ତ୍ରିରଙ୍ଗା ଶୋଭାଯାତ୍ରାରେ ୯ ଡାକଘରର କର୍ମଚାରୀ ସାମିଲ

ନିମାପଡ଼ା,୧୨ା୮(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଉପ ଡାକମଣ୍ଡଳ ଅଧିନସ୍ଥ କୋଣାର୍କ ଉପ ଡାକଘର ପରିସରରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ବାହାରି କୋଣାର୍କ ବଜାର ପରିକ୍ରମା କରି ସୂର୍ଯ୍ୟ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା। ଏହି ଶୋଭାଯାତ୍ରାରେ କୋଣାର୍କ ଉପଡାକଘର ତଥା ଏହା ଅଧୀନରେ ଥିବା ୯ଟି ଶାଖା ଡାକଘରର ସମସ୍ତ କର୍ମଚାରୀ ତଥା ସ୍ଥାନୀୟ ଜନସାଧାରଣ ସାମିଲ ହୋଇଥିଲେ। କୋଣାର୍କ ଥାନାର ସମସ୍ତ କର୍ମଚାରୀ ତଥା ସୂର୍ଯ୍ୟ ମନ୍ଦିରର ସମସ୍ତ କର୍ମଚାରୀ ମଧ୍ୟ ଏଥିରେ ସାମିଲ ହୋଇଥିଲେ। ଏହି ଶୋଭାଯାତ୍ରାରେ ୬୦ରୁ ଊର୍ଦ୍ଧ୍ୱ କର୍ମଚାରୀ ସାମିଲ ହୋଇଥିଲେ। ଏହି ଶୋଭାଯାତ୍ରା ସହର ପରିକ୍ରମା ସହ ଚନ୍ଦ୍ରଭାଗା ସମୁଦ୍ରତଟରେ ଶେଷ ହୋଇଥିଲା। ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ସାରା ଦେଶରେ ପାଳନ କର ଯାଉଥିବାବେଳେ ଏହି ଶୋଭାଯାତ୍ରା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଇଥିଲା। କୋଣାର୍କ ଡାକଘରର ଡାକପାଳ ନିରଞ୍ଜନ ସେଠୀ, ତୀର୍ଥଦେବ ସାହୁ, ପୋଷ୍ଟମ୍ୟାନ କମଳଲୋଚନ ପଣ୍ଡା ତଥା ଅନ୍ୟାନ୍ୟ କର୍ମଚାରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri