ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ଘଟଣାରେ କେନ୍ଦ୍ରାପଡ଼ା ସଦର ଥାନା ପୋଲିସ ମଙ୍ଗଳବାର ସିସିଆଇର ୱାଚ୍‌ମ୍ୟାନ୍‌ ଧୀରେନ୍ଦ୍ର କୁମାର ରାଉତ ଗିରଫ କରିଛି। ଏହାସହ ଘଟଣାରେ ସମ୍ପୃକ୍ତ ଉକ୍ତ ସିସିଆଇର ଜଣେ ୧୩ ବର୍ଷୀୟ ନାବାଳକ ଅନ୍ତେବାସୀଙ୍କୁ କେନ୍ଦ୍ରାପଡ଼ା ଜୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡ(ଜେଜେବିି)ରେ ହାଜର କରାଯାଇ ଅନୁଗୋଳ ସୁଧାର ଗୃହକୁ ପଠାଯାଇଛି। ପୋଲିସ ସୂଚନା ଅନୁସାରେ, ପୀଡ଼ିତାଙ୍କ ଘର ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲା ଚାଇଁବସା ଥାନା ଅଞ୍ଚଳରେ ହୋଇଥିବାବେଳେ ସେ ଏବେ ୪ ମାସର ଗର୍ଭବତୀ ଅଛନ୍ତି।
ନାବାଳିକାଙ୍କୁ ୨୦୨୩ ଜୁନ ୨୨ରେ କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ତିନିମୁହାଣିରୁ ଚାଇଲ୍ଡଲାଇନ୍‌ ଉଦ୍ଧାର କରିଥିଲା। ପରେ ଜିଲା ଶିଶୁ ମଙ୍ଗଳ ସମିତି (ସିଡବ୍ଲ୍ୟୁସି) ତାଙ୍କୁ କେନ୍ଦ୍ରାପଡ଼ାର ଉକ୍ତ ସିସିଆଇରେ ରଖିଥିଲା। ସେଠାରେ ରହଣି ସମୟରେ ନାବାଳିକାଙ୍କୁ ଅଭିଯୁକ୍ତ ୱାଚ୍‌ମ୍ୟାନ ଏବଂ ଉକ୍ତ ସିସିଆଇରେ ରହୁଥିବା ଜଣେ ନାବାଳକ ଏକାଧିକ ଥର ଯୌନ ନିର୍ଯାତନା ଦେଇଥିବା ପୋଲିସ କହିଛି। ତେବେ ନାବାଳିକାଙ୍କ ଠିକଣା ମିଳିବା ପରେ ଦୁଇ ମାସ ତଳେ ତାଙ୍କୁ ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମ ଜିଲାସ୍ଥିତ ନିଜ ଘରକୁ ପଠାଯାଇଥିଲା ବୋଲି ଜିଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁ ପ୍ରକାଶ କରିଛନ୍ତି। ତେବେ ଘରେ ତାଙ୍କର ଶାରୀରିକ ପରିବର୍ତ୍ତନ ଦେଖି ମା’ ସନ୍ଦେହ କରିଥିଲେ ଏବଂ ପଶ୍ଚିମ ସିଂହଭୂମ ସିଡବ୍ଲ୍ୟୁସିକୁ ଜଣାଇଥିଲେ। ଏହାପରେ ସମ୍ପୂର୍ଣ୍ଣ ଘଟଣା ପଦାକୁ ଆସିଥିଲା। ଘଟଣାର ତଦନ୍ତକାରୀ ଅଧିକାରୀ ପଦ୍ମାଳୟା ପ୍ରଧାନ କହିଛନ୍ତି, ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ଦଫା ୭୦(୨) ଏବଂ ପୋକ୍‌ସୋ ଆକ୍ଟର ଧାରା ୪ ଓ ୬ ଅଧୀନରେ ୱାଚ୍‌ମ୍ୟାନ୍‌ ରାଉତଙ୍କୁ ଗିରଫ କରାଯାଇଛି। ଏନେଇ ସଦର ଥାନାରେ ୫୨୨/ ୨୬ନମ୍ବରରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ା ଏସ୍‌ଡିଜେଏମ୍‌ କୋର୍ଟକୁ ଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ କେନ୍ଦ୍ରାପଡ଼ା ସବ୍‌ ଜେଲକୁ ପଠାଇ ଦିଆଯାଇଛି। ଘଟଣାକୁ ତଦନ୍ତ ଜାରି ରହିଛି ଏବଂ ଆଗାମୀ ଦିନରେ ଆହୁରି ଗିରଫଦାରି ହେବା ସମ୍ଭାବନା ରହିଛି। ଅପରପକ୍ଷରେ ଉକ୍ତ ସିସିଆଇ ବିରୋଧରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି ଏବଂ ସେଠାରେ ରହୁଥିବା ସମସ୍ତ ୮ଜଣ ଅନ୍ତେବାସୀଙ୍କୁ ଅନ୍ୟ ଏକ କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି ବୋଲି କେନ୍ଦ୍ରାପଡ଼ା ସିଡବ୍ଲ୍ୟୁସି ଅଧ୍ୟକ୍ଷା ସ୍ବାଗତିକା ପାତ୍ର ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri