଜଗବନ୍ଧୁ ବେହେରା, ଲତିକା ପଟ୍ଟନାୟକ, ସମାଜସେବୀ ସୁମନ ଦତ୍ତଙ୍କ ସହ ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ପ୍ରକାଶ ଯେ, ଏହି ଟ୍ରେନ ଗତ ୧୨ ତାରିଖରେ ପୁରୀ-ତାଳଚେର ରୋଡ ମଧ୍ୟରେ ପ୍ରଥମେ ଟ୍ରାଏଲ ରନ କରିଥିଲା। ଚଳିତ ମାସ ୨୩ରେ ରାଉରକେଲା ରେଳ ଷ୍ଟେଶନରୁ ଏହାର ଶୁଭ ଉଦ୍‌ଘାଟନ ହେବ ବୋଲି ଷ୍ଟେଶନ ମ୍ୟାନେଜର ପ୍ରଭାସ ରଞ୍ଜନ ଦାସ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri