ମେଳିରେ ତାତିଲେ ଆଦିବାସୀ, ନଇଁଲା ପ୍ରଶାସନ

ଆର.ଉଦୟଗିରି,୧୭।୭(ଡି.ଏନ୍‌.ଏ.): ତାତିଲେ ଆଦିବାସୀ, ନଇଁଲା ପ୍ରଶାସନ। ଗଜପତି ଜିଲା ମୋହନା ବ୍ଲକରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। ସୂଚନା ଅନୁଯାୟୀ, ମୋନହା ବ୍ଲକ ଅଧୀନ ଆଲିଗଣ୍ଡା ପଞ୍ଚାୟତର ଆଦିବାସୀଙ୍କ ବିଭିନ୍ନ ସମସ୍ୟା ରହିଥିବା ଅଭିଯୋଗ ରହିଥିଲା। ଏହାକୁ ନେଇ ଆଦିବାସୀ ଅଧିକାର ସୁରକ୍ଷା ମଞ୍ଚ ଆନ୍ଦୋଳନ ପାଇଁ ସଜବାଜ ହେଉଥିଲା। ଏହି ସୂଚନା ପାଇବା ପରେ ପ୍ରଶାସନ ପକ୍ଷରୁ ଆଦିବାସୀଙ୍କ ସମସ୍ୟାର ସମାଧାନ ନେଇ ତତ୍ପରତା ପ୍ରକାଶ ପାଇଥିଲା। ଆଦିବାସୀଙ୍କ ସହ ଆଲୋଚନା କରିବା ପାଇଁ ତହସିଲଦାର କିଶୋର ଚନ୍ଦ୍ର ଦାସ ପଦକ୍ଷେପ ନେଇଥିଲେ। ଫଳରେ ମୋହନାସ୍ଥିତ କଲ୍ୟାଣ ମଣ୍ଡପରେ ଆଦିବାସୀ ଏବଂ ସରକାରଙ୍କ ପକ୍ଷରୁ ଏକ ବୈଠକ ହୋଇଥିଲା।

ବୈଠକରେ ଏସ୍‌ଡିପିଓ ଦିଲ୍ଲୀପ କୁମାରଙ୍କ ସମେତ ମୋହନା ଏବଂ ଅଡ଼ବା ପୋଲିସ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଆଲିଗଣ୍ଡା ସରପଞ୍ଚ ବୌଜନ୍ତୀ ମଲ୍ଲିକଙ୍କୁ ନେଇ ଆଦିବାସୀ ସଂଘ ପକ୍ଷରୁ ଅଭିଯୋଗ ହୋଇଥିଲା। ଅଭିଯୋଗ ମୁତାବକ, ୨୦୧୨ ପଞ୍ଚାୟତ ନିର୍ବାଚନରେ ବୈଜନ୍ତୀ ମଲ୍ଲିକ ଆଦିବାସୀଙ୍କ ପାଇଁ ସଂରକ୍ଷିତ ଥିବା ଆସନରେ ଆଦିବାସୀ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ହେଲେ ତତକାଳୀନ ମୋହନା ତହସିଲଦାର ପ୍ରର୍ଥୀପତ୍ର ଯାଞ୍ଚ ପରେ ବୌଜନ୍ତୀଙ୍କ ନାମାଙ୍କନ ପତ୍ର ଖାରଜ ହୋଇଯାଇଥିଲା। ହେଲେ ଚଳିତ ବର୍ଷ ଅନୁଷ୍ଠିତ ପଞ୍ଚାୟତ ନିର୍ବାଚନରେ ବୈଜନ୍ତୀ ପୁଣି ଆଦିବାସୀ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରି ସରପଞ୍ଚ ଭାବେ ନିର୍ବାଚିତ ହୋଇଛନ୍ତି। ତେଣୁ ଏହା କିଭଳି ସମ୍ଭବ ହେଲା ବୋଲି ଆଦିବାସୀ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ପ୍ରଶ୍ନ କରାଯାଇଛି। ଏପରିକି ମଞ୍ଚ ପକ୍ଷରୁ ପ୍ରଶାସନ ନିକଟରେ ୪ ଦାବି ଉପସ୍ଥାପନ କରାଯାଇଛି। ଦାବିଗୁଡିକ ମଧ୍ୟରେ ଆଲିଗଣ୍ଡା ସରପଞ୍ଚ ମିଥ୍ୟା ସତ୍ୟପାଠ ଦାଖଲ କରିଥିବାରୁ ଘଟଣାର ତଦନ୍ତ କରି ଆଇନ ଅନୁଯାୟୀ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଆଦିବାସୀ ଅଧିକାର ସୁରକ୍ଷା ମଞ୍ଚ ପକ୍ଷରୁ ଦାବି କରାଯାଇଛି। ପ୍ରଶାସନ ପକ୍ଷରୁ ମଧ୍ୟ ସମସ୍ତ ଦାବି ଉପରେ ବିଚାର କରି ତୁରନ୍ତ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri