ଟ୍ରାଇବାଲ୍‌ ଜୁଏଲେରି ଟ୍ରେଣ୍ଡ

ବର୍ତ୍ତମାନ ଟ୍ରାଇବାଲ୍‌ ଜୁଏଲେରିର ଡିମାଣ୍ଡ ବଢୁଥିବା ଦେଖିବାକୁ ମିଳୁଛି। ଓ୍ବେଷ୍ଟର୍ନଠାରୁ ଆରମ୍ଭ କରି ଟ୍ରାଡିଶନାଲ୍‌ ପର୍ଯ୍ୟନ୍ତ ପ୍ରତ୍ୟେକ ପୋଷାକ ସହ ଏହାର କମ୍ବିନେଶନ୍‌ ଅଧିକ ଟ୍ରେଣ୍ଡି ଏବଂ ଆଇକ୍ୟାଚି ଲାଗୁଛି…
ଆଦିବାସୀମାନେ ବ୍ୟବହାର କରୁଥିବା ସୁନା, ରୁପା କିମ୍ବା ଅନ୍ୟ ମେଟାଲିକ୍‌ କଏନ୍‌ ଜୁଏଲେରି ବର୍ତ୍ତମାନ ଫ୍ୟାଶନ୍‌ର ରୂପ ନେଇଛି। ବିଶେଷକରି ଆଣ୍ଟିକ୍‌ ତଥା ଅକ୍ସିଡାଇଜ୍‌ଡ ଟ୍ରାଇବାଲ୍‌ ଜୁଏଲେରିକୁ ଶାଢ଼ି, ଚୁଡିଦାର ପଞ୍ଜାବୀ, ଲଙ୍ଗ ଗାଉନ୍‌,
ଲଙ୍ଗ୍‌ ଫ୍ରକ୍‌ ଆଦି ଭଳି ପୋଷାକ ସହ ବ୍ୟବହାର କରିବା ଦ୍ୱାରା ଆକର୍ଷଣୀୟ ଲୁକ୍‌ ମିଳିପାରୁଛି।
କେତେକ ଟ୍ରାଇବାଲ୍‌ ଜୁଏଲେରିରେ ବ୍ରାଇଟ୍‌ ଏବଂ ବୋଲ୍ଡ କଲରର ଉଭୟ ଛୋଟ ଏବଂ ବଡ଼ ବିଡ୍ସ ବ୍ୟବହାର କରାଯାଇଥାଏ, ଯାହାକୁ ଡ୍ରେସ୍‌ ସହ ଉଭୟ ମ୍ୟାଚ୍‌ କରି ହେଉ ଅବା କଣ୍ଟ୍ରାଷ୍ଟ କରି ପିନ୍ଧିଲେ ଆକର୍ଷଣୀୟ ଲୁକ୍‌ ମିଳିଥାଏ। ଏଭଳି ଜୁଏଲେରି ମଧ୍ୟରେ ବିଶେଷକରି ଆଭୁ ଷ୍ଟୋନ୍‌ ଗ୍ଲାସ୍‌ ବିଡେଡ୍‌ ତାଇବାନ୍‌ ଷ୍ଟାଇଲ୍‌ ନେକ୍‌ଲେସ୍‌ ବର୍ତ୍ତମାନ ବେଶି ଡିମାଣ୍ଡରେ ଅଛି।
ଓ୍ବେଷ୍ଟର୍ନ ଆଉଟ୍‌ ଫିଟ୍‌ ସହିତ ଏଭଳି ଜୁଏଲେରିକୁ ପେୟାର କଲେ ଲୁକ୍‌ ଅଧିକ ମଡର୍ନ ଏବଂ ଷ୍ଟାଇଲିସ୍‌ ଲାଗିଥାଏ। ଡିଜାଇନ୍‌ର ଡ୍ରେସ୍‌ ସହିତ ବୋଲ୍ଡ ଟ୍ରାଇବାଲ୍‌ ନେକ୍‌ଲେସ୍‌ ଏବଂ ଲଙ୍ଗ୍‌ ଡ୍ୟାଙ୍ଗ୍‌ଲ ଇୟରରିଂ ଏବଂ ବ୍ୟାଙ୍ଗଲ୍‌ ସୁନ୍ଦର ଲାଗିଥାଏ। ବିଶେଷକରି ଜିନ୍ସ ଏବଂ ଟି ଶାର୍ଟ ସାଙ୍ଗକୁ ଟ୍ରାଇବାଲ ନେକ୍‌ଲେସ୍‌ ବର୍ତ୍ତମାନ ଟ୍ରେଣ୍ଡରେ ଅଛି।
ବର୍ତ୍ତମାନ ଫ୍ୟାଶନେବଲ୍‌ ଲୁକ୍‌ ପାଇବା ପାଇଁ ଅଧିକାଂଶ ବୋହୋ ଟ୍ରାଇବାଲ୍‌ ନେକ୍‌ଲେସ୍‌ ଏବଂ ଟ୍ରାଇବାଲ୍‌ ବ୍ୟାଙ୍ଗଲ୍‌ ବ୍ୟବହାର କରୁଥିବା ଦେଖିବାକୁ ମିଳୁଛି। ଏହା ଅପେକ୍ଷାକୃତ ଅଧିକ ଆଇକ୍ୟାଚି ହୋଇପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri