ଆଜିଠୁ ଆଦିବାସୀ ମେଳା

ଭୁବନେଶ୍ୱର,୫।୧(ସୁଚିସ୍ମିତା ସାହୁ)ରାଜଧାନୀରେ ସୃଷ୍ଟି ହେବ ଆଦିବାସୀ ଗ୍ରାମର ଭ୍ରମ। ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଉପଲକ୍ଷେ ଜାନୁଆରୀ ୨୬ ପରିବର୍ତ୍ତେ ୫ ତାରିଖରୁ ପ୍ରଦର୍ଶନୀ ପଡ଼ିଆରେ ଆଦିବାସୀ ମେଳା ଅରମ୍ଭ ହେବାକୁ ଯାଉଛି। ଏହା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଏବଂ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଆଦିବାସୀ ଗ୍ରାମ, ଆଦିବାସୀ ହାଟ, କଳା ଓ ହସ୍ତଶିଳ୍ପ ଗ୍ରାମ, ଜନଜାତି ଖାଦ୍ୟ ଫୁଡ୍‌ କୋର୍ଟ, ଲାଇଭ ଡେମନଷ୍ଟ୍ରେଶନ, ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ ମୁଖ୍ୟ ଆକର୍ଷଣ ପାଲଟିବ। ଚଳିତ ବର୍ଷ ୨୦ଟି ଆଦିବାସୀ କୁଟିର ନିର୍ମାଣ କରାଯାଇଥିବାବେଳେ ୧୪୭ଟି ଷ୍ଟଲରେ ଆଦିବାସୀ ସାମଗ୍ରୀ ବିକ୍ରିବଟା ହେବ। ଏଥିସହ କଳା ଓ ହସ୍ତଶିଳ୍ପ ଗ୍ରାମ ପାଇଁ ୪୦ଟି ଷ୍ଟଲ ପ୍ରସ୍ତୁତ ହୋଇଥିବାବେଳେ୧୫ ଷ୍ଟଲରେ ଲାଇଭ ଡେମନଷ୍ଟ୍ରେଶନ ସୁବିଧା ରହିବ। ଭଗବାନ ବିର୍ସା ମୁଣ୍ଡା ପାଭିଲିୟନ ଗ୍ୟାଲେରିରେ ବିର୍ସା ମୁଣ୍ଡାଙ୍କ ଜୀବନୀ, ଦେଶର ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନ ସମ୍ପର୍କିତ ଗ୍ୟାଲେରି, ଚିତ୍ରାଙ୍କନ ପ୍ରଦର୍ଶନୀ, ମିନି ଥିଏଟର୍‌ ଓ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯିବ। ଭଗବାନ ବିର୍ସା ମୁଣ୍ଡାଙ୍କ ଜୀବନୀ ଆଧାରିତ ଲେଜର୍‌ ଶୋ’, ଓଡ଼ିଶାର ଜନଜାତି ସମ୍ପ୍ରଦାୟଭିତ୍ତିକ ଡ୍ରୋନ ଶୋ’, ଓଡ଼ିଶାର ଜନଜାତି ସ୍ବାଧୀନତା ସଂଗ୍ରାମୀଙ୍କ ଉପରେ ପର୍ଯ୍ୟବେଷିତ ଲାଇଟ ଆଣ୍ଡ୍‌ ସାଉଣ୍ଡ୍‌ ଶୋ’, ଫ୍ୟାଶନ ଶୋ’ ଏବଂ ଫାୟାର୍‌ ୱାର୍କ ଶୋ’ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ଇ-କେୱାଇସି କରିବା ଜରୁରୀ,ଆସିଲା ନୂଆ ସୂଚନା

ଭୁବନେଶ୍ୱର,୧୬।୧: ରାଜ୍ୟର ଯୋଗ୍ଯ ରାସନ କାର୍ଡ ହିତାଧିକାରୀମାନେ ସେମାନଙ୍କ ଆଧାରକାର୍ଡ ଇ-କେୱାଇସି କରିବା ଜରୁରୀ ଅଟେ। ଇ-କେୱାଇସି କରିଥିବାର ସଦ୍ୟତମ ସ୍ଥିତି ବିଷୟରେ ଜାଣିବା ପାଇଁ...

