ଆଜିଠୁ ଆଦିବାସୀ ମେଳା

ଭୁବନେଶ୍ୱର,୫।୧(ସୁଚିସ୍ମିତା ସାହୁ)ରାଜଧାନୀରେ ସୃଷ୍ଟି ହେବ ଆଦିବାସୀ ଗ୍ରାମର ଭ୍ରମ। ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉପଲକ୍ଷେ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା ଅରମ୍ଭ ହେବାକୁ ଯାଉଛି। ଏହା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ୍‌ କୋର୍ଟ, ଲାଇଭ ଡେମନଷ୍ଟ୍ରେଶନ, ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ ମୁଖ୍ୟ ଆକର୍ଷଣ ପାଲଟିବ। ଚଳିତ ବର୍ଷ ୨୦ଟି ଆଦିବାସୀ କୁଟିର ନିର୍ମାଣ କରାଯାଇଥିବାବେଳେ ୧୪୭ଟି ଷ୍ଟଲରେ ଆଦିବାସୀ ସାମଗ୍ରୀ ବିକ୍ରିବଟା ହେବ। ଏଥିସହ କଳା ଓ ହସ୍ତଶିଳ୍ପ ଗ୍ରାମ ପାଇଁ ୪୦ଟି ଷ୍ଟଲ ପ୍ରସ୍ତୁତ ହୋଇଥିବାବେଳେ୧୫ ଷ୍ଟଲରେ ଲାଇଭ ଡେମନଷ୍ଟ୍ରେଶନ ସୁବିଧା ରହିବ। ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ ଗ୍ୟାଲେରିରେ ବିର୍ସା ମୁଣ୍ଡାଙ୍କ ଜୀବନୀ, ଦେଶର ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନ ସମ୍ପର୍କିତ ଗ୍ୟାଲେରି, ଚିତ୍ରାଙ୍କନ ପ୍ରଦର୍ଶନୀ, ମିନି ଥିଏଟର୍‌ ଓ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯିବ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୀବନୀ ଆଧାରିତ ଲେଜର୍‌ ଶୋ’, ଓଡ଼ିଶାର ଜନଜାତି ସମ୍ପ୍ରଦାୟଭିତ୍ତିକ ଡ୍ରୋନ ଶୋ’, ଓଡ଼ିଶାର ଜନଜାତି ସ୍ବାଧୀନତା ସଂଗ୍ରାମୀଙ୍କ ଉପରେ ପର୍ଯ୍ୟବେଷିତ ଲାଇଟ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’, ଫ୍ୟାଶନ ଶୋ’ ଏବଂ ଫାୟାର୍‌ ୱାର୍କ ଶୋ’ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri