ଜନଜାତିଙ୍କ ସମ୍ମେଳନ -୨୦୨୬ ଉଦ୍‌ଯାପିତ: ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରକଳ୍ପ ପ୍ରଶାସକ କହିଲେ ପୁଣି ଜଙ୍ଗଲକୁ ବୃଦ୍ଧି କରି…

ଦାରିଙ୍ଗବାଡି, ୬।୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି କାର୍ଯ୍ୟାଳୟ ପରିସର ମଧ୍ୟରେ ସୋମବାର ୨ ଦିନିଆ ଜନଜାତି ସମ୍ମେଳନ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଦ୍ୱିତୀୟ ଦିନରେ ଏହି ଦିବସରେ ପାରମ୍ପରିକ ବିହନର କିଭଳି ପୁନଃରୁଦ୍ଧାର କରାଯାଇପାରିବ ଓ ତାକୁ କିଭଳି ଗଚ୍ଛିତ ରଖାଯାଇପାରିବ ଏବଂ ହଜିଯାଇଥିବା ବିହନକୁ ପୁନଃରୁଦ୍ଧାର କରି ପାରମ୍ପରିକ ଚାଷକୁ ଗୁରୁତ୍ୱ ଦିଆଯିବାକୁ ଗୁରୁତ୍ୱ ଦିଆଯାଇଥିଲା। ସେହିପରି ଜଙ୍ଗଲର ସୁରକ୍ଷା ଗଛ ବଞ୍ଚାଇବା ଦ୍ୱାରା କ’ଣ ଫାଇଦା ତାକୁ ନେଇ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ପାରମ୍ପରିକ ଖାଦ୍ୟ, ପୋଷାକ, ବାଦ୍ୟ ଯନ୍ତ୍ର, କୁଇ ସଙ୍ଗୀତ ଓ ଭାଷାକୁ ବହୁଳ ବ୍ୟବହାର ଓ ହଜିଯାଇଥିବା ଏହି ସବୁକୁ ପୁନଃରୁଦ୍ଧାର ପାଇଁ କିଭଳି ପ୍ରୟାସ କରାଯିବ ସେ ସମ୍ପର୍କରେ ଆଲୋଚନା ହୋଇଥିଲା । ଉଦଯାପନୀ ଉତ୍ସବରେ ବାଲିଗୁଡା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ମୁଖ୍ୟ ଅତିଥିଭାବେ ଯୋଗଦେଇ ଜନଜାତିଙ୍କ ଏହି ପାରମ୍ପରିକ କୃଷି ଓ ଅନ୍ୟାନ୍ୟକୁ ପୁନଃରୁଦ୍ଧାର କରି ପୁଣି ଜଙ୍ଗଲକୁ ବୃଦ୍ଧି କରି ନିଜ ଜୀବନଜୀବିକାକୁ ସ୍ବାବଲମ୍ବୀ କରିବାକୁ ବାଟ ବତାଇଥିଲେ । ଜୈବିକ ହଳଦୀ, କଫି, ପନିପରିବା, ଶସ୍ୟ ଆଦିକୁ ସେ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ ଜାଗୃତି ସମ୍ପାଦକ କୈଳାଶ ଚନ୍ଦ୍ର ଦଣ୍ଡପାଟ, ଜାଗୃତି କାର୍ଯ୍ୟକ୍ରମ ସଂଯୋଜକ ସଦାନନ୍ଦ ସିଂ, ଧ୍ରୁବ ଚରଣ ନାୟକ, ମନୋଜ ନାୟକ, ପ୍ରଦୀପ କଂହର, ଅନ୍ତରଙ୍ଗ ଯୁବ ମହାସଙ୍ଘର କର୍ମକର୍ତ୍ତାଙ୍କ ସମେତ ଅନ୍ୟମାନେ ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ବିଭିନ୍ନ ଉଲ୍ଲେଖନୀୟ କାର୍ଯ୍ୟକ୍ରମ କରି ଜଙ୍ଗଲ ସୁରକ୍ଷା ସମେତ ଜଙ୍ଗଲ ବୃଦ୍ଧି ଗାଁର ବିକାଶ ପାଇଁ କାର୍ଯ୍ୟ ଆଦି କରି ଅଞ୍ଚଳର ବିକାଶରେ ନିଜ ଶ୍ରମ ଦାନ କରିଛନ୍ତି ସେମାନଙ୍କୁ ପ୍ରଂଶସାପତ୍ର ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri