କମାଲ କଲେ ଆଦିବାସୀ ଝିଅ: ଜାତୀୟ ପ୍ରତିଯୋଗୀତା ପାଇଁ ହେଲେ ମନୋନୀତ

ଭଞ୍ଜନଗର,୧୬।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜଲା ଭଞ୍ଜନଗର ବ୍ଲକ ବାହାଡ଼ାପଦର ନୋଡାଲ ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଆଦିବାସୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ଓଡ଼ିଶା ସରକାରଙ୍କ ବିଦ୍ୟାଳୟସ୍ତରୀୟ ଖେଳକୁଦ ପ୍ରତିଯୋଗିତାର ଚଉଦ ବର୍ଷରୁ କମ୍‌ ଲମ୍ବା ଡିଆଁରେ ପ୍ରଥମ ସ୍ଥାନ ଅଧିକାରକରି ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସ୍ବର୍ଣ୍ଣ ପଦକ ପାଇ ସେ ଜାତୀୟ ପ୍ରତିଯୋଗୀତା ପାଇଁ ମନୋନୀତ ହୋଇଛନ୍ତି।

ଡିସେମ୍ବରରେ ଝାଡ଼ଖଣ୍ଡରେ ଜାତୀୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗୀତା ଆୟୋଜନ ହେବାର କାର୍ଯ୍ୟକ୍ରମ ରହିଛି। ଆଗାମୀ ପ୍ରତିଯୋଗୀତା ପାଇଁ ରୁକ୍ମିଣୀ ଅଭ୍ୟାସ ଆରମ୍ଭ କରିଦେଇଛନ୍ତି।

ରୁକ୍ମିଣୀଙ୍କ ଆଗାମୀ ସଫଳତା ପାଇଁ ଅବସରପ୍ରାପ୍ତ ସହ-ଗୋଷ୍ଠୀ ଶିକ୍ଷାଧିକାରୀ ଜଗବନ୍ଧୁ ଜେନା, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ସନ୍ତୋଷ ଜେନା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ତ୍ରିଲୋଚନ ଦାସ, ବିଦ୍ୟାଳୟ ପ୍ରଧାନ ଶିକ୍ଷକ ସିଦ୍ଧାର୍ଥ ଶଙ୍କର ସ୍ବାଇଁ, କ୍ରୀଡ଼ା ଶିକ୍ଷକ ସମେତ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଶୁଭେଚ୍ଛା ଜଣାଇବା ସହ ଉଜ୍ଜଳ ଭବିଷ୍ୟତ କାମନା କରିଛନ୍ତି। ଛାତ୍ରୀଙ୍କ ସଫଳତା ପାଇଁ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri