ଜନଜାତି ସମ୍ପ୍ରଦାୟକୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ ଦାବି

ସୁନ୍ଦରଗଡ଼,୨୮ା୧୨(ଡି.ଏନ୍‌.ଏ.): ଓଡ଼ିଶା ୧୬୦ରୁ ଊଦ୍ଧର୍‌ବ ଜନଜାତି ସମ୍ପ୍ରଦାୟଙ୍କୁ ରାଜ୍ୟ ଜନଜାତି ତାଲିକାରେ ଅନ୍ତର୍ଭୁକ୍ତ କରିବାରେ କେନ୍ଦ୍ର ସରକାରଙ୍କ ଅବହେଳା ପ୍ରତିବାଦରେ ବୁଧବାର ସୁନ୍ଦରଗଡ଼ ବିଜୁ ଜନତା ଦଳ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଡିଆର୍‌ଡିଏ ଛକରେ ବିକ୍ଷୋଭ ପ୍ରଦର୍ଶନ ସହ ଗଣଧାରଣା ଦିଆଯାଇଥିଲା। ଏଥିରେ ଜିଲା ବିଜେଡି ସଭାପତି ତଥା ସୁନ୍ଦରଗଡ଼ ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବିନୟ ଟପ୍ପୋଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପୂର୍ବତନ ବିଧାୟକ ଯୋଗେଶ କୁମାର ସିଂହ, ଜିଲା ପରିଷଦ ଅଧ୍ୟକ୍ଷା କୁନ୍ତୀ ପ୍ରଧାନ,ଉପାଧ୍ୟକ୍ଷ କମଲ ଲାକ୍ରା,ସ୍ବତନ୍ତ୍ର ଉନ୍ନୟନ ପରିଷଦର ଉପାଧ୍ୟକ୍ଷ ସୁଶୀଲା ଟପ୍ପୋ, ପୂର୍ବତନ ନଗରପାଳ ବେତୁଧର ତାଣ୍ଡିଆ, ଉପନଗରପାଳ ଲଲାଟେନ୍ଦୁ ପରିଡ଼ା,ବରିଷ୍ଠ ନେତା ଜୟନାରାୟଣ ତ୍ରିପାଠୀ,ରାଜ୍ୟ ଯୁବ ବିଜେଡି କାର୍ଯ୍ୟକାରୀ ସଭାପତି ବୈକୁଣ୍ଠ ନାଏକ, କାଉନସିଲର ସୁମନ୍ତ ସାହୁ,ଶିବାଜୀ ନାଏକ,ଜିଲା ପରିଷଦ ସଭ୍ୟ ଜଲନୀ କେର୍କେଟା, ମନୋଜ ବରୁଆ,ମଞ୍ଜୁଲତା ନାଏକ ପ୍ରମୁଖ ଯୋଗ ଦେଇ କେନ୍ଦ୍ର ସରକାରଙ୍କ ଅବହେଳା ନୀତିକୁ ସମାଲୋଚନା କରିଥିଲେ। ପରେ ଏକ ଶୋଭାଯାତ୍ରାରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ପହଞ୍ଚି ୧୬୦ ଜନଜାତିଙ୍କୁ ରାଜ୍ୟ ଜନଜାତି ତାଲିକାରେ ସାମିଲ ଦାବି ନେଇ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲାପାଳଙ୍କୁ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?