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା

ଭୁବନେଶ୍ୱର,୧୬।୧: ରାଜ୍ୟ ସରକାର ଗୁରୁବାର ପଦ୍ମ ବିଜେତାଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ପଦ୍ମ ପୁରସ୍କାର ବିଜେତାଙ୍କୁ ରାଜ୍ୟ ସରକାର ମାସିକ ୩୦ ହଜାର...

ଜାତୀୟ ଶିକ୍ଷା ନୀତି ପାଠ୍ୟକ୍ରମ ପ୍ରସ୍ତୁତ କରିବା ପାଇଁ କମିଟି ଗଠନ କଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୬।୧: ଜାତୀୟ ଶିକ୍ଷା ନୀତି (NEP) ୨୦୨୦ ପରିସର ମଧ୍ୟରେ ରାଜ୍ୟ ପାଠ୍ୟକ୍ରମ ଢାଞ୍ଚା ବିକଶିତ କରିବା ପାଇଁ ଓଡ଼ିଶା ସରକାର ଗୁରୁବାର ଏକ...

ନୟାପଲ୍ଲୀ ଅଞ୍ଚଳରେ ଅଭାବନୀୟ ଘଟଣା, ଶିଶୁପୁତ୍ର ମୃତଦେହ ଝୁଣି ଖାଇଲା କୁକୁର

ଭୁବନେଶ୍ୱର,୧୬।୧: ନବଜାତ ପୁତ୍ରର ମୃତଦେହକୁ ଝୁଣି ଖାଇଲା କୁକୁର। ନୟାପଲ୍ଲୀ ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ସ୍ଥାନୀୟ ଲୋକଙ୍କ ଖବର ପରେ ମୃତଦେହ...

ଅଙ୍ଗନଓ୍ବାଡି କର୍ମୀଙ୍କ ପାଇଁ ଖୁସିଖବର: ବଢିବ ଦରମା! ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୬।୧: ରାଜ୍ୟ ଅଙ୍ଗନଓ୍ବାଡି କର୍ମୀଙ୍କ ଦରମା ବଢ଼ିପାରେ। ଏ ନେଇ ରାଜସ୍ଥାନ ଜୟପୁର ଚିନ୍ତନ ଶିବିରରେ କେନ୍ଦ୍ରକୁ ପ୍ରସ୍ତାବ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ...

ପୁଣି ପାଣ୍ଡିଆନ ସକ୍ରିୟ! ଶଙ୍ଖ ଭବନରେ ଚାଲିଛି ବଡ଼ ପ୍ଲାନ, ଭାଜପା କହିଲା…

ଭୁବନେଶ୍ୱର,୧୬।୧: ପୁଣି ସକ୍ରିୟ ହୋଇ ଉଠିଲେଣି କାର୍ତ୍ତିକ ପାଣ୍ଡିଆନ। ଏବେ ନବୀନ ନିବାସରେ ଚାଲୁନି ନବୀନ ଦରବାର। ଏବେ ପୁଣି ପାଣ୍ଡିଆନଙ୍କ ହୁକୁମ ଚାଲିଲାଣି। ବିଜେଡିର...

‘ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ସେବାକୁ ସୁନିଶ୍ଚିତ କର’

ଭୁବନେଶ୍ୱର, ୧୬ା୧(ସୁନିତ୍‌ ମିଶ୍ର): ରାଜ୍ୟରେ ବିଭିନ୍ନ ବିଭାଗ ଦ୍ୱାରା ଓଡ଼ିଶା ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନର କାର୍ଯ୍ୟକାରିତା ସୁନିଶ୍ଟିତ କରିବାକୁ ମୁଖ୍ୟ...

ଏମ୍‌ଏସ୍‌ପି, ଇନ୍‌ପୁଟ୍‌ ସବ୍‌ସିଡି ବାବଦକୁ ୭୯୦୧ କୋଟି ପାଇଲେଣି ଚାଷୀ

ଭୁବନେଶ୍ୱର, ୧୬ା୧(ସୁନିତ୍‌ ମିଶ୍ର): ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ବ୍ୟାପକ ହୋଇଛି। ପଞ୍ଜୀକୃତ ଚାଷୀମାନେ ଯେଭଳି ଏଥିରୁ ବାଦ୍‌ ନ ପଡ଼ନ୍ତି, ଏଥିଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri