ଓଡ଼ିଶା ବଜାରରେ ଟ୍ରାୟମ୍ପର ସ୍ପିଡ୍‌ ୪୦୦

ଭୁବନେଶ୍ୱର,୧୦।୮ (ଅଭୟ ଦାଶ): ଟ୍ରାୟମ୍ପ ମାଟରସାଇକେଲସର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ସ୍ପିଡ୍‌ ୪୦୦’ର ସର୍ବଭାରତୀୟ ବଜାର ପ୍ରବେଶ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଟ୍ରାୟମ୍ପ ମାଟରସାଇକେଲସର ସ୍ବୀକୃତିପ୍ରାପ୍ତ ଡିଲର ଶ୍ରୀ ଭାରତ ମୋଟର୍ସ ଲିମିଟେଡ୍‌ ପକ୍ଷରୁ ଏକ ସ୍ବତନ୍ତ୍ର ଅନାବରଣ ଉତ୍ସବର ଆୟୋଜନ କରାଯାଇଥିଲା। ଏହି ଅବସରରେ ଟ୍ରାୟମ୍ପ ମାଟରସାଇକେଲସର ଭିପି ଦିନେଶ କୁଲକର୍ନୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଅନାବରଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଟ୍ରାୟମ୍ପ ମାଟରସାଇକେଲସର ଇଷ୍ଟ ଜୋନ୍‌ ସେଲ୍‌ସ ହେଡ୍‌ ସୁବ୍ରତ ମହାପାତ୍ର ଏବଂ ଶ୍ରୀ ଭାରତ ମୋଟର୍ସ ଲିମିଟେଡ୍‌ର ନିର୍ଦ୍ଦେଶକ ହର୍ଷବର୍ଦ୍ଧନ ଡିଡ୍‌ଓ୍ବାନିଆ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ବିଶେଷକରି ବର୍ତ୍ତମାନ ସମୟରେ ହାଇସ୍ପିଡ୍‌ ବାଇକର ଚାହଦା ବଢିଛି। ଯୁବଗୋଷ୍ଠୀଙ୍କ ଚାହିଦା ଏବଂ ଆବଶ୍ୟକତା ପୂରଣ କରିବା ପାଇଁ ଉଭୟ କମ୍ପାନୀ ଓ ଡିଲର ପଏଣ୍ଟ ପକ୍ଷରୁ ବ୍ୟାପକ ପ୍ରୟାସ କରାଯାଉଛି। ଉଲ୍ଲେଖଯୋଗ୍ୟ, ଓଡ଼ିଶା ବଜାରରେ ଏହାର ପ୍ରବେଶ ହେବା ସହ ପ୍ରଥମ ପର୍ଯ୍ୟାୟରେ ପ୍ରାୟ ୩୦୦ ବାଇକ ଅନାବରଣ ଉତ୍ସବରେ ଡେଲିଭରି ସହିତ ବୁକିଂ ହୋଇଥିବା ଶ୍ରୀ ଭାରତ ମୋଟର୍ସ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଶ୍ରୀ ଭାରତ ମୋଟର୍ସ ଲିମିଟେଡ୍‌ର ନିର୍ଦ୍ଦେଶକ ଡିଡ୍‌ଓ୍ବାନିଆ କହିଛନ୍ତି, ସ୍ପିଡ୍‌ ୪୦୦ ପ୍ରତି ଯୁବବର୍ଗଙ୍କର ଦୁର୍ବଳତା ରହିଛି। ଏହାର ଉନ୍ମୋଚନ ପରଠାରୁ ବୁକିଂ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ଏଠାରେ ବିକ୍ରି ପରିବର୍ତ୍ତୀ ସେବା ସହ ସେଲ୍‌ସ ସର୍ଭିସ୍‌ ଆଣ୍ଡ ସ୍ପେୟାରର ସୁବିଧା ଗ୍ରାହକଙ୍କ ପାଇଁ ଉପଲବ୍ଧ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?