ସରିଲା ଆଦିବାସୀ ମେଳା:୪ କୋଟି ଟପିଲା ବେପାର

ଭୁବନେଶ୍ୱର, ୩।୫(ବ୍ୟୁରୋ):ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ୧୦ଦିନ ଧରି ଚାଲିଥିବା ଆଦିବାସୀ ମେଳା ସୋମବାର ଉଦ୍‌ଯାପିତ ହୋଇଯାଇଛି। ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ଏହି ମେଳାରେ ବିଭିନ୍ନ ଜନଜାତିଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତଶିଳ୍ପ ଓ କୃଷିଜାତ ସାମଗ୍ରୀ ତଥା ସେମାନଙ୍କ ଦ୍ୱାରା ସଂଗୃହୀତ ବନଜାତ ପଦାର୍ଥଗୁଡ଼ିକର ବହୁଳ ପ୍ରଦର୍ଶନ ଓ ବିକ୍ରିର ବ୍ୟବସ୍ଥା ରହିଥିଲା। କୋଭିଡ୍‌ କଟକଣା ଆଧାରରେ ଚଳିତ ବର୍ଷ ଆଦିବାସୀ ମେଳାରେ ଆଦିବାସୀ ଗାଁର ମଡେଲ ନ ଥିଲା, ତଥାପି ପ୍ରଚୁର ଜନସମାଗମ ଆଦିବାସୀ ମେଳା ପ୍ରତି ଭଲ ପାଇବା ସୂଚାଇ ଦେଉଥିଲା। ପ୍ରାୟ ୬ ଲକ୍ଷ ୫୦ ହଜାର ଲୋକ ମେଳା ପରିଦର୍ଶନ କରିବାବେଳେ ୪କୋଟି ଟଙ୍କାରୁ ଊର୍ଦ୍ଧ୍ୱ କାରବାର ହୋଇଥିବା ପ୍ରାଥମିକ ଅଟକଳରୁ ଜଣାପଡ଼ିଛି। ଏଥିସହ କାରବାର କ୍ଷେତ୍ରରେ ଶ୍ରେଷ୍ଠ ବିବେଚିତ ହୋଇଥିବା ବିଭିନ୍ନ ଷ୍ଟଲ ଓ ସଂସ୍ଥାଗୁଡ଼ିକୁ ଉଦ୍‌ଯାପନୀ ଉତ୍ସବରେ ପୁରସ୍କୃତ କରାଯାଇଛି।
ଉଦ୍‌ଯାପନୀ ଉତ୍ସବରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, ବିଭାଗୀୟ ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା, ନିର୍ଦ୍ଦେଶିକା ଗୁହା ପୁନମ ତାପସ କୁମାର ଓ ସଦସ୍ୟ ସଚିବ ତଥା ମେଳାର ନୋଡାଲ ଅଫିସର ପ୍ରଫେସର ଅଖିଳ ବିହାରୀ ଓତା ପ୍ରମୁଖ ଅତିଥି ରୂପେ ଯୋଗଦେଇଥିଲେ। ଏହି ଅବସରରେ ପ୍ରଫେସର ଓତାଙ୍କ ଦ୍ୱାରା ସମ୍ପାଦିତ ଦୁଇଟି ପୁସ୍ତକ ଉନ୍ମୋଚିତ ହୋଇଥିଲା। ଏଥିସହିତ ‘ସରଗିଫୁଲ୍‌’ର ଏକ ୟୁଟ୍ୟୁବ୍‌ ଚ୍ୟାନେଲ୍‌ର ଶୁଭାରମ୍ଭ ହୋଇଥିଲା। ସରଗିଫୁଲ୍‌ ୨୦୨୧ ଉତ୍ସବରେ ଉତ୍ତମ ପ୍ରଦର୍ଶନ କରିଥିବା ରାୟଗଡ଼ା, କୋରାପୁଟ ଓ ମୟୂରଭଞ୍ଜ ଜିଲାକୁ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। ଶେଷ ସନ୍ଧ୍ୟାରେ ନବରଙ୍ଗପୁରର ଭୋତଡ଼ା ନୃତ୍ୟ, ଗଣ୍ଡ ନୃତ୍ୟ, ବାଲିପରବ ଏବଂ ଗୁଣୁପୁରର ସଉରାଙ୍କ ମିରିଆ ନାଚରେ ଦର୍ଶକ ବିମୋହିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri