ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ : ପତ୍ରାପାଲିକୁ ଟାଇଟଲ

ଖପ୍ରାଖୋଲ, ୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେରା ଅଷ୍ଟମ ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଉଦଯାପନନୀ ମ୍ୟାଚ୍‌ ପତ୍ରାପାଲି ଏବଂ ବାଲିପଟା ମଧ୍ୟରେ ହୋଇଥିଲା। ପତ୍ରାପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୨ ଓଭରରେ ୭ ଉଇକେଟ ହରାଇ ୧୦୫ ରନ୍‌ ସଂଗ୍ରହ କରିଥିଲା ା ଜବାବରେ ବାଲିପଟା ୧୦୨ ରନ୍‌ ସଂଗ୍ରହ କରି ପାରିଥିଲ ା ଫଳରେ ପତ୍ରାପାଲି ଚାମ୍ପିୟନ ଘୋଷିତ ହୋଇଥିଲା। ଅମ୍ପେୟାର ଭାବେ ଖେଳକୁ ପୀତବାସ ସାହୁ, ପ୍ରଶାନ୍ତ ମିଶ୍ର ପରିଚାଲନା କରିଥିଲେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ପଶ୍ଚିମ ଓଡିଶା ଆଦିବାସୀ କଲ୍ୟାଣ ସଂଘ ମହାସଚିବ ନିରଞ୍ଜନ ବିଶି, ସମ୍ମାନିତ ଅତିଥି ସିନେ ନିର୍ଦ୍ଦେଶକ ଲମ୍ବୋଦର ଟାକରି, ଲକ୍ଷ୍ମୀ ଶବର, ନନ୍ଦ ପୁଟେଲ, ସଦାନନ୍ଦ ହଂସ ପ୍ରମୁଖ ଯୋଗଦେଇଥିଲେ ା ଏହି ଅବସରରେ ଚାମ୍ପିୟନ୍‌ ଦଳକୁ ଟ୍ରଫି ସହ ନଗଦ ୧୫ ହଜାର ଏବଂ ରନର୍ସ ଅପ୍‌ ଦଳକୁ ଟ୍ରଫି ସହ ନଗଦ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଥିଲା ା ବେନକେରା କ୍ରିକେଟ କ୍ଲବ ତରଫରୁ ଆୟୋଜିତ ଟୁର୍ନାମେଣ୍ଟରେ ୧୬ଟି ଦଳ ଭାଗ ନେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ମୁଖ୍ୟ ଅଭିଯୁକ୍ତ କ୍ଷୀତିଶଙ୍କୁ ପୋଲିସର ମାରାଥନ ଜେରା, ଫିଟିବ ରହସ୍ୟ…

ବଲାଙ୍ଗୀର,୨୯।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ଆକ୍ରମଣ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କୁ…

ବର୍ଷାପବନରେ ଉଡ଼ି ଯାଇଥିଲା ଟିଣ ଛପର, ଅସହାୟ ମହିଳାଙ୍କୁ ହାତ ବଢାଇଲେ…

ଗଞ୍ଜାମ,୨୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ୱାର୍ଡ ନଂ.୭ ବାଲି ସାହିରେ ରୁହନ୍ତି ସନ୍ତୋଷୀ ନାୟକ ଏବଂ ତାଙ୍କ ଛୋଟ ପରିବାର l ପରିବାର କହିଲେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?