ଘରେ ବସି ହ୍ବାଟ୍ସଆପ୍‌ ଜରିଆରେ ଡାକଘରୁ ଅର୍ଡର କରିପାରିବେ ତ୍ରିରଙ୍ଗା

ଭୁବନେଶ୍ୱର,୪ା୮(ବ୍ୟୁରୋ): ଦେଶରେ ଆଜାଦୀ କା ଅମୃତ ମହୋତ୍ସବ ପାଳନ ହେଉଥିବା ବେଳେ ଏହାକୁ ସ୍ମରଣୀୟ କରିବା ପାଇଁ ୧୩ରୁ ୧୫ ଅଗଷ୍ଟ ୩ଦିନ ପର୍ଯ୍ୟନ୍ତ ଘରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ସରକାର ଭାରତବର୍ଷର ସମସ୍ତ ନାଗରିକଙ୍କୁ ନିବେଦନ କରିଛନ୍ତି। ଭାରତୀୟ ଡାକ ବିଭାଗ ତାର ବିସ୍ତୃତ ୧ ଲକ୍ଷ ୫୯ ହଜାରରୁ ଅଧିକ ଡାକଘର ଏବଂ ଉତ୍ସର୍ଗୀକୃତ କର୍ମଚାରୀଙ୍କ ଶକ୍ତି ସହାୟତାରେ ସ୍ଥାନୀୟ ତଥା ଗ୍ରାମାଞ୍ଚଳର ଲୋକମାନଙ୍କୁ ସଚେତନ କରିବା ସହିତ ସଂସ୍କୃତି ମନ୍ତ୍ରଣାଳୟ ସହାୟତାରେ ଜାତୀୟ ପତାକା ସମସ୍ତ ଡାକଘରେ ଉପଲବ୍ଧି କରାଇପାରିିଛି। ଏଥିସହିତ ଏହି ଜାତୀୟ ଉତ୍ସବରେ ଗର୍ବିତ ଭାବେ ଅଂଶଗ୍ରହଣ କରିଛି। ସମସ୍ତ ନାଗରିକଙ୍କ ପାଇଁ ପ୍ରତ୍ୟେକ ଡାକଘରେ ମାତ୍ର ୨୫ ଟଙ୍କାରେ ଜାତୀୟ ପତାକା ଉପଲବ୍ଧ ହେବ।
ସେହି ନିର୍ଦ୍ଦେଶ ଅନୁସାରେ ଭୁବନେଶ୍ୱର ଡାକମଣ୍ଡଳ ସମସ୍ତ ଡାକଘରେ ଜାତୀୟ ପତାକା ଉପଲବ୍ଧ କରାଇଛି। ମାତ୍ର ୨୫ ଟଙ୍କା ଦେଇ ନିକଟସ୍ଥ ଡାକଘରୁ ଜାତୀୟ ପତାକାଟିଏ ସଂଗ୍ରହ କରିବାକୁ ଭୁବନେଶ୍ୱର ଡାକମଣ୍ଡଳର ବରିଷ୍ଠ ଡାକ ଅଧୀକ୍ଷକ ବସନ୍ତ କୁମାର ପଣ୍ଡା ଅନୁରୋଧ କରିଛନ୍ତି। ଭୁବନେଶ୍ୱରବାସୀ ଘରେ ବସି ହ୍ବାଟ୍ସଆପ୍‌ ଜରିଆରେ ମଧ୍ୟ ତ୍ରିରଙ୍ଗା ଅର୍ଡର କରିପାରିବେ। ଏଥିପାଇଁ ଜାରି କରାଯାଇଥିବା ନମ୍ବରଟି ହେଉଛି ୮୩୨୮୮୪୯୭୦୫। ସମ୍ପୃକ୍ତ ଅଞ୍ଚଳର ପୋଷ୍ଟମ୍ୟାନ୍‌ ପତାକାକୁ ତାଙ୍କ ଘରେ ନେଇ ବିତରଣ କରି ଆସିବେ। ଏହା ବ୍ୟତୀତ ଡାକଘର ସମ୍ମୁଖରେ ସେଲ୍ଫି ଜୋନ ମଧ୍ୟ କରାଯାଇଛି। ଯେଉଁ ଗ୍ରାହକମାନେ ଡାକଘରୁ ତ୍ରିରଙ୍ଗା କିଣିବେ, ସେମାନେ ସେଲ୍ଫି ଉଠାଇ ସୋସିଆଲ ମିଡ଼ିଆରେ ତାହାକୁ ଶେୟାର କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

Odisha SIR Voter List Row: ୩ ଦିନରେ ୩୩,୫୧୫ ଫର୍ମ-୬ ଆବେଦନପତ୍ର ଗ୍ରହଣ

ଭୁବନେଶ୍ୱର,୧୧ା୧୦(ସୁନିତ୍‌ ମିଶ୍ର): ଭାରତର ନିର୍ୱାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାର ଭୋଟର ତାଲିକାରେ ନାମ ସାମିଲକରିବା ଉଦ୍ଦେଶ୍ୟରେ ଗତ ୭ରୁ ୯ ତାରିଖ ଯାଏ ରାଜ୍ୟବ୍ୟାପୀ ଏକ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ରେଭେନ୍‌ଶାରେ ଉତ୍ତେଜନା

କଟକ,୧୧ା୧୦(କାର୍ତ୍ତିକ ସାହୁ): ଛାତ୍ର ସଂସଦ ନିର୍ୱାଚନ ପାଇଁ ଏଆଇଡିଏସ୍‌ଓ ସଭାପତି ପ୍ରାର୍ଥୀଙ୍କ ପ୍ରାର୍ଥିପତ୍ର ଖାରଜ ଘଟଣାକୁ ନେଇ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି। ପ୍ରାର୍ଥିପତ୍ର ଖାରଜକୁ…

ଗରମ ଗୁଳୁଗୁଳି ସହ ଝଡ଼ବର୍ଷା, ଆଜି ୧୩ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୧୧ା୧୦(ବନ୍ଦନା ସେଠୀ): ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଫଳରେ…

ଘୂର୍ଣ୍ଣିବଳୟ ସକ୍ରିୟ: ଏହିସବୁ ଜିଲାରେ ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?