ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର ପଞ୍ଚାୟତ ସାନକିରାସିରା ଗ୍ରାମର ଆଦିବାସୀ ଝିଅ ଝରଣା ନାଏକ (୧୫)। ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ମୁଷ୍ଟିଯୁଦ୍ଧ (ବକ୍ସିଂ) ପ୍ରତିଯୋଗିତାରେ ସ୍ବର୍ଣ୍ଣ ପଦକ ହାସଲ କରି ସେ ଜାତୀୟସ୍ତରୀୟ ପ୍ରତିଯୋଗିତା ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ତାଙ୍କର ଏହି ସଫଳତା ଜିଲା ସମେତ ସମଗ୍ର ଅଞ୍ଚଳ ପାଇଁ ଗୌରବ ଆଣିଛି। ଝରଣା ବର୍ତ୍ତମାନ ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରାସ୍ଥିତ ବାପୁଜୀ ହାଇସ୍କୁଲରେ ଦଶମ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି। ସେ ଜୀବର୍ଦ୍ଧନ ନାଏକ ଓ ଦୀପା ନାଏକଙ୍କ ଏକମାତ୍ର ସନ୍ତାନ। ତାଙ୍କ ମା’ବାପା ଉଭୟ ଶ୍ରମିକ ଭାବେ କାମ କରି ପରିବାର ଚଳାଇଥାନ୍ତି। ଆର୍ଥିକ ସମସ୍ୟା ସତ୍ତ୍ୱେ ଝିଅର ଖେଳ ପ୍ରତି ଥିବା ଆଗ୍ରହକୁ ଦେଖି ସେମାନେ ତାଙ୍କୁ ସବୁବେଳେ ଉତ୍ସାହିତ କରିଆସୁଛନ୍ତି। ବ୍ରହ୍ମପୁରସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମଠାରେ ଆୟୋଜିତ ୭୦ତମ ଓଡ଼ିଶା ରାଜ୍ୟ ବିଦ୍ୟାଳୟ ସମୂହ ବକ୍ସିଂ ଓ ଟେବୁଲ ଟେନିସ ପ୍ରତିଯୋଗିତାରେ ଝରଣା ଅଂଶଗ୍ରହଣ କରିଥିଲେ। ଏହା ପୂର୍ବରୁ ସୁବର୍ଣ୍ଣପୁର ଜିଲାସ୍ତରୀୟ ବିଦ୍ୟାଳୟ ସମୂହ ବକ୍ସିଂ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ହାସଲ କରି ସେ ରାଜ୍ୟସ୍ତରକୁ ମନୋନୀତ ହୋଇଥିଲେ। ରାଜ୍ୟସ୍ତରରେ ମଧ୍ୟ ନିଜର ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ସଫଳତା ବଳରେ ସେ ଜାତୀୟସ୍ତରୀୟ ବିଦ୍ୟାଳୟ ସମୂହ ବକ୍ସିଂ ପ୍ରତିଯୋଗିତାରେ ଖେଳିବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଯୁବରାଜପୁର ସରକାରୀ ୟୁପି ସ୍କୁଲର ଶିକ୍ଷକ ତଥା ପ୍ରଶିକ୍ଷକ ରାଜେଶ ମେଣ୍ଡିଲିଙ୍କ ପରାମର୍ଶ ଓ ସହଯୋଗ ଯୋଗୁ ସେ ବିଭିନ୍ନ ପ୍ରତିଯୋଗିତାରେ ଭାଗନେଇ ସଫଳତା ପାଇଥିବା କହିଛନ୍ତି।

ପୂର୍ବରୁ ସେ ୩ଥର ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଭାଗନେବା ସହ ଅନେକ ରାଜ୍ୟସ୍ତରୀୟ ବକ୍ସିଂ ପ୍ରତିଯୋଗିତାରେ ପଦକ ହାସଲ କରି ନିଜ ବିଦ୍ୟାଳୟ ଓ ଜିଲା ପାଇଁ ସୁନାମ ଆଣିଛନ୍ତି। ପ୍ରତ୍ୟହ ନିଜ ଗଁା ପଡ଼ିଆରେ ଅଭ୍ୟାସ କରି ଜଣେ ସଫଳ ବକ୍ସିଂ ଖେଳାଳି ହେବାର ସ୍ବପ୍ନ ନେଇ ସେ ଆଗକୁ ବଢ଼ୁଛନ୍ତି। ତେବେ ଏତେସବୁ ସଫଳତା ସତ୍ତ୍ୱେ ଝରଣାଙ୍କୁ ଏଯାଏଁ କୌଣସି ସରକାରୀ ସହାୟତା ମିଳିନାହିଁ। ଉପଯୁକ୍ତ ପ୍ରଶିକ୍ଷଣ, ଆବଶ୍ୟକୀୟ କ୍ରୀଡ଼ା ଭିତ୍ତିଭୂମି ଓ ଉନ୍ନତ ମାର୍ଗଦର୍ଶନ ମିଳିଲେ ଭବିଷ୍ୟତରେ ଦେଶ ପାଇଁ ପ୍ରତିନିଧିତ୍ୱ କରି ପଦକ ହାସଲ କରିବାର ଲକ୍ଷ୍ୟ ରଖିଥିବା ଝରଣା ପ୍ରକାଶ କରିଛନ୍ତି। ତାଙ୍କର ଏହି ସଫଳତା ପରେ ଦଳର ମ୍ୟାନେଜର ତଥା କମିରା ହାଇସ୍କୁଲର ଖେଳ ଶିକ୍ଷକ ପ୍ରଧାନ, ପ୍ରଶିକ୍ଷକ ରାଜେଶ ମେଣ୍ଡିଲି, ସୁବର୍ଣ୍ଣପୁର ଜିଲା ଶିକ୍ଷାଧିକାରୀ ଘନଶ୍ୟାମ ମେହେର, ବୀରମହାରାଜପୁର ଗୋଷ୍ଠୀ ଶିକ୍ଷାଧିକାରୀ ଅଭିଷେକ ଭୁଏ, କମିରା ହାଇସ୍କୁଲର ପ୍ରଧାନ ଶିକ୍ଷକ ଶେଷଦେବ ମିଶ୍ରଙ୍କ ସମେତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ସହପାଠୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଆଗାମୀ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ମଧ୍ୟ ସେ ସଫଳତା ହାସଲ କରନ୍ତୁ ବୋଲି ସମସ୍ତେ ଶୁଭକାମନା ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି: ରମ୍ଭାରେ ଇଣ୍ଡିଆ ବ୍ଲକର ଓଡ଼ିଶା ବନ୍ଦ ପ୍ରଭାବ

ରମ୍ଭା, ୮।୧୦ (ବିଦ୍ୟାଧର ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ବ୍ଲକ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଗଞ୍ଜାମ ଜିଲାର ରମ୍ଭା ଅଞ୍ଚଳରେ ଦେଖିବାକୁ…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?