Posted inଜାତୀୟ

ଶୌଚ ପାଇଁ ବାହାରକୁ ଯାଇଥିବା ନାବାଳିକା ୧୦ ଜଣଙ୍କ ଦ୍ୱାରା ଗଣବଳାତ୍କାର ଶିକାର

ରାଞ୍ଚି, ୮ା୬: ଝାଡ଼ଖଣ୍ଡର ଗୋଡ଼ଡା ଜିଲାରେ ଜଣେ ୧୭ ବର୍ଷୀୟ ଆଦିବାସୀ ନାବାଳିକା ଶୌଚ ପାଇଁ ଯାଇଥିବା ବେଳେ ୧୦ ଜଣ ପୁରୁଷ ଦ୍ୱାରା ଗଣବଳାତ୍କାର ଶିକାରହୋଇଥିବା ଅଭିଯୋଗ ହୋଇଛି।

ଶୁକ୍ରବାର ସୁନ୍ଦର ପାହାଡ଼ୀ ଥାନା ଅଞ୍ଚଳରେ ଘଟିଥିବା ଏହି ଘଟଣା ସହ ଜଡ଼ିତ ୮ ଜଣ ଅଭିଯୁକ୍ତଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇଛି, ବୋଲି ପୋଲିସ କହିଛି।

ଏହି ଘଟଣା ଘଟିଥିଲା ଯେତେବେଳେ ଝିଅଟି ଜଣେ ସମ୍ପର୍କୀୟଙ୍କ ଘରେ ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିଲା। ସେଠାରେ ସେ ଶୌଚ ପାଇଁ ଘରୁ ବାହାରକୁ ଯାଇଥିବା ବେଳେ ଜଣେ ଯୁବକ ତାଙ୍କୁ ଧରି, ତାଙ୍କ ମୁଖରେ କପଡ଼ା ବାନ୍ଧି ଏକ ନିର୍ଜନ ସ୍ଥାନକୁ ନେଇଥିଲା, ବୋଲି ତାଙ୍କ ବୟାନକୁ ଉଦ୍ଧୃତ କରି ପୋଲିସ କହିଛି।ତା’ପରେ ତାଙ୍କୁ ୧୦ ଜଣଙ୍କ ଦ୍ୱାରା ଗଣବଳାତ୍କାର କରାଯାଇଥିଲା, ବୋଲି ପୋଲିସ କହିଛି।

ନାବାଳିକାଙ୍କ ପରିବାର ଅଭିଯୋଗ କରିଛି ଯେ ଶନିବାର ଏହି ଘଟଣାକୁ ଗୋପନ ରଖିବା ପାଇଁ ସ୍ଥାନୀୟ ପଞ୍ଚାୟତର ଏକ ବୈଠକ ଅନୁଷ୍ଠିତ ହୋଇଥିଲା।

“ତେବେ ପୀଡ଼ିତାଙ୍କ ପରିବାର ରବିବାର ୧୦ ଜଣଙ୍କ ବିରୁଦ୍ଧରେ ଏଫଆଇଆର ଦାୟର କରିଛନ୍ତି। ୮ ଜଣଙ୍କୁ ଗିରଫ କରାଯାଇଛି। ବାକି ଦୁଇ ଅଭିଯୁକ୍ତଙ୍କୁ ଖୋଜା ଜାରି ରହିଛି,” ପୋଲିସ ଅଧୀକ୍ଷକ ମୁକେଶ କୁମାର କହିଛନ୍ତି। ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା ପାଇଁ ପଠାଯାଇଛି, ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଶକ୍ତିଶାଳୀ ଦିଲ୍ଲୀକୁ ହରାଇଲା ଓଡ଼ିଶା, ବିରାଟ ଅନୁପସ୍ଥିତିରେ ମାଟି କାମୁଡ଼ିଲା ରିଷଭଙ୍କ ଟିମ୍

ବେଙ୍ଗାଲୁରୁ,୩୧ା୧୨: ବିଜୟ ହଜାରେ ଟ୍ରଫିର ଏଲିଟ୍ ଗ୍ରୁପ୍-ଡି ମୁକାବିଲାରେ ଓଡ଼ିଶା କ୍ରିକେଟ୍ ଦଳ ଶକ୍ତିଶାଳୀ ଦିଲ୍ଲୀକୁ ୭୯ ରନ୍‌ରେ ପରାସ୍ତ କରିଛି। ଷ୍ଟାର୍ ବ୍ୟାଟର ବିରାଟ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ, କହିଲେ ନୂଆ ସରକାରରେ…

ଭୁବନେଶ୍ବର,୩୧ା୧୨: ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେଲେ ଅନୁ ଗର୍ଗ । ସେ ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri