ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା, ଅଭିଯୁକ୍ତଙ୍କୁ ନିସ୍ତୁକ ପିଟିଲେ ଗାମବାସୀ

କାଲିମେଳା,୨୦।୨(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଞ୍ଚଳରେ ଏକ ହତ୍ୟାକାଣ୍ଡ ଘଟିଛି l ଜଣେ ଆଦିବାସୀ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ଅଭିଯୁକ୍ତଙ୍କୁ ଗ୍ରାମବାସୀ ଅଟକ ରଖି ପୋଲିସରେ ଜିମା ଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ଗୁମୁକା ପଞ୍ଚାୟତ ଅଞ୍ଚଳରେ ଜଣେ ମହିଳା ଏକାକି ରହୁଥିଲେ। ତାଙ୍କ ସ୍ବାମୀ ବାହାରେ ରହି କାମ କରୁଛନ୍ତି। ଏହାର ସୁଯୋଗ ନେଇ ଅଭିଯୁକ୍ତ ଜଣକ ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ଜଣାପଡ଼ିଛି l ମହିଳା ଜଣକ ଏକୁଟିଆ ଥିବା ବେଳେ ପୁଲିମେଟଲା ଗ୍ରାମର ମୁକା ପଡ଼ିଆମି ଘରେ ପଶି ତାଙ୍କୁ ବଳାତ୍କାର ପରେ ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମହିଳା ଜଣକ ଘରେ ଏକୁଟିଆ ଥିବା ବେଳେ ଏହି ଘଟଣା ଘଟିଥିବା ଗ୍ରାମବାସୀ କହିଛନ୍ତି।

ଘଟଣା ପରେ ଅଭିଯୁକ୍ତ ଯୁବକଙ୍କୁ ଗ୍ରାମବାସୀ କାବୁକରି ଗଛରେ ବାନ୍ଧି ନିସ୍ତୁକ ମାଡ଼ ମାରିଥିବା ଜଣାପଡ଼ିଛି l କାଲିମେଳା ପୋଲିସ ପହଞ୍ଚି ଗ୍ରାମବାସୀଙ୍କ କବଳରୁ ଯୁବକଙ୍କୁ ଉଦ୍ଧାରକରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା କରିଥିବା ଜଣାପଡ଼ିଛି। ଅଭିଯୁକ୍ତଙ୍କୁ ପୋଲିସ ନିଜ ହେପାଜତରେ ରଖିଥିବା ବେଳେ କୋରାପୁଟରୁ ସାଇଣ୍ଟିଫିକ୍‌ ଟିମ୍‌ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଥିବା ଭାରପ୍ରାପ୍ତ ଥାନା ଅଧିକାରୀ ଦୁର୍ଯ୍ୟୋଧନ ସୁନାନି ସୂଚନା ଦେଇଛନ୍ତି । ଘଟଣାର ୨୦ ଘଣ୍ଟା ପରେ ମଧ୍ୟ ମୃତଦେହ ବ୍ୟବଚ୍ଛେଦ ହୋଇପାରିନାହିଁ । କାଲିମେଳା ଥାନା ପକ୍ଷରୁ ନଂ.୪୭/୨୫ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ପୋଲିସ l ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଘଟଣାର ପ୍ରକୃତ କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

ଶକ୍ତି ସଙ୍କଟକୁ ନେଇ ବଡ଼ ଚେତାବନୀ ଦେଲେ ମୋଦି

ଆମଷ୍ଟରଡମ,୧୬।୫: ନେଦରଲ୍ୟାଣ୍ଡସର ହେଗରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱକୁ ଶକ୍ତି ସଙ୍କଟ ବିଷୟରେ ସତର୍କ କରାଇ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri